-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ପଟୋରା ସ୍ଥିତ ଯୋଗେଶ୍ଵର ମହାଦେବ ମନ୍ଦିରର ହେବ ରୁପାନ୍ତର, ପର୍ଯ୍ୟଟନ ଓ ଜଳକ୍ରୀଡା ସୁବିଧାର ବିକାଶ କରାଯିବ, ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ, ପାତାଳ ଗଙ୍ଗା ଜଗନ୍ନାଥ ମନ୍ଦିର, ରାଧାକୃଷ୍ଣ ଓ ସୁନାଦେଇ ମନ୍ଦିରର ମଧ୍ୟ ସୋନ୍ଦର୍ଯ୍ୟ କରଣ ହେବ

21-May-2023



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କଳାହାଣ୍ଡି ଓ ନୂଆପଡାକୁ ତିନି ଦିନିଆ ଗସ୍ତରେ ଯାଇଥିବା 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ ଆଜି ତୃତୀୟ ଦିନରେ ନୂଆପଡ଼ା, ସିନାପାଲି, ଖରୀଆର, ବୋଡ଼େନ, କୋମନା ଆଦି ବ୍ଲକ ଅଞ୍ଚଳ ପରିଦର୍ଶନ କରି ବିକାଶ କାମର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କ ସହିତ ସେମାନଙ୍କ ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଛନ୍ତି।

ଶ୍ରୀ ପଣ୍ଡିଆନ ପ୍ରଥମେ ଗଡରମାଲ ଠାରେ ବୃହତ୍ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳ ପରିଦର୍ଶନ କରି ସେଠାରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ଏହି ପ୍ରକଳ୍ପରେ ୮୧୯ ହେକ୍ଟର ଜମି କୁ ପାଣି ଦିଆ ଯାଉଥିବା ବେଳେ ୧୬୩୦ ଚାଷୀ ପରିବାର ଏହାଦ୍ବାରା ଉପକୃତ ହେଉଛନ୍ତି। ପାରମ୍ପରିକ ଚାଷକୁ ଛାଡି ମକା, ବାଦାମ, କାଜୁ, ଓ ପନିପରିବା ଚାଷ ପାଇଁ ଚାଷୀଙ୍କୁ ଉତ୍ସାହିତ କରିବା ଏହି ପ୍ରକଳ୍ପର ଉଦ୍ଦେଶ୍ୟ। ଏହି ପ୍ରକଳ୍ପକୁ ଆହୁରି ସମ୍ପ୍ରସାରଣ କରାଯାଇ ଚାଷୀ ମାନଂକୁ କିପରି ଅଧିକ ଜଳ ସେଚନ ସୁବିଧା ଦିଆ ଯାଇ ପାରିବ, ଶ୍ରୀ ପାଣ୍ଡିଆନ ସେ ସଂପର୍କରେ ଜଳ ସେଚନ ବିଭାଗ ଯନ୍ତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ। ଏ ସଂପର୍କରେ ଏକ ରିପୋର୍ଟ ପ୍ରସ୍ତୁତ କରି ତୁରନ୍ତ ପ୍ରଦାନ କରିବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି କୋନବିରା ରେ ଜଳ ସେଚନ ସମ୍ଭାବନାକୁ ଦୃଷ୍ଟିରେ ରଖି ସେ ସ୍ଥାନୀୟ ଲୋକ ଓ ଜଳ ସେଚନ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ। ସେଠାରେ ଏକ Mega Lift ପ୍ରକଳ୍ପ ପାଇଁ ବିସ୍ତୃତ ରିପୋର୍ଟ ପ୍ରଦାନ କରିବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ନୂଆପଡ଼ାର କେତକ ଗୁରୁତ୍ୱପୂର୍ଣ୍ଣ ମନ୍ଦିର ର ବିକାଶ ପାଇଁ ମଧ୍ୟ ଶ୍ରୀ ପାଣ୍ଡିଆନ ନିଷ୍ପତ୍ତି ନେଇଛନ୍ତି। ପାଟୋରା ସ୍ଥିତ ଯୋଗେଶ୍ଵର ମହାଦେବ ମନ୍ଦିରର ରୂପାନ୍ତର ସଂପର୍କରେ ସେ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ମନ୍ଦିରର ରୁପାନ୍ତର ଓ ସୌନ୍ଦର୍ଯ୍ୟ କରଣ ସହିତ ସେଠାରେ ପର୍ଯ୍ୟଟନ ଓ ଜଳ କ୍ରୀଡା ସୁବିଧାର ବିକାଶ ନିମନ୍ତେ ଏକ ବିସ୍ତୃତ ରିପୋର୍ଟ ପ୍ରସ୍ତୁତ କରି ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ପାତାଲଗଙ୍ଗା ଠାରେ ସେ ଜଗନ୍ନାଥ ମନ୍ଦିର ଓ ରାଧକୃଷ୍ଣ ମନ୍ଦିର ପରିଦର୍ଶନ କରି ସେଠାରେ ମନ୍ଦିର କମିଟି ସଦସ୍ୟ ମାନଙ୍କ ସହ ଆଲୋଚନା କରି ଏହାର ଉନ୍ନତି ସଂପର୍କରେ ସବିଶେଷ ତଥ୍ୟ ନେଇଥିଲେ। ଏହାର ରୁପାନ୍ତର ପାଇଁ ରିପୋର୍ଟ ପ୍ରଦାନ କରିବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ସୁନାବେଡ଼ା ର ସୁନଦେଇ ମନ୍ଦିର ପରିଦର୍ଶନ କରି ଏହାର ଉନ୍ନତି ଓ ସୌନ୍ଦର୍ଯ୍ୟ କରଣ ପାଇଁ ସେବାୟତ ଓ ସ୍ଥାନୀୟ ଲୋକ ମାନଙ୍କ ସହ ଆଲୋଚନା କରିଥିଲେ। ସେମାନେ ମନ୍ଦିର ସହିତ ସ୍ଥାନୀୟ ଅଞ୍ଚଳର ସାମଗ୍ରୀକ ବିକାଶ ପାଇଁ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ। ତେଣୁ ସୁନାବେଡ଼ା ପାର୍ବତ୍ୟଞ୍ଚଳର ସାମଗ୍ରୀକ ବିକାଶ ପାଇଁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇ ରିପୋର୍ଟ ପ୍ରଦାନ କରିବାକୁ କହିଥିଲେ। 

