-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନ – ଶ୍ରମିକ ମାନେ ନିଜ ଅଧିକାର ସମ୍ପର୍କରେ ସଚେତନ ହେବା ଉପରେ ଗୁରୁତ୍ଵାରୋପ 

01-May-2023



ବଲାଙ୍ଗିର(ଦେବାଶିଷ ବହିଦାର ): ବଲାଙ୍ଗିର ରେ ଆଜି ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳିତ ହୋଇଯାଇଛି । ବଲାଙ୍ଗିର ସହର କଲେଜ ଛକ ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଓଡିଶା କୋଠାବାଡି ଓ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ,ଜିଲ୍ଲା ପ୍ରଶାସନ  ଓ ଜିଲ୍ଲା ଶ୍ରମ ବିଭାଗ ବଲାଙ୍ଗିର ର ମିଳିତ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନ କରାଯାଇଥିଲା । ଏହି ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ସଚେତନତା ସଭା ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ

ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରମିକ ମାନେ ନିଜ ଅଧିକାର ପ୍ରତି ସଚେତନ ହେବା ସହ ଶ୍ରମିକ ମାନେ ଯେପରି ରାଜ୍ୟ ସରକାରଙ୍କ ବିଭିନ୍ନ ଶ୍ରମିକ କଲ୍ୟାଣ ଯୋଜନା ଗୁଡିକର ସୁଫଳ ପାଇପାରିବେ ସେଥିପ୍ରତି ବିଭିନ୍ନ ଶ୍ରମିକ ସଂଗଠନ ତଥା ଜିଲ୍ଲା ଶ୍ରମ ବିଭାଗ ବିଶେଷ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ଶ୍ରମିକ ମାନେ ହେଉଛନ୍ତି ବିକାଶ ର ମୁଖ୍ୟ ଆଧାର, ,ରାଜ୍ୟ ସରକାର ସେମାନଙ୍କ କଲ୍ୟାଣ ଓ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି ଏବଂ ଏହି ଯୋଜନା ଗୁଡିକ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଉପରେ ସେ ଗୁରୁତ୍ଵାରୋପ କରିଥିଲେ । ସଭାରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ମିଥିଳା ମାଝୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ  ଆନ୍ତର୍ଜାତିକ ଶ୍ରମ ଦିବସ ପାଳନର ତାତ୍ପର୍ଜ୍ୟ ସମ୍ପର୍କରେ ଆଲୋକପାତ କରିବା ସହ ଶ୍ରମିକ ମାନେ ସେମାନଙ୍କ କଲ୍ୟାଣ ନିମନ୍ତେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ ଅଧିକାର ସମ୍ପର୍କରେ ସଚେତନ ହେବାକୁ ପରାମର୍ଶ ଦେଇଥିଲେ । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର କୁମାର ମହାପାତ୍ର ଯୋଗଦେଇ ଶ୍ରମିକ ମାନଙ୍କ ନିମନ୍ତେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଶ୍ରମିକ କଲ୍ୟାଣ ଯୋଜନା ଏବଂ ସାମାଜିକ ନିରାପତ୍ତା ଆଇନ ସମ୍ପର୍କରେ ଆଲୋକପାତ କରିଥିଲେ । ଶ୍ରମିକ ମାନଙ୍କ କୌଶଳ ବିକାଶ, ସୁରକ୍ଷା, ଅଧିକାର ସମ୍ପର୍କରେ ମତବ୍ୟକ୍ତ କରିବା ସହ ଶ୍ରମିକ ମାନଙ୍କ ହିତ ପାଇଁ ଜିଲ୍ଲା ଶ୍ରମ ବିଭାଗ ଆହୁରି ସକ୍ରିୟ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲା ଶ୍ରମ ଅଧିକାରୀ ସୁକାନ୍ତ କୁମାର ସେଠୀ ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିବା ସହ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନ ର ତାତ୍ପର୍ଜ୍ୟ ଓ ବଲାଙ୍ଗିର ଜିଲ୍ଲାରେ ଶ୍ରମିକ ମାନଙ୍କ କଲ୍ୟାଣ ନିମନ୍ତେ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ଆନ୍ତର୍ଜାତିକ ଶ୍ରମ ଦିବସ ପାଳନ ଅବସରରେ ଓଡିଶା କୋଠାବାଡି ଓ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଜରିଆରେ ୧୭୫ ଜଣ ହିତାଧିକାରୀଙ୍କୁ ପରିଚୟ ପତ୍ର, ଅଣ ସଂଗଠିତ ଶ୍ରମିକ ସାମାଜିକ ନିରାପତ୍ତା ଯୋଜନାରେ ୩୨ ଜଣଙ୍କୁ

ପରିଚୟ ପତ୍ର, ୨୫ ଜଣ ହିତାଧିକାରୀଙ୍କୁ ବିବାହ ସହାୟତା , ୧୪ ଜଣ ହିତାଧିକାରୀଙ୍କୁ ମୃତ୍ୟୁ କାଳୀନ ସହାୟତା ଓ ୧୩ ଜଣ ହିତାଧିକାରୀଙ୍କୁ ଅନ୍ତ୍ୟେଷ୍ଟି କାଳୀନ ସହାୟତା ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ , ସହକାରୀ ଶ୍ରମ ଅଧିକାରୀ ନିରଞ୍ଜନ ଭୂୟାଁ ,ଶ୍ରମ ନିରିକ୍ଷକ ପ୍ରଶାନ୍ତ କୁମାର ସୁନାଙ୍କ ସମେତ ବିଭିନ୍ନ ଶ୍ରମିକ ସଂଗଠନର କର୍ମକର୍ତ୍ତା, ଶ୍ରମିକ, ଜିଲ୍ଲା ଶ୍ରମ ବିଭାଗର କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଶେଷରେ ସହକାରୀ ଶ୍ରମ ଅଧିକାରୀ ପାନାମଣି ସୋରେନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like