-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ଜିଲ୍ଲାସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ, ମଇ ମାସ ୨୬ ତାରିଖରୁ ରବି ଧାନ କ୍ରୟ ଆରମ୍ଭ ହେବ 

25-Apr-2023



ବଲାଙ୍ଗିର(ଦେବାଶିଷ ବହିଦାର ): ବଲାଙ୍ଗିର ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ଜିଲ୍ଲାସ୍ତରୀୟ କ୍ରୟ କମିଟି ବୈଠକ ସ୍ଥାନୀୟ ଜିଲ୍ଲା ପାଞ୍ଚାୟତ ସାଧନ କେନ୍ଦ୍ର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଲୋଇସିଂହା ବିଧାୟକ ଡ଼ ମୁକେଶ ମହାଲିଙ୍ଗ, ଜିଲ୍ଲା ପରଷଦ ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗିର ଲୋକସଭା ସାଂସଦଙ୍କ ପ୍ରତିନିଧି ମାଧବ କୁମାର ସାଏ, ବଲାଙ୍ଗିର ବିଧାୟକଙ୍କ ପ୍ରତିନିଧି ସରୋଜ କୁମାର ରଥ, ବଲାଙ୍ଗିର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ର ସଭାପତି ସ୍ମାରକ ରଞ୍ଜନ ମିଶ୍ର, ବଲାଙ୍ଗିର ଜିଲ୍ଲା କୃଷକ ମହାସଂଘର ସଭାପତି ଜତି ପ୍ରଧାନ, ସାଧାରଣ ସମ୍ପାଦକ ସୌମେନ୍ଦ୍ର କୁମାର ପରିଚ୍ଛା, ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୂଷଣ, ପାଟଣାଗଡ ଉପଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ ଙ୍କ ସମେତ ଯୋଗାଣ ବିଭାଗ, ସମବାୟ ବିଭାଗ, କୃଷି ବିଭାଗ, ଜଳସେଚନ ବିଭାଗ, ନିୟନ୍ତ୍ରିତ ବଜାର କମିଟିର ଅଧିକାରୀ ମାନେ ଉପସ୍ଥିତ ଥିଲେ । ବୈଠକ ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ମୀର ରାଜା ଅଲ୍ଲୀ ସମସ୍ତଙ୍କୁ ସ୍ଵାଗତ କରିବା ସହ ବଲାଙ୍ଗିର ଜିଲ୍ଲା ରେ ରବି ଧାନ କ୍ରୟ ପ୍ରକ୍ରିୟା ଓ ଏ ସମ୍ପର୍କରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ଚଳିତ ବର୍ଷ ଜିଲ୍ଲାରେ ମଇ ମାସ ୨୬ ତାରିଖ ଠାରୁ ରବି ଧାନ କ୍ରୟ ଆରମ୍ଭ ହେବ ।ଏଥି ନିମନ୍ତେ ୧୦୩ ଗୋଟି ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ) ଓ ୧୦ ଗୋଟି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ସମୁଦାୟ ୧୧୩ ଗୋଟି ଧାନ କ୍ରୟ କେନ୍ଦ୍ର ଜରିଆରେ ପଞ୍ଜୀକୃତ ଚାଷୀ ମାନଙ୍କ ଠାରୁ ରବି ଧାନ କ୍ରୟ କରାଯିବ । ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟିରେ ରଖି ସକାଳ ୭ ଘଣ୍ଟା ଠାରୁ ୧୧ ଘଟିକା ପର୍ଯ୍ୟନ୍ତ ଧାନ କ୍ରୟ କରାଯିବ । ଚଳିତ ବର୍ଷ ରବି ଧାନ ବିକ୍ରୟ କରିବା ପାଇଁ ଜିଲ୍ଲାର ୭୮୨୧ ଜଣ ଚାଷୀ ପଞ୍ଜୀକରଣ କରିଛନ୍ତି । ଚଳିତ ବର୍ଷ ରବିଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଗ୍ରେଡ ଏ ଧାନ ନିମନ୍ତେ କ୍ଵିଣ୍ଟାଲ ପ୍ରତି ୨୦୬୦ ଟଙ୍କା ଧାର୍ଯ୍ୟ

କରାଯାଇଥିବା ବେଳେ ସାଧାରଣ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ଵିଣ୍ଟାଲ ପ୍ରତି ୨୦୪୦ ଟଙ୍କା ଧାର୍ଯ୍ୟ କରାଯାଇଛି । ଗ୍ରୀଷ୍ମ ପ୍ରବାହ ତଥା ଅଦିନିଆ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଧାନ କ୍ରୟ କେନ୍ଦ୍ର ଗୁଡିକରେ ଆନୁସାଙ୍ଗିକ ବ୍ୟବସ୍ଥା କରିବା ସହ ପାନୀୟ ଜଳ, ବିଜୁଳି, ଟାରପୋଲିନ ଓ ଚାଷୀ ମାନଙ୍କ ନିମନ୍ତେ ଆଶ୍ରୟ ସ୍ଥଳୀ ପ୍ରତି ବିଶେଷ ଗୁରୁତ୍ଵ ଦେବା ସହ ଚାଷୀ ମାନେ ଯେପରି ରବି ଧାନ ବିକ୍ରୟକୁ ସହଜ, ସୁବିଧା ଓ ସ୍ଵଚ୍ଛତାରେ କରିପାରିବେ ସେଥିପ୍ରତି ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରବିଧାନ କ୍ରୟ ପ୍ରକ୍ରିୟାର ସମସ୍ତ ସୂଚନା ଯେପରି ଚାଷୀ ମାନେ ପାଇପାରିବେ ସେ ସମ୍ପର୍କରେ ବ୍ୟାପକ ପ୍ରଚାର ପ୍ରସାର କରିବାକୁ ନିୟନ୍ତ୍ରିତ ବଜାର କମିଟି ର ସମ୍ପାଦକ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବାସହ ଧାନକ୍ରୟ କେନ୍ଦ୍ର ଗୁଡିକରେ ସିସିଟିଭି ର ସଂଯୋଗ ସହ ଏହାର ଉପଯୁକ୍ତ କାର୍ଯ୍ୟକାରିତାକୁ ସୁନିଶ୍ଚିତ କରିବା, କୋଭିଡ ଉଚିତ ବ୍ୟବହାର ର ଅନୁପାଳନ କରିବା, ଧାନ କ୍ରୟ କେନ୍ଦ୍ର ଗୁଡିକରେ ଧାନ ପହଞ୍ଚିବା ରେଜିଷ୍ଟର ଉପଲବ୍ଧ କରିବା, ଏବଂ ଫ୍ଲାଇଙ୍ଗ ସ୍କ୍ବାଡ଼ ଗଠନ କରି ନିୟମିତ ତଦାରଖ କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ବୈଠକ ଶେଷରେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ମୀର ରାଜା ଅଲ୍ଲୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like