-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

04-May-2023



ଭୁବନେଶ୍ବର / ଅଲଚିକି ଲିପିର ଉଦ୍‌ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି ।

ସାନ୍ତାଳି ସମାଜ  ଓ  ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ ବିଦିତ। ପଣ୍ଡିତ ମୁର୍ମୁ ଅଲଚିକି ଲିପି ଉଦ୍‌ଭାବନ କରି ସାନ୍ତାଳି ସମାଜର ସାଂସ୍କୃତିକ ପରିଚୟକୁ ସୁଦୃଢ କରିଯାଇଛନ୍ତି । ସାନ୍ତାଳି ଲିପି ଏକ ବିଜ୍ଞାନ ସମ୍ମତ ଲିପି ଭାବରେ ମଧ୍ୟ ସ୍ବୀକୃତି ପାଇଛି।  ସାନ୍ତାଳି ଭାଷାରେ ଅଲିଚିକି ଲିପିରେ ସେ ଅନେକ କାଳଜୟୀ ସାହିତ୍ୟ ସୃଷ୍ଟି କରିଛନ୍ତି । ତାଙ୍କର କାଳଜୟୀ କୃତୀ ପାଇଁ ସେ କେବଳ ସାନ୍ତାଳି  ସମାଜ ନୁହେଁ,  ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ସ୍ମରଣୀୟ ହୋଇ ରହିଛନ୍ତି । ସାନ୍ତାଳି ସମାଜ ପାଇଁ ତାଙ୍କର ମହାନ ଅବଦାନ ତାଙ୍କୁ ସବୁବେଳେ ପୂଜନୀୟ କରି ରଖିଛି । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିରେ ରାଜ୍ୟ ସରକାର ବାରିପଦା ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି । ସାନ୍ତାଳି ଜାତି ପ୍ରତି ପଣ୍ଡିତ ମୁର୍ମୁଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତାଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାକୁ ମଧ୍ୟ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ମାର୍ଚ୍ଚ ୨ ଓ ୩ ଦୁଇ ଦିନ ଧରି ମୟୁରଭଂଜ ଗସ୍ତରେ ଯାଇଥିବା ବେଳେ ଦାଣ୍ଡବୋସ ଯାଇ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପରିଦର୍ଶନ କରିଥିଲେ  ଏବଂ ବାରିପଦାସ୍ଥିତ ପଣ୍ଡିତ ମୁର୍ମୁଙ୍କ ବାସଭବନକୁ ମଧ୍ୟ ଯାଇଥିଲେ । ତାଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି ସେ ସାନ୍ତାଳି ଭାଇଭଉଣୀଙ୍କ ସହ ଆଲୋଚନା ବେଳେ ଶ୍ରୀ ପାଣ୍ଡିଆନ ପ୍ରତିଶୃତି ଦେଇଥିଲେ। ତଦ୍‌ନୁଯାୟୀ ସେଥିପାଇଁ ଏକ ବିସ୍ତୁତ ଯୋଜନା ପ୍ରସ୍ତୁତ କରିବା ପାଇଁ ସେ ପ୍ରଶାସନକୁ ପରାମର୍ଶ ଦେଇଥିଲେ ।

 

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ଅଞ୍ଚଳର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି । ତଦନୁଯାୟୀ ଦାଣ୍ଡବୋସ-କାପିବୁରୁ ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କର ସମାଧୀ ପୀଠର ବିକାଶ ପାଇଁ ୭୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ଆଉ ୭୫ ଲକ୍ଷ ଟଙ୍କା ଖର୍ଚ୍ଚରେ ସେଠାରେ ଧ୍ୟାନକେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ। ଏତଦ୍‌ବ୍ୟତୀତ କାପିବୁରୁର ପାଚେରୀ ଓ ସଂଯୋଗ ରାସ୍ତାର ବିକାଶ ପାଇଁ ୩ କୋଟି ଟଙ୍କା ଖର୍ଚ୍ଚ କରିବାର ଯୋଜନା ଥିବାବେଳେ, ସେଠାରେ ଏକ ଅଡିଟୋରିମ ଓ ଗବେଷଣା କେନ୍ଦ୍ର ପାଇଁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେଠାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ Dormitory ଓ ଅନ୍ୟାନ୍ୟ ସୁବିଧା ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। କାପିବୁରୁର ସୌନ୍ଦର୍ଯ୍ୟକରଣ ଓ ସ୍ବାଗତତୋରଣ ପାଇଁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଦାଣ୍ଡବୋସ, ବିଦୁ ଚାନ୍ଦାନ ବାହାଗାଳର ବିକାଶ ତଥା ମାରାଙ୍ଗ-ଆହାରା ପୁଷ୍କରିଣୀ ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏତଦ୍‌ବ୍ୟତୀତ ପାନୀୟ ଜଳ, ବିଦ୍ୟୁତକରଣ ପାଇଁ ୮୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ବୋଲି ସ୍ଥିର କରାଯାଇଛି ।

୫-ଟି ଉପକ୍ରମରେ ଏ ସମସ୍ତ କାର୍ଯ୍ୟ ପୂର୍ତ୍ତ ବିଭାଗ ଦ୍ବାରା ସଂପାଦନ କରାଯିବ । ଖୁବଶୀଘ୍ର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like