-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ଵାରା ଦିବ୍ୟାଙ୍ଗଙ୍କ ପାଇଁ ସ୍ଵତନ୍ତ୍ର ଅଭିଯାନ ଚଳିତ ମାସ ୨୨ ରୁ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ 

20-May-2023



ବଲାଙ୍ଗିର(ଦେବାଶିଷ ବହିଦାର): ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ଆଦେଶ କ୍ରମେ ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଦିବ୍ୟାଙ୍ଗଙ୍କ ପାଇଁ ଏକ ସ୍ଵତନ୍ତ୍ର ଅଭିଯାନ ଚଳିତ ମାସ ୨୨ ତାରିଖ ଠାରୁ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଅଭିଯାନ ପାଇଁ ଜିଲ୍ଲା ଦୌରାଜଜ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଲଲାଟେନ୍ଦୁ ଜେନାଙ୍କ ଅଧ୍ୟକ୍ଷତାରେ ସମ୍ପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କୁ ନେଇ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଲାଙ୍ଗିର ଜିଲ୍ଲାରେ ଥିବା  ଦିବ୍ୟାଙ୍ଗ ମାନେ କିପରି ସେମାନଙ୍କର ନ୍ୟାର୍ଜ୍ୟ ଅଧିକାରରୁ ବଞ୍ଚିତ ନହେବେ ତଥା ସେମାନଙ୍କ ପାଇଁ ଥିବା ସରକାରୀ ସୁବିଧା ସୁଯୋଗ ପାଇପାରିବେ ସେ ନେଇ ଜିଲ୍ଲା ଦୌରାଜଜ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ମତ ରଖିଥିଲେ । ଏହି ବୈଠକରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ବିନୟ କୁମାର ପାତ୍ର, ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କୁବେର ଚନ୍ଦ୍ର ମହନ୍ତ, ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରାଙ୍କ ସମେତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସହକାରୀ ଜିଲ୍ଲାପାଳ(ନ୍ୟାୟିକ), ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ତଥା ସମ୍ପୃକ୍ତ ବିଭାଗ ର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଦିବ୍ୟାଙ୍ଗ ଙ୍କ ପାଇଁ ସ୍ଵତନ୍ତ୍ର ଅଭିଯାନ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ବଲାଙ୍ଗିର ତରଫରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାର ଦିବ୍ୟାଙ୍ଗ ମାନେ ଏହି ଅଭିଯାନର ସୁଯୋଗ ନେବା ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ତାଲୁକ ଆଇନ ସେବା ପ୍ରାଧିକରଣ, ସାମାଜିକ ସୁରକ୍ଷା ବିଭାଗ, ପାରାଲିଗାଲ ସ୍ଵେଚ୍ଚାସେବୀ ମାନଙ୍କ ସହ ଯୋଗାଯୋଗ କରିପାରିବେ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ପ୍ରକାଶ କରିଛନ୍ତି । ଦିବ୍ୟାଙ୍ଗଙ୍କ ପାଇଁ ସ୍ଵତନ୍ତ୍ର ଅଭିଯାନ ନିମନ୍ତେ ଜିଲ୍ଲାରେ ଆଶାକର୍ମୀ, ଅଙ୍ଗନବାଡି କର୍ମୀ ଓ ପାରାଲିଗାଲ ସ୍ଵେଚ୍ଚାସେବୀ ମାନଙ୍କ ସହାୟତା ନିଆଯିବ ବୋଲି ବୈଠକରେ ଆଲୋଚନା ହୋଇଥିଲା । ଏ ସମ୍ପର୍କରେ ଆଶାକର୍ମୀ  ଓ ଅଙ୍ଗନବାଡି କର୍ମୀଙ୍କୁ ସୁଚିତ କରିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଓ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ଅନୁରୋଧ କରାଯାଇଛି । ଜିଲ୍ଲାରେ ଏହି ଅଭିଯାନ ଯେପରି ସୁଚାରୁରୂପେ ସମ୍ପାଦିତ ହେବ ସେଥିପ୍ରତି ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହେବାକୁ ଜିଲ୍ଲା ଦୌରାଜଜ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅନୁରୋଧ କରିଥିଲେ । ସରକାରୀ ସହାୟତା ତଥା ଆଇନ ସେବା ପ୍ରାଧିକରଣ ତରଫରୁ ଦିବ୍ୟାଙ୍ଗ ମାନଙ୍କ ପାଇଁ ଯୋଗାଇ ଦିଆଯାଉଥିବା ସହାୟତା ସମ୍ପର୍କରେ ସବିଶେଷ ବିବରଣୀ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ କିମ୍ବା ତାଲୁକ ଆଇନ ସେବା ପ୍ରାଧିକରଣ ସହ ତୁରନ୍ତ ଯୋଗାଯୋଗ କରିବା ନିମନ୍ତେ ଅନୁରୋଧ କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like