-+91-9937148622 |
prerana_bgr@rediffmail.com |
Wednesday 23rd September 2026 |
R.N.I. Regd No. ODIODI/2010/46693
Breaking News
22-May-2023
ବଲାଙ୍ଗିର(ଦେବାଶିଷ ବହିଦାର ): ମଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ସଇଁତଳା ବ୍ଲକ କାର୍ୟାଳୟ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ଆଇ.ପି.ଏସ. ପ୍ରୋବେସନର କୁଳଦୀପ ମୀନା , ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ ,ଟିଟିଲାଗଡ ଉପଜିଲ୍ଲାପାଳ ଦୟାମୟ ପାଢୀଙ୍କ ସମେତ
ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ,ସଇଁତଳା ବିଡିଓ ଚନ୍ଦ୍ରମଣି ନାଗ ,ସଇଁତଳା ତହସିଲଦାର ପ୍ରମୁଖ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୮୨ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୬୩ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୧୯ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ଭିନ୍ନକ୍ଷମ ଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ଜରିଆରେ ଟିଟିଲାଗଡ ବ୍ଲକ ଅନ୍ତର୍ଗତ ଉଦେପୁର
ଗ୍ରାମର ଚିନ୍ତାମଣି ସାହୁ ଓ ନିଲେନ୍ଦ୍ରି ସାହୁ ଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଥିଲା । ସେହିପରି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ସଇଁତଳା ବ୍ଲକ ଅନ୍ତର୍ଗତ ଗଣ୍ଡପତ୍ରାପାଲିର ମନବୋଧ ଦୀପଙ୍କୁ ଏକ ହ୍ଵିଲ ଚେୟାର ଓ ୨୩ ଜଣ ହିତାଧିକାରୀ ଙ୍କୁ ନୂତନ ଭାବେ ମଞ୍ଜୁର କରାଯାଇଥିବା ବିଧବା ଭତ୍ତା କାର୍ଡ ପ୍ରଦାନ କରାଯାଇଥିଲା । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସଇଁତଳା ବ୍ଲକ ଅନ୍ତର୍ଗତ ଗଣ୍ଡପତ୍ରାପାଲିର ମନବୋଧ ଦୀପଙ୍କୁ ୫ ହଜାର ଟଙ୍କାର ଆର୍ଥିକ ସହାୟତା ଚେକ୍ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।