-+91-9937148622 |
prerana_bgr@rediffmail.com |
Sunday 20th September 2026 |
R.N.I. Regd No. ODIODI/2010/46693
Breaking News
26-May-2023
ବଲାଙ୍ଗିର : ଜିଲ୍ଲାସ୍ତରୀୟ କାର୍ଯ୍ୟରତ ଅମଲା ମାନଙ୍କ ଦାବି ପୂରଣ କରିବାରେ ରାଜ୍ୟ ସରକାରଙ୍କ କ୍ରମାଗତ ଉଦାସୀନତା ପ୍ରତିବାଦରେ ବାଧ୍ୟ ହୋଇ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ରେ କାର୍ଯ୍ୟରତ ଅମଲା ମାନେ କଳା ବ୍ୟାଜ ପରିଧାନ କରିଛନ୍ତି l ପୂର୍ବ ନିର୍ଧାରିତ ନିଷ୍ପତ୍ତି କ୍ରମେ ଗତ ଏପ୍ରିଲ ମାସ ୨୧ ତାରିଖରେ ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ ପକ୍ଷରୁ ରାଜ୍ୟର ୩୦ ଗୋଟି ଜିଲ୍ଲାର ଜିଲ୍ଲାପାଳଙ୍କ ମାଧ୍ୟମରେ ମାନ୍ୟବର
ମୁଖ୍ୟମନ୍ତ୍ରୀ ଙ୍କୁ ଦାବି ପୂରଣ ନେଇ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା l ଏଥିରେ ଏପ୍ରିଲ ୩୦ ତାରିଖ ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ ନ ପାଇବାରୁ ମଇ ମାସ ୧ ତାରିଖ ଦିନ ଜିଲ୍ଲା ସ୍ତରୀୟ ମିଳିତ ମଞ୍ଚ ରାଜ୍ୟ ଶାଖା ପକ୍ଷରୁ ଏକ ଚରମ ପତ୍ର ମୁଖ୍ୟ ଶାସନ ସଚିବ ଙ୍କୁ ପ୍ରଦାନ କରାଯାଇଥିଲା l ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାରଙ୍କୁ ମେ ମାସ ୨୧ ତାରିଖ ସୁଦ୍ଧା ଜିଲ୍ଲା ସ୍ତରୀୟ ଅମଲା ଙ୍କ ଦାବି ପୂରଣ କରିବା ପାଇଁ ଅନୁରୋଧ କରାଯାଇଥିଲା l ଧାର୍ଯ୍ୟ ସମୟ ସୀମା ମଧ୍ୟରେ ରାଜ୍ଯ ସରକାର ଜିଲ୍ଲା ସ୍ତରୀୟ
ଅମଲା ମାନଙ୍କ ଦାବି ପୂରଣ ନେଇ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ମେ ମାସ ୨୨ ତାରିଖ ଠାରୁ ମେ ମାସ ୩୧ ତାରିଖ ପର୍ଯ୍ୟନ୍ତ କଳା ବ୍ୟାଜ୍ ପରିଧାନ କରି କାର୍ଯ୍ୟ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି l ୨୪୦୦ ଟଙ୍କା ଗ୍ରେଡ୍ ପେ ଦାବି ରେ ଏହି ଅମଲା ମାନେ କଳା ବ୍ୟାଜ୍ ପରିଧାନ କରିଛନ୍ତି l ଏହାସତ୍ବେ ଯଦି ସରକାର କୌଣସି ନିଷ୍ପତ୍ତି ଗ୍ରହଣ ନ କରନ୍ତି ତେବେ ଆସନ୍ତା ଜୁନ ଏକ ତାରିଖ ଠାରୁ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ଜିଲ୍ଲା ସ୍ତରୀୟ ଅମଲା ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୁହ ଛୁଟି ରେ ଯିବେ ବୋଲି ମେଡିକାଲ କର୍ମଚାରୀ ମାନେ ଛୁଟି ରେ ଯିବେ ବୋଲି ଚେତାବନୀ ଦେଇଛନ୍ତି l