-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବୌଦ୍ଧରେ ଆନ୍ତର୍ଜାତିୟ ଶ୍ରମିକ ଦିବସ ପାଳିତ 

02-May-2023



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି ):  ମଇ ୧ ତାରିଖରେ ସାରା ବିଶ୍ୱରେ ଶ୍ରମିକ ଦିବସ ପାଳନ ଅବସରରେ ବୌଦ୍ଧ ଟାଉନହଲଠାରେ ମହାସମାରୋହରେ ଜିଲାସ୍ତରୀୟ ଆର୍ନ୍ତଜାତିୟ ଶ୍ରମିକ ଦିବସ ଜିଲା ଶ୍ରମ ବିଭାଗ ପକ୍ଷରୁ ପାଳିତ ହୋଇଯାଇଛି । ଉତ୍ସବରେ ମୁଖ୍ୟଅତିଥି ଭାବରେ ପଞ୍ଚାୟତରାତ ଓ ପାନୀୟଜଳ, ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତନ, ସୂଚନା ଓ ଲୋକସଂପର୍କ ବିଭାଗ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଯୋଗଦେଇ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା,ଶ୍ରମିକମାନଙ୍କ ଭୂମିକା ସଂପର୍କରେ ବକ୍ତବ୍ୟ ପ୍ରଦାନ କରିବା ସହିତ ଶ୍ରମିକମାନଙ୍କୁ ଉତ୍ସାହିତ କରିଥିଲେ । ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟଭଞ୍ଜନ ମଦନ ମୋହନ ପାତ୍ର ,ଡେପୁଟି କଲେକ୍ଟର ଶାଶ୍ୱତ ପ୍ରଧାନ,ଟ୍ରେନିଙ୍ଗ ଅଫିସର ସୁମନ ରାଜା ମହାନ୍ତି ଓ ଜିଲା ଶ୍ରମ ଅଧିକାରୀ ସୁଶାନ୍ତ କୁମାର ପାଇକରାୟ ଯୋଗଦେଇ  ଶ୍ରମିକ ଦିବସ ପାଳନର ତାତ୍ପର୍ଯ୍ୟ ଓ ସେମାନଙ୍କ ଭୂମିକା ବିଷୟରେ ଆଲୋକପାତ କରିଥିଲେ । ସହକାରୀ ଶ୍ରମ ଅଧିକାରୀ କନ୍ୟାକୁମାରୀ ସାହୁ ଶ୍ରମିକ ଓ ଅତିଥିମାନଙ୍କୁ ସ୍ୱାଗତ କରିବା ସହିତ ସଭା ପରିଚାଳନା କରିଥିଲେ । ଏହି ଅବସରରେ ୨୬ ଜଣ ହିତାଧିକାରୀଙ୍କୁ ଶ୍ରମ କାର୍ଡ ବଣ୍ଟନ କରାଯାଇଥିବାବେଳେ ୧୦ ଜଣଙ୍କୁ ୫୦ ହଜାର ଲେଖାଏଁ ଚେକ ପ୍ରଦାନ କରାଯାଇଥିଲା । ଜିଲାରେ ୬୧୯ ଜଣଙ୍କୁ ବିବାହ ସହାୟତା,୮ ଜଣକୁ ମୃତ୍ୟୁକାଳୀନ ସହାୟତା ଏବଂ ୭ ଜଣକୁ ଅନ୍ତ୍ୟେଷ୍ଟିକ୍ରିୟା ସହାୟତା ପ୍ରଦାନ ପାଇଁ ମଂଜୁର କରାଯାଇଥିଲା । ୨୦୨୨-୨୩ ଆର୍ଥିକ ବର୍ଷ ସୁଦ୍ଧା ୫୪୪୬୪ ଶ୍ରମିକଙ୍କ ନାମ ପଂଜିକରଣ  ହୋଇଥିବାବେଳେ ଗତବର୍ଷ ସୁଦ୍ଧା ୫୦୯୬୯ ଏବଂ ନୂତନ ଭାବରେ ୩୪୯୫ ଜଣ ଶ୍ରମିକ ପଂଜିକୃତ ହୋଇଛନ୍ତି । କାର୍ଯ୍ୟକ୍ରମ ପରିଚାଳନାରେ କାହ୍ନୁଚରଣ ମହାରଣା,ବିଚିତ୍ରା ଦିଗାଲ,ଆର.ବିଜୟ କୁମାର,ସୁଜିତ ଦାଶ,ସୌମ୍ୟରଂଜନ ସାହୁ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ । ବହୁ ସଂଖ୍ୟାରେ ଶ୍ରମିକ,ଟ୍ରେଡ ୟୁନିୟନର କାର୍ଯ୍ୟକତ୍ତତ୍ତ୍‌ର୍ା ଏବଂ  ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।
ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ,ତହସିଲଦାରଙ୍କୁ ବିଦାୟ ସମ୍ବର୍ଦ୍ଧନା
ବୌଦ୍ଧ,୦୨ା୫ : ବୌଦ୍ଧର ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବହେରା ଓ ବୌଦ୍ଧ ତହସିଲଦାର ଓ ହରଭଙ୍ଗା ତହସିଲଦାରଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଜିଲ୍ଲାପାଳ ସତ୍ୟରଂଜନ ସାହୁଙ୍କ ଅଧ୍ୟକ୍ଷତାରେ ବୌଦ୍ଧ ସର୍କିଟହାଉସଠାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି କଟକ ସେଟେଲମେଣ୍ଟ ଅଧିକାରୀ ଭାବରେ ବଦଳି ହୋଇଥିବା ଅତିରିକ୍ତ ଜିଲାପାଳ ବବିତା ରାଣୀ ଦଳବେହେରା ଓ ହରଭଙ୍ଗା ତହସିଲଦାର ଶମ୍ଭୁଭୂଷଣ ମିଶ୍ରଙ୍କୁ ନଭୀମୁମ୍ବାଇ ଓଡ଼ିଶା ଭବନର ଏଆସି ମ୍ୟାନେଜର ଭାବରେ ବଦଳି ହୋଇଥିବା ଏବଂ ବୌଦ୍ଧ ତହସିଲଦାର ଦେବୀ ପ୍ରସାଦ ଦାଶ ସରକାରୀ ସେବାରୁ ଅବସରଗ୍ରହଣ କରିଥିବାବେଳେ ତିନି ପ୍ରଶାସନିକ ଅଧିକାରୀଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଜିଲ୍ଲାପାଳ ଶ୍ରୀସାହୁ ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତାକୁ ପ୍ରଶଂସା କରିବା ସହିତ ସେମାନଙ୍କ ଖାଲିସ୍ଥାନକୁ ଜିଲାବାସୀ ଅନୁଭବ କରିବେ ବୋଲି ପ୍ରକାଶ କରିଥିଲେ । ଜିଲାବାସୀଙ୍କୁ   ସେବା ଯେଗ।।ଇ ବିଦାୟ ନେଉଥିବା ଅଧିକାରୀମାନେ ଜିଲାରେ ସେମାନଙ୍କର କାର୍ଯ୍ୟକ୍ଷେତ୍ରରେ ସହଯୋଗ କରିଥିବା ସମସ୍ତ କର୍ମଚାରୀ,ଅଧିକାରୀ ଓ ଜିଲ୍ଲାବାସୀଙ୍କୁ କୃତଜ୍ଞତା ଜ୍ଞାପନ  କରିବା ସହିତ ବୌଦ୍ଧମାଟି ସର୍ବତା ତାଙ୍କ ପାଇଁ ସ୍ମରଣୀୟ ରହିବ ବୋଲି ପ୍ରକାଶ କରିଥିଲେ । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଶ୍ୱିନୀ କୁମାର ମେହେର,ଉପଜିଲ୍ଲାପାଳ ରବିନ୍ଦ୍ରନାଥ କହଁରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଶେଷରେ ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅବିନାଶ ପାଣ୍ଡିଆ ଧନ୍ୟବାଦ ପ୍ରଦାନ କରିଥିଲେ ।
ବୌଦ୍ଧ ତହସିଲଦାରଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା (ଫଟୋ)