ବୋଡ଼େନ ଠାରେ ମିଶନ ଶକ୍ତି କେଫ ପରିଦର୍ଶନ କରି ସେଠାରେ ମିଶନ ଶକ୍ତି ର ସଦସ୍ୟା ମାନଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କ ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରି ସେମାନଙ୍କୁ ଅଧିକ ସୁବିଧା ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ଲିତିସର୍ଗୀ ଠାରେ ସେ ରୂପାନ୍ତରିତ ଗୋପୀନାଥ ହାଇ ସ୍କୁଲ୍ ପରିଦର୍ଶନ କରି ଛାତ୍ର, ଛାତ୍ରୀ, ଅଭିଭାବକ, ଶିକ୍ଷକ ଓ ପୁରାତନ ଛାତ୍ର ମାନଙ୍କ ସହ ଆଲୋଚନା କରିଥିଲେ। ପିଲା ମାନଙ୍କ ପାଇଁ ଆଧୁନିକ ଶିକ୍ଷାର ସୁବିଧା ହୋଇ ଥିବାରୁ ସେମାନେ ଖୁସି ପ୍ରକାଶ କରିଥିଲେ। ପିଲା ମାନେ ଭଲ ପାଠ ପଢି ଓଡ଼ିଶାର ଉନ୍ନତି ପାଇଁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।

ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସେ ଆମ ହସ୍ପିଟାଲ୍ କାର୍ଯ୍ୟକ୍ରମର ସମୀକ୍ଷା କରି  ବ୍ୟବସ୍ଥାର ବିଭିନ୍ନ ମାପଦଣ୍ଡ ସଂପର୍କରେ ଅନୁଧ୍ୟାନ କରିଥିଲେ। ରୋଗୀ ମାନଙ୍କ ସହ ଆଲୋଚନା କରି ସେମାନେ ଏହି ବ୍ୟବସ୍ଥା ଦ୍ବାରା କେତେ ସୁବିଧା ପାଉଛନ୍ତି, ସେମାନେ ଖୁସି ଅଛନ୍ତି ନା ନାହିଁ, ସେ ସଂପର୍କରେ ପଚାରି ବୁଝିଥିଲେ ଓ ସ୍ଵାସ୍ଥ୍ୟ ଅଧିକାରୀ ମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଥିଲେ

ଖଡିଆଳ sub-divisional ହସ୍ପିଟାଲ ରେ ସେ ଆମ ହସ୍ପିଟାଲ୍ କାର୍ଯ୍ୟକ୍ରମ ସମୀକ୍ଷା କରି ରୋଗୀ ମାନଙ୍କୁ ସେମାନଙ୍କୁ ମିଳୁଥିବା ସୁବିଧା ସଂପର୍କରେ ପଚାରି ବୁଝି ଥିଲେ। ବ୍ୟବସ୍ଥାର ଉନ୍ନତି ପାଇଁ ସ୍ୱାସ୍ଥ୍ୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ। 

ସିଲଦା ଠାରେ ସେ ମିଶନ ଶକ୍ତି ସଦସ୍ୟା, ଗ୍ରାମ ପଞ୍ଚାୟତ ଫେଡେରସନ, ବ୍ଲକ୍ ସ୍ତରୀୟ ଫେଡେରସନ ଓ ଜିଲ୍ଲା ସ୍ତରୀୟ ଫେଡେରସନ ର ସଦସ୍ୟ ମାନଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କ ସୁବିଧା ଅସୁବିଧା ବୁଝିବା ପରେ ମହିଳା ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ନୂଆପଡ଼ା ଠାରେ ନିର୍ମାଣାଧୀନ ମଡେଲ ବସ ଷ୍ଟାଣ୍ଡ ପରିଦର୍ଶନ କରି ଏହାକୁ ନିର୍ଦ୍ଧାରତ ସମୟ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ପରିଶେଷରେ ସେ ନୂଆପଡ଼ା National College ପ୍ରାଙ୍ଗଣରେ ସ୍ଥାନୀୟ ଲୋକ ମାନଙ୍କ ସୁବିଧା ଅସୁବିଧା ଓ ଅଭିଯୋଗ ଶୁଣିଥିଲେ। ସେମାନଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେବା ସହିତ ଯେଉଁ ସବୁ କାର୍ଯ୍ୟ ପାଇଁ ସରକାରଂକ ଅନୁମତି ଆବଶ୍ୟକ ସେସବୁ ରାଜ୍ୟ ସରକାରଙ୍କ ଅନୁମୋଦନ ପାଇଁ ପଠାଇବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ଏହି ଗସ୍ତ ସମୟରେ ସ୍ବାସ୍ଥ୍ୟ ବିଭାଗ ସଚିବ ଶ୍ରୀମତୀ ଶାଲୀନି ପଣ୍ତିତ, କ୍ରୀଡା ବିଭାଗ ସଚିବ ଶ୍ରୀ ଆର. ଭିନିଲ କ୍ରିଷ୍ଣା, ଜିଲ୍ଲାପାଳ ଓ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like