-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

୧୭ ଦିନରେ ବାଲିଗୁଡାର ଐତିହାସିକ ଠାକୁରାଣୀ ଯାତ୍ରା: ବିରାଟ ପଟୁଆରରେ ସୁନାପାଙ୍ଗା ପରିଭ୍ରମଣ କଲେ

10-May-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା' ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୁଲ୍ୟରେ ଆୟୋଜିତ ହେଉଛି l ମା' ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣରେ ହୋଇଥିବା ଅସ୍ଥାୟୀ ପୀଠରେ ଆୟୋଜକ ସମିତି ଦ୍ୱାରା ମଙ୍ଗଳବାର ୧୭  ଦିନରେ ମା' ମାନଙ୍କର ଘଟକୁ ଆଜି ସୁସଜିତ କରାଯାଇଛି l ଏଥିରେ ଦେଶୀବେହେରା ଭାବେ ଏ.ସନ୍ତୋଷ କୁମାର ଦୋରାଙ୍କ ପରିବାରର ସମସ୍ତେ ଉପସ୍ଥିତ ରହି ଯଥାରିତି ସହକାରେ ପୁଜାର୍ଚ୍ଚନା କରାଯାଇଥିଲା। ମଙ୍ଗଳବାର ସକାଳ ଆଳତୀ ପରେପରେ  ସୁନାପାଙ୍ଗା ସାହି ବାସିନ୍ଦା ଏକ ବିରାଟ ପଟୁଆର ରେ ଆସି ସମସ୍ତ ଦେବୀ ମାନଙ୍କୁ ବରଣ କରି ଥିଲେ l ମା' ମାନଙ୍କ ଆଗମନ କୁ ଆଖି ଆଗରେ ରଖି ସୁନାପାଙ୍ଗା ସାହି ପୂଜା କମିଟି ତରଫରୁ ସାହି ତଥା ଯାତାୟାତ ଜନସାଧାରଣ ଙ୍କ ଉଦେଶ୍ୟରେ ସୁସ୍ୱାଦ ପଣା, ହାଲୁଆ ଓ କନିକା ଭୋଗ ବଣ୍ଟନ କରିଥିଲେ l

