-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ମହାନଗର

ବିନିକା ଶୀତଳଷଷ୍ଠୀ ଯାତ୍ରା:ବିଶେଶ୍ୱର ବାବାଙ୍କ  ବରାତୀ ଶୋଭାଯାତ୍ରାରେ ଦୁଲକିଲା ସହର

25-May-2023



ବିନିକା(ହିମାଂଶୁ ଶେଖର ପୁଟେଲ): ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହର ପର୍ବ ଶୀତଳଷଷ୍ଠୀ ଯାତ୍ରା ପାଇଁ ସାରା ବିନିକା ସହର ଉତ୍ସବ ମୁଖର ହୋଇଉଠିଛି । ଷଷ୍ଠ ବର୍ଷରେ ପଦାର୍ପଣ କରିଥିବା ଏହି ଯାତ୍ରା ତଥା ଶିବ ପାର୍ବତୀଙ୍କ ବିବାହ ଉତ୍ସବ ଚଳିତ ବର୍ଷ ଧୂମଧାମରେ ପାଳିତ ହେଉଛି । ପତରପେଣ୍ଡୀ ନିର୍ବନ୍ଧ ଓ ଦେବ ନିମନ୍ତ୍ରଣ ନୀତି ସମ୍ପନ୍ନ ପରେ ବୁଧବାର ରାତିରେ ଦେବ ଦମ୍ପତିଙ୍କ ବିବାହ ମହାଆଡମ୍ବର ପୂର୍ଣ୍ଣ ଭାବରେ ସମ୍ପନ୍ନ ହୋଇଛି । ଏଥିପାଇଁ ଯାତ୍ରା କମିଟି ତରଫରୁ ସଭାପତି ପୂର୍ଣ୍ଣଚନ୍ଦ୍ର ମେହେର,କାର୍ଯ୍ୟକାରୀ ସଭାପତି ଅଜିତ ସାମନ୍ତରାୟ,ସମ୍ପାଦକ ଚରଣ ମେହେର,ସହ ସମ୍ପାଦକ ସମ୍ବିତ ନେପାକଙ୍କ ନେତୃତ୍ୱରେ କମିଟି କର୍ମକର୍ତ୍ତା ଓ ଭକ୍ତମାନେ ମହାଦେବଙ୍କୁ ବର ବେଶରେ ସଜାଇଥିଲେ ।ପରେ ବରାତ ଶୋଭାଯାତ୍ରାରେ ମହାଦେବ ବିଜେ କରିଥିଲେ ।ଏହି ଶୋଭାଯାତ୍ରାରେ ସହରର ବିଭିନ୍ନ ଦେବାଦେବୀ ସାମିଲ ହୋଇଥିଲେ ।ଶୋଭାଯାତ୍ରାରେ ମହୁଳପାଲିର ଦୁଲଦୁଲି,ବିନିକାର ଡିଯେ ନୃତ୍ୟ, କୋଲପଡ଼ାର ଘଣ୍ଟବାଦ୍ୟ,କପାସିରାର ପୁରାତନ ଦଣ୍ଡନୃତ୍ୟ ଷୋହଳ ସାଙ୍ଗ,କଇଁନ୍ତରାର ତାଳ ନୃତ୍ୟ, ସମ୍ବଲପୁରର ରଙ୍ଗ ଓ ବାଇ ନୃତ୍ୟ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସହ ଭକ୍ତଙ୍କ ଜୟ ଜୟ ଧ୍ବନିରେ ସହର ପ୍ରକମ୍ବିତ ହୋଇଥିଲା ।ରାସ୍ତାର ଉଭୟ ପାର୍ଶ୍ବରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତମାନେ ପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ପାଇଥିଲେ ।ସ୍ଥାନୀୟ ବିନିକା ପୁରୁଣା ବସଷ୍ଟାଣ୍ଡ ଦୁର୍ଗାପୂଜା ମଣ୍ଡପ ନିକଟକୁ ବରାତ ପହଞ୍ଚିବା ପରେ କନ୍ୟାପକ୍ଷ ତରଫରୁ ମଙ୍ଗଳ ନ,ଅଳଙ୍କାର ଧାରଣ କରାଯିବା ପରେ ଦେବୀ ପାର୍ବତୀଙ୍କ ମାମୁଁ ମାଇଁ ବିଶେଶ୍ୱର ବାବାଙ୍କୁ ବର ରୂପରେ ନିମନ୍ତ୍ରଣ କରି ବେଦୀ ସ୍ଥଳକୁ ପାଛୋଟି ଆଣିଥିଲେ ।ବିଳମ୍ବିତ ରାତ୍ରୀରେ ପୂଜକ ଉମାବଲ୍ଲଭ ଷଡ଼ଙ୍ଗୀଙ୍କ

ଯଥାରୀତି ପୂଜାର୍ଚ୍ଚନା ଓ ମନ୍ତ୍ରପାଠ ପରେ ଶିବ ପାର୍ବତୀଙ୍କ ବିବାହୋତ୍ସବ ଅନୁଷ୍ଟିତ ହୋଇଥିଲା । ଦେବ ବିବାହକୁ ଦେଖିବା ପାଇଁ ରାତିତମାମ ଭକ୍ତମାନେ ଉଜାଗର ରହିଥିଲେ।ଉଭୟ ଦେବ ଦମ୍ପତିଙ୍କ ହାତଗଣ୍ଟୀ ପଡ଼ିବା ବେଳେ ଶ୍ରଦ୍ଧାଳୁ ଭକ୍ତଙ୍କ ଆଖିରୁ ଲୁହ ଝରୁଥିବା ଦେଖିବାକୁ ମିଳିଥିଲା ।ପ୍ରଭୁ ବିଶେଶ୍ୱର ବାବାଙ୍କ ପିତା ମାତା ଭାବେ ଶିକ୍ଷକ ଅନନ୍ତ ପଣ୍ଡା ଓ ତାଙ୍କ ଧର୍ମପତ୍ନୀ ପ୍ରଭାସିନୀ ପଣ୍ଡା,ପାର୍ବତୀ ଦେବୀଙ୍କ ପିତା ମାତା ଭାବେ ପ୍ରକାଶ ଅଗ୍ରୱାଲ ଓ ତାଙ୍କ ଧର୍ମପତ୍ନୀ ଜିତୁ ଅଗ୍ରୱାଲ ଦାୟିତ୍ୱ ନିର୍ବାହ କରିଥିଲେ ।ଆସନ୍ତାକାଲି ଏକ ବିରାଟ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାବା ବିଶେଶ୍ୱର ଓ ଦେବୀ ପାର୍ବତୀଙ୍କ ମନ୍ଦିର ପ୍ରତ୍ୟାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like