-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

ନରସିଂହଙ୍କ ବଲାଙ୍ଗିର ଓ ଦେଓଗାଁ ବ୍ଲକ ଗସ୍ତ,  ଲୋକଙ୍କ ସମସ୍ୟା ଶୁଣିଲେ ନରସିଂହ,  କମ୍ୟୁନିଟି ସେଣ୍ଟର ଓ ହାଇମାଷ୍ଟ ଲାଇଟ ର କଲେ ଉଦଘାଟନ

05-May-2023



ବଲାଙ୍ଗିର(ପ୍ରେରଣା ଖବର) - ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ନିଜ ନିର୍ବାଚନମଣ୍ଡଳୀ  ଅନ୍ତର୍ଗତ ଉଭୟ ଦେଓଗାଁ ଓ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ବିଭିନ୍ନ ଗାଁ ଗସ୍ତ କରି ସେଠାରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ସାମାଜିକ, ଧାର୍ମିକ ତଥା ରାଜନୈତିକ କାର୍ଯ୍ୟକ୍ରମମାନଙ୍କରେ ଯୋଗ ଦେବା ସହ ଲୋକଙ୍କ ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ଉପରେ ଆଲୋଚନା କରିଥିଲେ । ବିଶେଷ କରି ଆଇନ ଶୃଙ୍ଖଳା, ରାସ୍ତାଘାଟ, ପଇବା ପାଣି, ବିଜୁଳି ଓ ଶିକ୍ଷାନୁଷ୍ଠାନ ମାନଙ୍କରେ ଥିବା ସମସ୍ୟା ଗୁଡିକୁ ନେଇ ଲୋକେ ଶ୍ରୀ ମିଶ୍ରଙ୍କ ସମ୍ମୁଖରେ ବିଭିନ୍ନ ଆପତ୍ତି ଅଭିଯୋଗ କରିଥିଲେ । ବଘାପାଲି, ଦୁଆନପାଲି ଏବଂ ସିନଖମନ ଠାରେ ଜଳ ସମସ୍ୟା, ଆଇନ ଶୃଙ୍ଖଳାକୁ ନେଇ ଲୋକେ ଅଭିଯୋଗ କରିଥିଲେ ଯାହାକୁ ଶ୍ରୀ ମିଶ୍ର ତତକ୍ଷଣାତ ଉପଖଣ୍ଡସ୍ତରୀୟ ପୋଲିସ ଅଧିକାରୀଙ୍କୁ ଫୋନ୍ ଯୋଗେ ଜଣାଇ ସେହି ଅଂଚଳଗୁଡିକୁ ସ୍ୱତନ୍ତ୍ର ପୋଲିସ ପେଟ୍ରୋଲିଂ ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ସଦର ବ୍ଲକ ସ୍ଥିତ ବୈଦିପାଲି ଓ ଫଟକରା ଠାରେ ଦୁଇଟି କମ୍ୟୁନିଟି ସେଣ୍ଟରକୁ ବିଧାୟକ ଶ୍ରୀ ମିଶ୍ର ଉଦଘାଟନ କରିଥିଲେ ।

ପରେ ବିଧାୟକ ଶିବତଲା ଗସ୍ତ କରି ସେଠାରେ ଏକ ମଣ୍ଡପର ଭିତ୍ତିପ୍ରସ୍ତର ଦେଇଥିଲେ । ସେହିପରି ବିଧାୟକ ଶ୍ରୀ ମିଶ୍ର ଦେଓଗାଁ ବ୍ଲକ ସ୍ଥିତ ସାଲେପାଲି ଠାରେ ବିଧାୟକ ପାଣ୍ଠିରୁ ଦୁଇଟି ହାଇମାଷ୍ଟ ଲାଇଟ ର ଶୁଭ ଉଦଘାଟନ କରିଥିଲେ । ଏଠାରେ ଆଲୋଛନା ମସୟରେ ଉପସ୍ଥିତ ଲୋକେ ସାଲେପାଲି ଏକ ପୁରାତନ ଗ୍ରାମ ହୋଇଥିବା ବେଳେ ଏଠାରେ ଏକ କଲ୍ୟାଣ ମଣ୍ଡପର ଆବଶ୍ୟକତାକୁ ନେଇ ବିଧାୟକ ଶ୍ରୀ ମିଶ୍ରଙ୍କୁ ଦାବି ଜଣାଇଥିଲେ । ଅନ୍ୟାନ୍ୟ ସମସ୍ୟା ମଧ୍ୟରେ ରାସ୍ତା ଓ ନାଳି ସମସ୍ୟାକୁ ନେଇ ମଧ୍ୟ ଆଲୋଚନା ହୋଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମରେ  ଜମିଦାର ଦୁର୍ଗାପ୍ରସାଦ ସିଂ ଦେଓ, ସେବା ଦଳ ମୁଖ୍ୟ ଅସିତ ମିଶ୍ର, ବିରେନ୍ଦ୍ର ମିଶ୍ରମ ଅନନ୍ତ ବେହେରା, ରାମଜୀ ଚୌଧୂରି, ସରୋଜ ରଥ, କାନ୍ତେଶ୍ୱର ପ୍ରଧାନ, ଗୋପ ମେେହେର, କୋଶଲ ବେହେରା, ଉମାକାନ୍ତ ନାଏକ, ସଚ୍ଚିଦାନନ୍ଦ କୁରେଇ, ଅମିତ ତ୍ରିପାଠୀ, ଦୁର୍ଯୋଧନ ମେହେର, କରୁଣା ମେହେର, ତୁଲାମଣୀ ମେହେର, ଉଦୟନାଥ ସାମଲ, ବାସୁଦେବ ଭୋଇ, ହେମସାଗର ଭୋଇ, ବୁଦ୍ଧଦେବ ସାମଲ, ଭରତ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like