ସକାଳ ଓ ସନ୍ଧ୍ୟାର ଆଳତୀ ପରେପରେ ଭକ୍ତ ମାନଙ୍କୁ ମା' ଦର୍ଶନ ଦେଉଛନ୍ତି । ସନ୍ଧ୍ୟା ଆଳତୀ ପରେ ମଙ୍ଗଳବାର ୧୩ ଦିନ ପରିକ୍ରମା ରେ ମା' ସୁନାପାଙ୍ଗା ସାହି କୁ ନଗର ପରିକ୍ରମା କରିଥିଲେ l ପ୍ରତିଦିନର ନଗର ପରିକ୍ରମା ରେ ଶହ ଶହ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେଉଛି । ଭକ୍ତ ଓ ଦର୍ଶକଙ୍କ ମନୋରଞ୍ଜନ ନିମନ୍ତେ ଆୟୋଜକ ସମିତି ଦ୍ୱାରା ପ୍ରତିଦିନ ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ର ଆୟୋଜନ କରାଯିବା ସହ ମିନି ଷ୍ଟାଡିୟମ ପରିସରରେ ରାମ ଦୋଳି, ମୀନାବଜାର ଭଳି ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜିତ ହେବା ସହ ବିଭିନ୍ନ ପ୍ରକାର ଷ୍ଟଲ କରାଯାଇଛି l ତତ ସଙ୍ଗେ ସଙ୍ଗେ ମା'ଙ୍କ ଅସ୍ଥାୟୀ ବରାଳ ଦେବୀ ମନ୍ଦିର ନିକଟରେ ନୟାଗଡ଼ ଜିଲ୍ଲା ଇଟାମାଟି ଅଞ୍ଚଳର ପ୍ରସିଦ୍ଧ ଯାତ୍ରା ସଂଘର୍ଷ ର ନାଟକ "ଲବକୁଶ ଜନ୍ମ" ପରିବେଷଣ ହୋଇ ଥିବା ବେଳେ ମିନିଷ୍ଟାଡିୟମ ପରିସରରେ ଭୁବନେଶ୍ୱର ର ଅମିତ ଡ୍ୟାନ୍ସ ଗ୍ରୁପ ଓ ବ୍ରହ୍ମପୁର ଅଞ୍ଚଳର ଆନ୍ନା କମେଡି ହଜାର ହଜାର ଦର୍ଶକ ଙ୍କୁ ବେଶ ମତୁଆଲା କରିବା ସହ କାର୍ଯ୍ୟକ୍ରମ ମଧ୍ୟ ବେଶ ଆକର୍ଷଣୀୟ ହୋଇପାରିଥିଲା l ମଙ୍ଗଳବାର ର ପଟୁଆରରେ ବ୍ୟାପକ ଆତସବାଜ଼ି ଫୁଟାଇବା ସହ ବାରଖମା ର ଆକର୍ଷଣୀୟ ବାଜା ପଟୁଆର, ଦୁଲଦୁଲି ବାଜା,ନଦିୟା କୀର୍ତ୍ତନ, ଝୁଣା ଖେଳ, ଘଣ୍ଟ ବାଦ୍ୟ, ଚାଙ୍ଗୁ ବାଜା, ନିଶାନ ବାଦ୍ୟ ଏବଂ ଉକ୍ତ ସାହିର ବହୁ ଶିଶୁ ତଥା ଯୁବ କଳାକାର ବିଭିନ୍ନ ବେଶହୋଇ  ପରିକ୍ରମା କରିବା ସବୁଠାରୁ ବେଶ ଆକର୍ଷଣୀୟ ହେବା ସହ ଅନେକ ପଟୁଆର ସାମିଲ ଥିଲେ । ୧୭  ଦିନରେ ମା 'ଙ୍କ ୧୩ ତମ ନଗର ପରିକ୍ରମା ଅସ୍ଥାୟୀ ପୀଠ ବରାଳ ଦେବୀ ମନ୍ଦିରରୁ ଏକ ବିରାଟ ପଟୁଆର ରେ ବାହାରି ଷ୍ଟେଟ ବ୍ୟାଙ୍କ ଛକ,ହାଇସ୍କୁଲ ଛକ, ବନ୍ଧସାହି ଛକ, ସାଇ ମନ୍ଦିର ଛକ ଦେଇ ସୁନାପାଙ୍ଗା ସାହି  ଅଞ୍ଚଳରେ ମା'ପ୍ରବେଶ କରିବା ପରେ ସାହି ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପ୍ରତ୍ୟେକ ଘର ସମ୍ମୁଖରେ କୁମ୍ଭ, ଦୀପ, ଧୂପ, ଫୁଲ, ଚନ୍ଦନ ଓ ଭୋଗ ରଖି ପୂଜାର୍ଚ୍ଚନା କରିବା ପରେ ସାହି ର ମଧ୍ୟ ଭାଗରେ ଏକ ଅସ୍ଥାୟୀ ପୂଜନ ସ୍ଥଳରେ ସମସ୍ତ ଭକ୍ତ ଏକତ୍ରିତ ହୋଇ ପୂଜାର୍ଚନା କରିଥିଲେ l ଏଥିରେ ମା 'ପାଟଖଣ୍ଡାଙ୍କ ସମେତ ବରାଳଦେବୀ, ମା'ଦୁର୍ଗା, ମହାମାୟୀ, ଡେଙ୍ଗଶୀଳ, ଏବଂ ମା'କାଳୀଙ୍କ ଘଟ ଏହିଯାତ୍ରା ରେ ମିଳିତ ଭାବରେ ଯାଉଛନ୍ତି । ଶେଷରେ ପ୍ରସାଦ ସେବନ ର ବ୍ୟବସ୍ଥା କରାଯାଇଥିଲା l ଅସ୍ଥାୟୀ ପୀଠରେ ମା' ଙ୍କ ମିଠାଭୋଗ ନିମନ୍ତେ ଏକ ମିଷ୍ଠାନ୍ନ କେନ୍ଦ୍ର ଖୋଲା ଯାଇଛି l ୨୧ ଦିନ ଧରି ଆୟୋଜିତ ହେଉଥିବା ଏହି ଯାତ୍ରାରେ ପୂଜକ ମାନେ ନିଜ ନିଜ ପୁଜା କାର୍ଯ୍ୟରେ ସାମିଲ ଅଛନ୍ତି । ଆୟୋଜକ ସମିତିର ସମସ୍ତ ସଦସ୍ୟ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like