-+91-9937148622 |
prerana_bgr@rediffmail.com |
Sunday 20th September 2026 |
R.N.I. Regd No. ODIODI/2010/46693
Breaking News
25-May-2023
ବଲାଙ୍ଗିର (ଦେବାଶିଷ ବହିଦାର): ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ୟାଳୟ ସ୍ଥିତ ଓସ୍ୱାନ ହଲ ଠାରେ ଆଭାସୀ ମାଧ୍ୟମରେ ବଲାଙ୍ଗିର ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା କାର୍ୟାଳୟ ଓସ୍ୱାନ ହଲ ଠାରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର , ଲୋଇସିଂହା ବିଧାୟକ ଡ଼ ମୁକେଶ ମହାଲିଙ୍ଗ , ,ବଲାଙ୍ଗିର ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ ,ବନ ଖଣ୍ଡ ଅଧିକାରୀ ନିତୀଶ
କୁମାର , ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ,ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଜଳ ସମ୍ପଦ ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ତଥା ଟିଟିଲାଗଡ ବିଧାୟିକା ଙ୍କ ପ୍ରତିନିଧି ଚନ୍ଦ୍ରବଦନ ପୁରୋହିତ ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଅଗ୍ନିଶମ ଏବଂଓଡ୍ରାଫ ର ଅଧିକାରୀ ମାନେ ଉପସ୍ଥିତ ଥିବା ବେଳେ ବ୍ଲକ ମୁଖ୍ୟାଳୟ ଓସ୍ୱାନ ହଲ ଠାରେ ସମ୍ପୃକ୍ତ ଉପ ଜିଲ୍ଲାପାଳ ,ପଞ୍ଚାୟତ ସମିତି ର ଅଧ୍ୟକ୍ଷ,ଅଧ୍ୟକ୍ଷା ,ପୌର ପରିଷଦ ଓ ଏନଏସି ର ଅଧ୍ୟକ୍ଷ,ଅଧ୍ୟକ୍ଷା ,ବିଡିଓ ,ତହସିଲଦାର ତଥା ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ । ବୈଠକରେ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ଏବଂ ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ଆଗୁଆ ପଦକ୍ଷେପ ନେବା ସହ ଏହାର ସୁପରିଚାଳନା ନିମନ୍ତେ ବିଭାଗୀୟ ଅଧିକାରୀ ତଥା କ୍ଷେତ୍ର କର୍ମଚାରୀ ମାନେ ସଜାଗ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲା ଜରୁରୀକାଳିନ ଅଧିକାରୀ ଶୁଭସ୍ମିତା ମିଶ୍ର ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ଏବଂ ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ଜିଲ୍ଲାରେ ପ୍ରାକ ପ୍ରସ୍ତୁତି ଓ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ସହ ବୈଠକରେ ଆଲୋଚ୍ୟ ବିଷୟ ଉପସ୍ଥାପନା କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ଜୁନ ମାସ ୧ ତାରିଖ ଠାରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲା କାର୍ୟାଳୟ ,ଉପ ଜିଲ୍ଲାପାଳ ଙ୍କ କାର୍ୟାଳୟ ,ସମସ୍ତ ବ୍ଲକ ,ତହସିଲ ଓ ଜରୁରୀ ସେବା ଯୋଗାଉଥିବା ସମସ୍ତ କାର୍ୟାଳୟ ଗୁଡିକରେ କଣ୍ଟ୍ରୋଲ ରୁମ ଖୋଲାଯିବ । ଜିଲ୍ଲାର ବନ୍ୟା ପ୍ରବଣ ଅଞ୍ଚଳ ତଥା ତଳି ଅଞ୍ଚଳ ଗୁଡିକରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ରେ ଉଦ୍ଧାର ଓ ଥଇଥାନ କରିବା ନିମନ୍ତେ ଅସ୍ଥାୟୀ ଆଶ୍ରୟ ସ୍ଥଳୀ ଗୁଡିକ ଚିହ୍ନଟ କରି ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।