-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||     

HOME   ରାଜ୍ୟ

୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ତୃତୀୟ ଦିନ,ଆଜି ତୃତୀୟ ଦିନରେ ୫ଟି ଜିଲ୍ଲାର ୪୪୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ 

02-May-2023



୫-ଟି ସ୍କୁଲ ରୂପାନ୍ତରରେ ଝିଅ ମାନଙ୍କ ପାଇଁ ସୁନ୍ଦର, ସ୍ବଚ୍ଛ ସ୍ବତନ୍ତ୍ର ଟଏଲେଟ୍‌ ଓ ବିଶୁଦ୍ଧ ପାନୀୟ ଜଳ ଆମ ପାଇଁ ସ୍କୁଲ ପରିବେଶକୁ ସହଜ କରିଛି – ବିଦ୍ୟାଳୟର ଛାତ୍ରୀଗଣ 

୫-ଟି ସ୍କୁଲ ରୂପାନ୍ତର ଆମ ସ୍କୁଲର ପରିବେଶକୁ ସୁନ୍ଦର କରିଛି। ଆମ ପାଇଁ ଆଧୁନିକ ଶିକ୍ଷାର ବ୍ୟବସ୍ଥା କରିଛି। ଆମର ଆତ୍ମବିଶ୍ବାସ ବୃଦ୍ଧି କରିଛି। ତା ଭିତରେ ସବୁଠାରୁ ଭଲ କଥା ହେଉଛି, ଆମ ଝିଅ ମାନଙ୍କ ପାଇଁ ସ୍ବଚ୍ଛ, ସୁନ୍ଦର ଓ ସ୍ବତନ୍ତ୍ର ଟଏଲେଟର ବ୍ୟବସ୍ଥା।  ଏହା ଆମର ସ୍କୁଲ ପରିବେଶକୁ ଆମ ପାଇଁ ବହୁତ ସହଜ କରିଛି। ଝିଅ ପିଲାଙ୍କ ପାଇଁ ଏହା ଥିଲା ଅତି ଜରୁରୀ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆମେ ଧନ୍ୟବାଦ ଦେଉଛୁ।  ଆଜି ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ତୃତୀୟ ପର୍ଯ୍ୟାୟର ତୃତୀୟ ଦିନରେ ବାଲେଶ୍ବରର ଗୋପାଳି ପ୍ରିୟଦର୍ଶିନୀ  ଜେନା, ନୟାଗଡ ସାୟଂଶ୍ରୀ ଦାଶ, ନୂଆପଡାର ନନ୍ଦିନୀ ରାଉତ, ସୁନ୍ଦରଗଡର ଦିବ୍ୟକାନ୍ତି ଓରାମ  ପ୍ରମୁଖ ଛାତ୍ରୀମାନେ ସେମାନଙ୍କ ପାଇଁ ହୋଇଥିବା ସ୍ବତନ୍ତ୍ର ଟଏଲେଟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । 

ଏହାସହିତ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଥିବାରୁ, ସେମାନଙ୍କ ସାକାର ହେବା ଆହୁରି ସହଜ ହୋଇଛି ବୋଲି ସେମାନେ କହିଥିଲେ। ସେମାନେ ସମସ୍ତେ ବଡ ହେଲେ ଡାକ୍ତର, ଶିକ୍ଷକ ଓ ଆଇଏଏସ୍‌ ଅଫିସର ଆଦି ହେବାପାଇଁ ସ୍ବପ୍ନ ଦେଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଶୀର୍ବାଦ ଦେଇଥିଲେ।

ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ତୃତୀୟ ଦିନରେ ଆଜି ୫ଟି ଜିଲ୍ଲାର ୪୪୯ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ବାଲେଶ୍ବର ଜିଲ୍ଲାର ୨୩୩ଟି ହାଇସ୍କୁଲ, ନୟାଗଡ ଜିଲ୍ଲାର ୬୪ଟି, ନୂଆପଡା ଜିଲ୍ଲାର ୫୮ଟି, ସୁନ୍ଦରଗଡ ଜିଲ୍ଲାର ୪୯ଟି ହାଇସ୍କୁଲ ଏବଂ ରାୟଗଡା ଜିଲ୍ଲାର ୪୫ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ତିନି ଦିନରେ  ସମୁଦାୟ ୧୧୩୪ଟି  ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି  ସ୍କୁଲ ରୂପାନ୍ତରିତ ହୋଇଛି । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ ।

ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ  ସଂପର୍କରେ ବୁଝାଇ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ । ଜୀବନର ସବୁ କ୍ଷେତ୍ରକୁ ଟେକ୍‌ନୋଲୋଜି ପ୍ରଭାବିତ କରୁଛି। ତେଣୁ ପିଲାମାନେ  ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଏହାଦ୍ବାରା ସେମାନେ ଆଧୁନିକ ଯୁଗରେ ସବୁ କ୍ଷେତ୍ରରେ ଆଗରେ ରହିପାରିବେ।

ସେହିପରି ସମୟ ଉପରେ ଗୁରୁତ୍ବ ଦେବକୁ ପରାମର୍ଶ ଦେଇ ସେ କହିଲେ ଯେ ସମୟର ଗୁରୁତ୍ବ ସଂପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍‌ ଭାବରେ କରିପାରିଲେ, ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ। ନିଜ ନିଜ ଜୀବନରେ ୫-ଟିର ଉପଯୋଗ ପାଇଁ ପିଲାଙ୍କୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ । ଦ୍ବିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ । ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ। ସେହିପରି ଜୀବନରେ ସାଧୁତା (Transparency ) ହେଉଛି ଏକ ଜରୁରୀ ଆବଶ୍ୟକତା । ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ସେମାନଙ୍କ ଜୀବନରେ ଆସିବ ରୂପାନ୍ତର ବା ସଫଳତା।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା । ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

      କାର୍ଯ୍ୟକ୍ରମରେ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ । ସେ କହିଥିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ । ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ ।  ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି । ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ  ଠିକ୍‌ ସମୟରେ ଶେଷ କରାଯାଇଛି  ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍‌ସପରେନ୍‌ସି ରକ୍ଷା କରାଯାଇଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ କରାଯାଉଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି ପ୍ରତ୍ୟେକ କାର୍ଯ୍ୟ ପାଇଁ ହେଉଥିବା ଖର୍ଚ୍ଚ ସଂପର୍କରେ ସମସ୍ତେ ସବୁ ବିଷୟରେ ଜାଣନ୍ତି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଦ୍ବାରା ଆସିଛି ରୂପାନ୍ତର । ଯାହାକୁ ଆମେ ସବୁ ଦେଖିପାରୁଛୁ ଓ ଅନୁଭବ କରିପାରୁଛୁ ।  କାର୍ଯ୍ୟକ୍ରମରେ ଉପସ୍ଥିତ ବାଲେଶ୍ବର ଜିଲ୍ଲାରେ ସୋର ବିଧାୟକ ଶ୍ରୀ ପର୍ଶୁରାମ ଧଡା, ନୟାଗଡରେ ବିଧାୟକ ଡଃ ଅରୁଣ କୁମାର ସାହୁ,  ନୂଆପଡାରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ଢୋଲକିଆ, ସୁନ୍ଦରଗଡରେ ରାଉରକେଲା ବିଧାୟକ ଶ୍ରୀ ସାରଦା ପ୍ରସାଦ ନାୟକ ଏବଂ ରାୟଗଡାରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ପ୍ରମୁଖ ସେମାନଙ୍କ ମତାମତ ରଖି କହିଥିଲେ ଯେ ଶିକ୍ଷା କ୍ଷେତ୍ରରେ ଏ ରୂପାନ୍ତର ସାରା ଭାରତବର୍ଷରେ ଗୁଞ୍ଜରଣ ସୃଷ୍ଟି କରିଛି। ଶିକ୍ଷା କ୍ଷେତ୍ରରେ ଏ ବୈପ୍ଲବିକ ପରିବର୍ତ୍ତନ ସାରା ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିଛି । ବିଧାୟକ ଡଃ ଅରୁଣ ସାହୁ କହିଲେ ଯେ ସ୍କୁଲ ରୂପାନ୍ତର ଯୋଗୁ ଆଜି ସରକାରୀ ସ୍କୁଲର ମର୍ଯ୍ୟାଦା ବୃଦ୍ଧି ପାଇଛି। ବେସରକାରୀ ସ୍କୁଲରୁ ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ଆଜି ସରକାରୀ ସ୍କୁଲକୁ ଫେରାଇ ଆଣୁଛନ୍ତି। କେବଳ ନୟାଗଡ ଜିଲ୍ଲାରେ ୭୦୦ ପିଲା ବେସରକାରୀ ସ୍କଲରୁ ସରକାରୀ ସ୍କୁଲକୁ ଆସିଛନ୍ତି ବୋଲି ସେ କହିଥିଲେ । ସ୍କୁଲ ରୂପାନ୍ତର ଆଗାମୀ ପୀଢିର ଭବିଷ୍ୟତକୁ ଉଜ୍ଜଳ ଓ ସୁଦୃଢ କରିଛି ବୋଲି ସେ ମତ ଦେଇଥିଲେ ।

କାର୍ଯ୍ୟକ୍ରମକୁ ପରିଚାଳନା କରି ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ସବୁ ଜିଲ୍ଲା ଗୁଡିକରେ ଆଉ ଯେତେ ସରକାରୀ ହାଇସ୍କୁଲ ରହିଛି, ସେ ସବୁ ଚତୁର୍ଥ ପର୍ଯ୍ୟାୟରେ ରୂପାନ୍ତରିତ ହେବ। ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସରକାରୀ ସ୍କୁଲକୁ ରୂପାନ୍ତରିତ କରାଯିବ ବୋଲି ସେ କହିଥିଲେ ।  ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   05-Jul-2026
  ରାଜ୍ୟ  
ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   05-Jul-2026
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026

You Might Also Like