ବୌଦ୍ଧ,୦୨ା୫ : ବୌଦ୍ଧ ତହସିଲଦାର ଦେବୀ ପ୍ରସାଦ ଦାଶ ସରକାରୀ ସେବାରୁ ନିବୃତ ହୋଇଥିବାବେଳେ ତାଙ୍କୁ ବୌଦ୍ଧ ତହସିଲ ପକ୍ଷରୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ବୌଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରଠାରେ ଉପଜିଲ୍ଲାପାଳ ରବିନ୍ଦ୍ର ନାଥ କହଁରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟଅତିଥି ଭାବରେ ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା ଓ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ତହସିଲଦାର ମନୋରଂଜନ ସୁନା,ମହମ୍ମଦ ରାଜେ ରସୁଲ,ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିୟାରସିଂହ ପ୍ରମୁଖ  ଯୋଗଦେଇ ତହସିଲଦାର ଶ୍ରୀଦାଶଙ୍କ କର୍ତ୍ତବ୍ୟ ନିଷ୍ଠା,ସମୟାନୁବର୍ତ୍ତିତା,ଦକ୍ଷ ପ୍ରଶାସନିକ ଅନୁଭବ,କର୍ମଚାରୀଙ୍କ ପ୍ରତି ସହଯୋଗ ଓ ଶ୍ରଦ୍ଧା ସର୍ବଦା କର୍ମଚାରୀମାନଙ୍କ ପାଇଁ ପ୍ରେରଣାର ସ୍ରୋତ ହୋଇ ରହିବ ବୋଲି ପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଜସ୍ୱ ନିରୀକ୍ଷକ କାମଦେବ ରାଉତରାୟ,ହମିତ ମଲ୍ଲିକ,ଅନିଲ ପ୍ରଧାନ,ସୁଜିତ ସାହୁ ଏବଂ ତହସିଲ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ । ଏହି ଅବସରରେ ତହସିଲ କାର୍ଯ୍ୟାଳୟର ରେଭେନ୍ୟୁ ସୁପରଭାଇଜର ଶ୍ୟାମସୁନ୍ଦର ବେହେରାଙ୍କୁ ମଧ୍ୟ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।  
ବୌଦ୍ଧରେ ନୂତନ ଅତିରିକ୍ତ ଜିଲ୍ଲାପାଳଙ୍କ ଯୋଗଦାନ(ଫଟୋ)
ବୌଦ୍ଧ,୦୨ା୫ : ବୌଦ୍ଧର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବରେ ଦାରିଦ୍ର‌୍ୟଭଞ୍ଜନ ମଦନ ମୋହନ ପାତ୍ର ସୋମବାର ପୂର୍ବାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀଯୁକ୍ତ ପାତ୍ର ପୂର୍ବରୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଯୁଗ୍ମଶାସନ ସଚିବ ଭାବରେ କାର୍ଯ୍ୟରତ ଥିଲେ । ଶ୍ରୀଯୁକ୍ତ ପାତ୍ର  ଅତିରିକ୍ତ ଜିଲ୍ଲାପାଳ ଭାବରେ ଦାୟିତ୍ୱ ଗ୍ରହଣ କରିବାପରେ ଜିଲ୍ଳାର ବିକାଶ ପାଇଁ ସମସ୍ତେ ମିଳିମିଶି କାର୍ଯ୍ୟ କରିବାପାଇଁ ପରାମର୍ଶ ଦେବା ସହିତ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଦାୟିତ୍ୱ ଗ୍ରହଣ କରିବାପରେ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀମାନେ ନୂତନ ଅତିରିକ୍ତ ଜିଲ୍ଲାପାଳ ଶ୍ରୀପାତ୍ରଙ୍କୁ ପୁଷ୍ପଗୁଛ ଦେଇ ଅଭିନନ୍ଦନ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like