-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜନୀତି

ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

03-May-2023



ଭୁବନେଶ୍ବର: ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ ହେଉଛନ୍ତି। ଏହାସହିତ ଘରଦ୍ବାରା ଭାଙ୍ଗିବା ଓ ଫସଲ ନଷ୍ଟ ହେବା ସହିତ ଗୃହପାଳିତ ପ୍ରାଣୀମାନେ ମଧ୍ୟ ମୃତ୍ୟୁବରଣ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ଲୋକଙ୍କ ପରିବାର ପାଇଁ କେବଳ ଏକ ଅପୂରଣୀୟ କ୍ଷତି ନୁହେଁ, ବରଂ ସେମାନଙ୍କ ପ୍ରିୟଜନମାନଙ୍କୁ ହରାଇ ଗଭୀର ମାନସିକ ଚାପରେ ମଧ୍ୟ ରହିଥାନ୍ତି। 

ତେଣୁ ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ରାଶି ତଥା ସଂପତ୍ତି କ୍ଷୟକ୍ଷତି ପାଇଁ ସହାୟତା ରାଶିରେ ବୃଦ୍ଧି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ଅନୁମୋଦନ କରିଛନ୍ତି ।

ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ବନ୍ୟାପ୍ରାଣୀ ଆକ୍ରମଣରେ ମନୁଷ୍ୟ ମୃତ୍ୟୁ କ୍ଷେତ୍ରରେ ଅନୁକମ୍ପାମୂଳକ ରାଶିର ପରିମାଣ ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି ।

ସେହିପରି ଗୁରୁତର ଆହତଙ୍କ (Permanent Injury)  କ୍ଷେତ୍ରରେ ସହାୟତା ପରିମାଣ ମଧ୍ୟ ବୃଦ୍ଧି ପାଇଛି। ୬୦ ପ୍ରତିଶତରୁ କମ୍‌ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୧ ଲକ୍ଷ ଟଙ୍କାରୁ ୧.୫୦ ଲକ୍ଷ ଟଙ୍କା ଏବଂ ୬୦ ପ୍ରତିଶତରୁ ଅଧିକ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୨.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି ।

ସେହିପରି ସାମାନ୍ୟ ଆହତଙ୍କ (Temporary Injury) କ୍ଷେତ୍ରରେ ପୂର୍ବରୁ ସହାୟତା ପରିମାଣ ୫ ହଜାର ଟଙ୍କା ଥିଲା। ବର୍ତ୍ତମାନ ଏକ ସପ୍ତାହରୁ ଅଧିକ ସମୟ ଧରି ଚିକିତ୍ସାର ଆବଶ୍ୟକତା ଥିଲେ, ସେ କ୍ଷେତ୍ରରେ ସରକାରୀ ହସ୍‌ପିଟାଲରେ ସଂପୂର୍ଣ୍ଣ ମାଗଣା ଚିକିତ୍ସା ସହିତ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ଚିକିତ୍ସାର ସମୟ ଏକ ସପ୍ତାହରୁ କମ୍‌ ହେଲେ, ସରକାରୀ ହସ୍‌ପିଟାଲରେ ସଂପୂର୍ଣ୍ଣ ମାଗଣା ଚିକିତ୍ସା ସହିତ ୫ ହଜାର ଟଙ୍କା ସହାୟତା ଦିଆଯିବ।

ଗୋମହିଷାଦି ପ୍ରାଣୀଙ୍କ ମୃତ୍ୟୁ କ୍ଷେତ୍ରରେ ମଧ୍ୟ ସହାୟତା ରାଶି ବୃଦ୍ଧି ପାଇଛି। ଗାଈ ବା ମଇଁଷିଙ୍କ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶି ପରିମାଣ ୩୭,୫୦୦ ଟଙ୍କା ଏବଂ ବଳଦର ମୃତ୍ୟୁ କ୍ଷେତ୍ରରେ ସହାୟତା ୩୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ପୂର୍ବରୁ ଏହା ୫ ହଜାର ଟଙ୍କା ଥିଲା । ବାଛୁରୀ ମୃତ୍ୟୁ ପାଇଁ ସହାୟତା ପରିମାଣ ୨୫୦୦ ଟଙ୍କାରୁ ୫୦୦୦ ଟଙ୍କା,  ଛେଳିମେଣ୍ଢାଙ୍କ ମୃତ୍ୟୁ କ୍ଷେତ୍ରରେ ୨୦୦୦ ଟଙ୍କାରୁ ୪୦୦୦ ଟଙ୍କା ଓ ମେଣ୍ଢା ଛୁଆ ମୃତ୍ୟୁ କ୍ଷେତ୍ରରେ ୭୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି ।

ଫସଲ କ୍ଷୟକ୍ଷତି କ୍ଷେତ୍ରରେ ମଧ୍ୟ ସହାୟତା ପରିମାଣ ବଢିଛି। ଧାନ ଓ ଅନ୍ୟାନ୍ୟ ଖାଦ୍ୟଶସ୍ୟ (Cereal) ଫସଲ କ୍ଷତିରେ ସହାୟତା ପରିମାଣ ଏକର ପିଚ୍ଛା ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ଅର୍ଥକରୀ ଫସଲ କ୍ଷତି କ୍ଷେତ୍ରରେ ସହାୟତା ପରିମାଣ ୧୨ ହଜାର ଟଙ୍କାରୁ ୨୫ ହଜାର ଟଙ୍କାକୁ ବଢିଛି । 

ସେହିପରି ଘର ଗୁଡିକର ଆଂଶିକ କ୍ଷତି କ୍ଷେତ୍ରରେ ସହାୟତା ପରିମାଣ ୨୦୦୦ ଟଙ୍କରୁ ୧୦,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ଘର ସଂପୂର୍ଣ୍ଣ ଭାଙ୍ଗିଥିଲେ, ବିଜୁ ପକ୍‌କା ଘର କିମ୍ବା ସେହି ମୂଲ୍ୟର ଅର୍ଥ ସହିତ ଆହୁରି ୨୦ ହଜାର ଟଙ୍କା ସହାୟତା ଆକାରରେ ପ୍ରଦାନ କରାଯିବ। ପୂର୍ବରୁ ଏହି ସହାୟତା ପରିମାଣ ୧୦,୦୦୦ ଟଙ୍କା ଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like