-+91-9937148622 |
prerana_bgr@rediffmail.com |
Thursday 24th September 2026 |
R.N.I. Regd No. ODIODI/2010/46693
Breaking News
01-May-2023
ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୭ ଗୋଟି ବ୍ୟକ୍ତିଗତ ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରି ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର,ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି , ନିର୍ବାହୀ ଯନ୍ତ୍ରୀ ଜିଲ୍ଲା ଗ୍ରାମ୍ୟ ପାନୀୟଜଳ ଯୋଗାଣ ଇଂ ବିଭୂପ୍ରସାଦ ପଣ୍ଡା,ଜିଏମ ଡି ଆଇ ସି ବଲଭଦ୍ର ନାୟକ,ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦବଲ୍ଲଭ ଷଡ଼ଙ୍ଗୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ଜିଲ୍ଳା ମତ୍ସ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ, ଉପନିର୍ଦେଶକ ଉଦ୍ୟାନ କୃଷି ହୃଷିକେଶ ଦାଶ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ରେଣୁବାଳା ଦାଶ ଜିଲ୍ଲା ସଂଯୋଜକ ମିଶନଶକ୍ତି କାର୍ତ୍ତିକ ନାଏକ,ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ l