-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ଆଜି ଚତୁର୍ଥ ଦିନରେ ୫ଟି ଜିଲ୍ଲାର ୩୫୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ: ଜନସାଧାରଣଙ୍କ ଭାଗିଦାରୀର ପ୍ରକୃଷ୍ଟ ଉଦାହରଣ ହେଉଛି ସ୍କୁଲ ରୂପାନ୍ତର  -ମୁଖ୍ୟମନ୍ତ୍ରୀ, ଆମେ ସବୁଥିରେ ଶ୍ରେଷ୍ଠ ହେବୁ, ମୁଖ୍ୟମନ୍ତ୍ରୀଙ୍କ ଆଶା ଭରସାକୁ ପୂରଣ କରିବୁ – ଗଭୀର ଆତ୍ମବିଶ୍ବାସ ପ୍ରକାଶ କଲେ ଛାତ୍ରଛାତ୍ରୀ 

04-May-2023



୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନ


ତା.୦୪.୦୫.୨୩ସ୍କୁଲ ରୂପାନ୍ତରର  ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି । କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ ହେଉଛି, ସେ ବିଷୟରେ ମଧ୍ୟ ସେମାନେ ଜାଣନ୍ତି। ତେଣୁ ସ୍କୁଲ ରୂପାନ୍ତର ହେଉଛି, ଜନ ଭାଗିଦାରୀର ଏକ ପ୍ରକୃଷ୍ଟ ଉଦାହରଣ ।  ଆଜି ସ୍କୁଲ ରୂପାନ୍ତରର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।

 ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଆଜି ୫ଟି ଜିଲ୍ଲାର ୩୫୯ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ଭଦ୍ରକ ଜିଲ୍ଲାର ୧୨୪ଟି ହାଇସ୍କୁଲ, କନ୍ଧମାଳ ଜିଲ୍ଲାର ୭୭ଟି, ଢେଙ୍କାନାଳ ଜିଲ୍ଲାର ୩୫ଟି, ଗଜପତି ଜିଲ୍ଲାର ୮୦ଟି ହାଇସ୍କୁଲ ଏବଂ ସୁବର୍ଣ୍ଣପୁର ଜିଲ୍ଲାର ୪୩ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ଚତୁର୍ଥ ଦିନରେ  ସମୁଦାୟ ୧୪୯୩ଟି  ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି  ସ୍କୁଲ ରୂପାନ୍ତରିତ ହୋଇଛି । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ । ସେ କହିଥିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ । ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ ।  ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି । ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ  ଠିକ୍‌ ସମୟରେ ଶେଷ କରାଯାଇଛି  ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍‌ସପରେନ୍‌ସି ରକ୍ଷା କରାଯାଇଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ କରାଯାଉଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି ପ୍ରତ୍ୟେକ କାର୍ଯ୍ୟ ପାଇଁ ହେଉଥିବା ଖର୍ଚ୍ଚ ସଂପର୍କରେ ସମସ୍ତେ ସବୁ ବିଷୟରେ ଜାଣନ୍ତି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଦ୍ବାରା ଆସିଛି ରୂପାନ୍ତର । ଯାହାକୁ ଆମେ ସବୁ ଦେଖିପାରୁଛୁ ଓ ଅନୁଭବ କରିପାରୁଛୁ ।  Sent ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ  ସଂପର୍କରେ ବୁଝାଇ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ । ଜୀବନର ସବୁ କ୍ଷେତ୍ରକୁ ଟେକ୍‌ନୋଲୋଜି ପ୍ରଭାବିତ କରୁଛି। ତେଣୁ ପିଲାମାନେ  ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଏହାଦ୍ବାରା ସେମାନେ ଆଧୁନିକ ଯୁଗରେ ସବୁ କ୍ଷେତ୍ରରେ ଆଗରେ ରହିପାରିବେ।

ସେହିପରି ସମୟ ଉପରେ ଗୁରୁତ୍ବ ଦେବକୁ ପରାମର୍ଶ ଦେଇ ସେ କହିଲେ ଯେ ସମୟର ଗୁରୁତ୍ବ ସଂପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍‌ ଭାବରେ କରିପାରିଲେ, ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ। ନିଜ ନିଜ ଜୀବନରେ ୫-ଟିର ଉପଯୋଗ ପାଇଁ ପିଲାଙ୍କୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ । ଦ୍ବିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ । ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ। ସେହିପରି ଜୀବନରେ ସାଧୁତା (Transparency) ହେଉଛି ଏକ ଜରୁରୀ ଆବଶ୍ୟକତା । ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ସେମାନଙ୍କ ଜୀବନରେ ଆସିବ ରୂପାନ୍ତର ବା ସଫଳତା।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା । ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କାର୍ଯ୍ୟକ୍ରମରେ ୫-ଟି ସ୍କୁଲ ରୂପାନ୍ତର ସଂପର୍କରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଭଦ୍ରକର ଛାତ୍ରୀ ଆୟୁଷା ମଲ୍ଲିକ, କନ୍ଧମାଳର ଛାତ୍ରୀ ପ୍ରମୋଦିନୀ ନାୟକ, ଢେଙ୍କାନାଳର ଭାଗ୍ୟଶ୍ରୀ ବେହେରା, ଗଜପତିର ମମତା ଗମାଙ୍ଗୋ ଓ ସୁବର୍ଣ୍ଣପୁରର ବର୍ଷା ସାହୁ ପ୍ରମୁଖ କହିଲେ ଯେ ୫-ଟି ସ୍କୁଲ ରୂପାନ୍ତର କେବଳ ଆମ ବିଦ୍ୟାଳୟର ଭୌତିକ  ଓ ଶୈକ୍ଷିକ ପରିବେଶକୁ ଉନ୍ନତ କରିନାହିଁ, ତା ସହିତ ଆମର ଆତ୍ମବିଶ୍ବାସ ଉପରେ ମଧ୍ୟ ଗଭୀର ପ୍ରଭାବ ପକାଇଛି । ନିଜ ଉପରେ ଆମର ଭରସା ବଢିଛି। ଆମ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ରହିଛି ଓଡିଶାକୁ ସବୁ କ୍ଷେତ୍ରରେ ଶ୍ରେଷ୍ଠ କରିବା ପାଇଁ । ଆମେ ଆଜି କଥା ଦେଉଛୁ ଯେ ଆମେ ପଢିବୁ, ବଢିବୁ ଓ ସବୁ କ୍ଷେତ୍ରରେ ଶ୍ରେଷ୍ଠ ହୋଇ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିବୁ ।

ଏହାସହିତ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଥିବାରୁ, ସେମାନଙ୍କ ସାକାର ହେବା ଆହୁରି ସହଜ ହୋଇଛି ବୋଲି ସେମାନେ କହିଥିଲେ। ସେମାନେ ସମସ୍ତେ ବଡ ହେଲେ ଡାକ୍ତର, ଶିକ୍ଷକ, ଇଂଜିନିଅର ଓ ବୈଜ୍ଞାନିକ ଆଦି ହେବାପାଇଁ ସ୍ବପ୍ନ ଦେଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଶୀର୍ବାଦ ଦେଇଥିଲେ।

        କାର୍ଯ୍ୟକ୍ରମରେ ଉପସ୍ଥିତ ଭଦ୍ରକ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ଡଃ ବ୍ୟୋମକେଶ ରାଏ, କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନନ୍ଦିନୀ ମଲ୍ଲିକ, ଢେଙ୍କାନାଳ ସାଂସଦ ଶ୍ରୀ ମହେଶ ସାହୁ, ଗଜପତିରେ ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଏବଂ ସୁବର୍ଣ୍ଣପୁରରେ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ  ପ୍ରମୁଖ ସେମାନଙ୍କ ମତାମତ ରଖି କହିଥିଲେ ଯେ ସ୍କୁଲ ରୂପାନ୍ତର ଆଗାମୀ ପୀଢିର ଭବିଷ୍ୟତକୁ ଉଜ୍ଜଳ କରିଛି। ଏହା ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ପ୍ରକୃଷ୍ଟ ନିଦର୍ଶନ। ଓଡିଶାକୁ ସବୁ କ୍ଷେତ୍ରରେ ଆଜି ନମ୍ବର ୱାନ କରିବା ସହିତ ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟର ଭବିଷ୍ୟତକୁ ମଧ୍ୟ ସୁରକ୍ଷିତ କରିବା ପାଇଁ ବଳିଷ୍ଠ ପଦକ୍ଷେପ ନେଇଛନ୍ତି ବୋଲି ସେମାନେ କହିଥିଲେ। 

  କାର୍ଯ୍ୟକ୍ରମକୁ ପରିଚାଳନା କରି ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ    ସ୍କୁଲ ରୂପାନ୍ତରରେ ଯେଉଁ ସବୁ ସମ୍ପତ୍ତି ବା ଆସେଟ୍‌ ସୃଷ୍ଟି ହୋଇଛି, ସେ ସବୁ ସାରା ଓଡିଶାବାସୀଙ୍କ ଟଙ୍କାରେ ନିର୍ମିତ ହୋଇଛି ବୋଲି ପ୍ରକାଶ କରି ସେ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ସ୍କୁଲର ଆସେଟ୍‌ ଗୁଡିକର ରକ୍ଷଣାବେକ୍ଷେଣ ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରନ୍ତି । ତେଣୁ ଆପଣମାନେ ନିଜର ସମ୍ପତ୍ତି ଭଳି ସ୍କୁଲର ସମ୍ପତ୍ତିର ରକ୍ଷଣାବେକ୍ଷଣ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଶା ଓ ଭରସା ରହିଛି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ।  ଉଚ୍ଚଶିକ୍ଷା ବିଭାଗ, ସାମାଜିକ ସୁରକ୍ଷା ବିଭାଗ ଓ ଅନ୍ୟାନ୍ୟ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like