-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର  ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ - ଜିଲ୍ଳାର ସର୍ବାଙ୍ଗୀନ ବିକାଶ ପାଇଁ ଐକ୍ୟବଦ୍ଧ ଭାବେ କାର୍ଯ୍ୟ କରିବାକୁ ମାନ୍ୟବର ମନ୍ତ୍ରୀଙ୍କ ପରାମର୍ଶ 

25-May-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ଆଜି ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ ଜିଲ୍ଳା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା କିଲିଟାରି ସଭାକକ୍ଷ ରେ ଅନୁଷ୍ଠିତ ବୈଠକରେ ମାନ୍ୟବର ମନ୍ତ୍ରୀ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଓଡିଶା ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ, ଜିଲ୍ଲାପାଳ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କଁହର ,ଜିଲ୍ଲା ପରିଷଦ ଉପାଧକ୍ଷ୍ୟ ଶ୍ରୀ ଝସକେତନ ବଘାର, ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ /ସଦସ୍ୟା,ସମସ୍ତ ବ୍ଲକ୍‌ର ଅଧ୍ୟକ୍ଷ/ଅଧ୍ୟକ୍ଷା, ଜିଲାସ୍ତରୀୟ ଅଧିକାରୀ, ପ୍ରମୁଖ  ଉପସ୍ଥିତ ରହି ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ। ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ  ସୁବର୍ଣ୍ଣପୁର ଶ୍ରୀ  କଁହର  ବୈଠକରେ ଉପସ୍ଥିତ ପରିଷଦ ର ସମସ୍ତ ସଦସ୍ୟ ସଦସ୍ୟା, ବ୍ଲକ ଅଧ୍ୟକ୍ଷ ଅଧ୍ୟକ୍ଷା, ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଙ୍କୁ ବୈଠକରେ ସ୍ବାଗତ କରିଥିଲେ l ପରେ ପରେ ଅଧ୍ୟକ୍ଷା ଙ୍କ ଅନୁମତି ରେ ଗତ ତା 0୬ /0୧/୨୩ ରେ ଅନୁଷ୍ଠିତ ବୈଠକରେ ସଦସ୍ୟ ସଦସ୍ୟା ଙ୍କ ଦ୍ୱାରା ଆଗତ ବିଭିନ୍ନ ବିଭାଗୀୟ ପ୍ରଶ୍ନ ର ଉତ୍ତର ତଥା ନିଆଯାଇଥିବା ନିଷ୍ପତ୍ତି ଗୁଡିକର ଦୃଢ଼ୀକରଣ ନିମନ୍ତେ ବିବରଣୀ ଉପସ୍ଥାପନା କରିଥିଲେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ  ସୁବର୍ଣ୍ଣପୁର ଶ୍ରୀ କଁହର l ମାନ୍ୟବର ଅଧ୍ୟକ୍ଷl ଜିଲ୍ଲା ପରିଷଦ ଶ୍ରୀମତୀ ସୁପାର ଠେଲା ଉପସ୍ଥିତ ସମସ୍ତଙ୍କୁ ବୈଠକ କୁ ସ୍ୱାଗତ କରି ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ ଦିଗରେ ସମସ୍ତ ବିଭାଗ ଉପଯୁକ୍ତ ସମନ୍ଵୟ ରଖି ଯୋଜନା କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି l ମାନ୍ୟବର ମନ୍ତ୍ରୀ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ ନିଜ ବକ୍ତବ୍ୟ ରେ ସରକାରଙ୍କ ପ୍ରତିଟି ଜନମଙ୍ଗଳ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ଲୋକଙ୍କ ପାଖରେ ସଫଳତାର ସହ ପହଞ୍ଚାଇବା ସହ ପ୍ରକଳ୍ପ ଗୁଡିକୁ ଉଚିତ ଗୁଣବତ୍ତା ର ସହ ସମୟ ଅବଧିରେ ପ୍ରସ୍ତୁତ କରିବାକୁ ଆହ୍ୱାନ କରିଛନ୍ତି l ଆଜିର ବୈଠକରେ  ଗତ ତା 06/01/23 ରେ ଅନୁଷ୍ଠିତ ଜିଲ୍ଲା ପରିଷଦ ବୈଠକ ର ବିବରଣୀ କୁ ଅନୁମୋଦନ ନିମନ୍ତେ ଗୃହରେ ଆଗତ କରାଯାଇଛି ତତ ସହ 2023-24 ଆର୍ଥିକ ବର୍ଷ ନିମନ୍ତେ  ପଞ୍ଚଦଶ କେଦ୍ରୀୟ ଅର୍ଥ କମିଶନ ଏବଂ ପଞ୍ଚମ ରାଜ୍ୟ ଅର୍ଥ କମିଶନ  ଦ୍ୱାରା ଜିଲ୍ଲା ପଞ୍ଚାୟତ ଉନ୍ନୟନ ଯୋଜନା ପାଇଁ ପ୍ରସ୍ତାବିତ ପ୍ରକଳ୍ପ ଗୁଡିକୁ ଅନୁମୋଦନ ନିମନ୍ତେ ଗୃହରେ ଉପସ୍ଥାପନ କରାଯାଇଛି l ଏହି ଅବସରରେ ବୈଠକରେ  ଜିଲ୍ଲାର ବିଦ୍ୟୁତ ବିଭାଗ ର କାର୍ଯ୍ୟକାରିତା ର ଆଲୋଚନା କରାଯାଇ ସ୍କୁଲ ଅଙ୍ଗନବାଡି କେନ୍ଦ୍ର ପରିସର ଉପରେ ଯାଇଥିବା ବିଦ୍ୟୁତ ତାର କୁ ଅପସାରଣ କରିବାକୁ ନିର୍ଦେଶ ଦିଆଯାଇଥିବା ବେଳେ ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ କାର୍ଯ୍ୟକ୍ରମ, ବୟନ ବିଭାଗର ବିଭିନ୍ନ ଲୋକ ଯୋଜନା ର ସଠିକ କାର୍ଯ୍ୟକାରିତା,ବଣଖଣ୍ଡ ବିଭାଗ ଦ୍ୱାରା ସାମାଜିକ ବନୀକରଣ, ରାସ୍ତା ପାର୍ଶ୍ଵ ବୃକ୍ଷ ରୋପଣ ତଥା ବନ୍ୟ ଜନ୍ତୁ ଦ୍ୱାରା କ୍ଷୟ କ୍ଷତି ର ଅନୁକମ୍ପା ସହ ବନ୍ୟ ଜନ୍ତୁ ଦାଉରୁ ସୁରକ୍ଷା ନିମନ୍ତେ ବିଭାଗୀୟ ପଦକ୍ଷେପ ଉପରେ ଆଲୋଚନା କରାଯାଇଛି l ପୁନଶ୍ଚ ଜିଲ୍ଲା ଶିକ୍ଷା ବିଭାଗ, ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ, ଜିଲ୍ଲା ମଙ୍ଗଳ ବିଭାଗ, ଜିଲ୍ଲା ଶିଳ୍ପ କେନ୍ଦ୍ର ର କାର୍ଯ୍ୟକାରିତା ,ଜିଲ୍ଲା ଯୋଗାଣ ବିଭାଗ, ସେବା ସମବାୟ,ଜିଲ୍ଲା ଶ୍ରମ ବିଭାଗ,ଜଳ ସେଚନ ବିଭାଗ, ବିଦ୍ୟୁତ ବିଭାଗ, ମତ୍ସ୍ୟ ବିଭାଗ, ସ୍ୱାସ୍ଥ୍ୟ ବିଭାଗ, ପୂର୍ତ୍ତ ବିଭାଗ,ଆର ଡବ୍ଲୁ ଡି, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ, ଜିଲ୍ଲା ନିୟୋଜନ ବିଭାଗ,ତେଲ ଜଳସେଚନ ବିଭାଗ, କେନ୍ଦୁଲିଫ ପ୍ରଭୁତି ଦ୍ୱାରା ସରକାରଙ୍କ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଗୁଡିକର ସ୍ଥିତି, ଅବସ୍ଥିତି ଓ ନୂତନ ଭାବେ ପ୍ରସ୍ତାବିତ ପ୍ରକଳ୍ପ ଗୁଡ଼ିକ ଉପରେ ବିଭାଗୀୟ ଅଧିକାରୀ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ l ଜିଲ୍ଲା ପରିଷଦ ଦ୍ୱାରା ଗ୍ରାମୀଣ ଆବାସ ଯୋଜନା, ଏମ ଜି ଏନ ଆର ଇ ଜି ଏସ, ସ୍ୱଚ୍ଛ ଭାରତ ମିଶନ ର କାର୍ଯ୍ୟକାରିତା ଉପରେ ସି ଡି ଓ ବୈଠକରେ ତଥ୍ୟ ପ୍ରଦାନ କରିଥିଲେ l ମାନ୍ୟବର ସଦସ୍ୟ ସଦସ୍ୟା  ଜିଲ୍ଲାପରିଷଦ ବୈଠକ ଅନୁଷ୍ଠିତ ତାରିଖ ସୂଚନା ଏବଂ  ବୈଠକ ବିବରଣୀ କୁ ସପ୍ତାହ ପୂର୍ବରୁ ପ୍ରଦାନ କରିବାକୁ ଗୃହରେ ଅଧ୍ୟକ୍ଷା ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l ଏହି ମର୍ମରେ ଜିଲ୍ଲାପାଳ ଆଗାମୀ ଦିନରେ ଏହାକୁ ସୁନିଶ୍ଚିତ କରାଯିବା ଉପରେ ସଦସ୍ୟ ସଦସ୍ୟା ଙ୍କୁ ନିର୍ଭର ପ୍ରତିଶୃତି ଦେଇଥିଲେ l ପରେ ପରେ ସଦସ୍ୟ ସଦସ୍ୟା ନିଜ ନିଜ ଅଂଚଳରେ କାର୍ଯ୍ୟକାରୀ କରାଯାଉଥିବା ପ୍ରକଳ୍ପ ଉପରେ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକ ପ୍ରଶ୍ନ ରଖିଥିଲେ l ବିଭାଗୀୟ ଅଧିକାରୀ ଗୃହରେ ଉପସ୍ଥିତ ସଦସ୍ୟ /ସଦସ୍ୟା ଙ୍କୁ ନିଜ ନିଜ ବିଭାଗ ର କାର୍ଯ୍ୟକାରିତା ଉପରେ  ଅବଗତ କରାଇ ଆବଶ୍ୟକ ଉତ୍ତର ଦେଇଥିଲେ l ଶେଷରେ ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସନତ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like