ପାଣି ଜମିରହୁଥିବା ସ୍ଥାନ ଗୁଡିକୁ ଚିହ୍ନଟ କରି ଯଥାଶୀଘ୍ର ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବା ,ବର୍ଷା ପୂର୍ବରୁ ସମସ୍ତ ନାଲା ଗୁଡିକୁ ସଫା କରିବା ,ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ଲକ୍ଷ୍ମୀଜୋର ର ସଫେଇ କାର୍ଯ୍ୟ କୁ ତ୍ୱରାନ୍ୱିତ କରି ଯଥାଶୀଘ୍ର ସମ୍ପୂର୍ଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।ଜଳ ଯୋଗାଣ କୁ ସୁବନ୍ଦୋବସ୍ତ କରିବା ସହ ନିୟମିତ ସମୟ ବ୍ୟବଧାନ ରେ ସମସ୍ତ ନଳକୂପ ,ପାଇପ ଜଳ ଯୋଗାଣ ,କୂପ ଇତ୍ୟାଦି କୁ ବିଶୁଦ୍ଧକରଣ କରିବା ଉପରେ ବୈଠକରେ ଆଲୋଚନା ହୋଇଥିଲା । ଜିଲ୍ଲାରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ଜିଲ୍ଲା ଓ ଉପଖଣ୍ଡ ଚିକିତ୍ସାଳୟ ଗୁଡିକରେ ଆବଶ୍ୟକ ପରିମାଣ ର ଔଷଧ ,ହାଲୋଜେନ ବଟିକା ,ବ୍ଲିଚିଂ ପାଉଡର ଇତ୍ୟାଦି ମହଜୁଦ କରି ରଖିବା ସହ ପରିମଳ ନିମନ୍ତେ ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏତଦବ୍ୟତୀତ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ସାପ କାମୁଡା ଇଂଜେକସନ ଉପଲବ୍ଧ କରିବାକୁ ସିଡିଏମଓ ଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସମ୍ଭାବ୍ୟ ବନ୍ୟା ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରାଣୀ ସମ୍ପଦର ସୁରକ୍ଷା ନିମନ୍ତେ ଆଗୁଆ କାର୍ଯ୍ୟଖସଡା ପ୍ରସ୍ତୁତ କରିବା ସହ ପର୍ଯ୍ୟାପ୍ତ ପରିମାଣରେ ଆବଶ୍ୟକ ଔଷଧ ରଖିବା ଓ ଟୀକାକରଣ କରିବାକୁ ସିଡିଭିଓ ଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ଓ ନଦୀବନ୍ଧ ଗୁଡିକର ବନ୍ୟା ପ୍ରବଣ ସ୍ଥାନ ଚିହ୍ନଟ କରି
ଆବଶ୍ୟକ ପ୍ରତିକାର ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ବନ୍ୟା ପ୍ରବଣ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳ ରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା ଚୂଡା ,ଚାଉଳ ,କିରୋସିନୀ ,ଦିଆସିଲି ,ମହମବତୀ ଇତ୍ୟାଦି ସାମଗ୍ରୀ ଯଥେଷ୍ଟ ପୂର୍ବରୁ ମହଜୁଦ କରି ରଖିବା ,ଗ୍ରାମାଞ୍ଚଳ ଓ ସହରାଞ୍ଚଳ ରେ ବିଶୁଦ୍ଧ ପାନୀୟଜଳ ଯୋଗାଣ ତଥା ପରିମଳ ବ୍ୟବସ୍ଥା କୁ ସୁନିଶ୍ଚିତ କରିବା ,ପୌର ପରିଷଦ ଏବଂ ଏନଏସି ଅନ୍ତର୍ଗତ ସମସ୍ତ ୱାର୍ଡ ,ବସ୍ତି ରେ ଥିବା ନାଳ ଗୁଡିକୁ ଯଥାଶୀଘ୍ର ସଫେଇ କରିବାକୁ ତ୍ଵରିତ ପଦକ୍ଷେପ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ । ଏତଦବ୍ୟତୀତ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ,ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗର ପ୍ରସ୍ତୁତି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ବୈଠକ ଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧରୁଆ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।