-+91-9937148622 |
prerana_bgr@rediffmail.com |
Sunday 20th September 2026 |
R.N.I. Regd No. ODIODI/2010/46693
Breaking News
26-May-2023
ବଲାଙ୍ଗିର(ଦେବାଶିଷ ବହିଦାର) ବଲାଙ୍ଗିର ଜିଲ୍ଲାରେ ରବି ୨୦୨୨-୨୩ ବର୍ଷ ପାଇଁ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ର ନିଷ୍ପତ୍ତି ଅନୁସାରେ ବଲାଙ୍ଗିର ଜିଲ୍ଲାରେ ଆଜି ଠାରୁ ରବି ଧାନ କିଣା ଆରମ୍ଭ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଆଜି ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ଝାଙ୍କରପାଲି ପେକ୍ସ ରେ ରବି ଧାନ କିଣା ର ଶୁଭାରମ୍ଭ କରିଛନ୍ତି । ବଲାଙ୍ଗିର ଜିଲ୍ଲାରେ ଚଳିତ ମଇ ମାସ ୨୬ ତାରିଖରୁ ୯୩ ଗୋଟି ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ ) ଓ ୧୧ ଗୋଟି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଜରିଆରେ ଧାନ କ୍ରୟ କରାଯିବ । ଚଳିତ ରବି ବିପଣନ ବର୍ଷ ସକାଶେ ସାଧାରଣ ଏଫ .ଏ .କ୍ୟୁ .ଧାନ ର ସର୍ବନିମ୍ନ ସହାୟକ ମୂଲ୍ୟ କ୍ଵିଣ୍ଟାଲ ପ୍ରତି ୨୦୪୦ ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ଗ୍ରେଡ ଏ ଏଫ
.ଏ .କ୍ୟୁ .ଧାନ ର ସର୍ବନିମ୍ନ ସହାୟକ ମୂଲ୍ୟ କ୍ଵିଣ୍ଟାଲ ପ୍ରତି ୨୦୬୦ ଟଙ୍କା ଧାର୍ଯ୍ୟ କରାଯାଇଛି । ଝାଙ୍କରପାଲି ପେକ୍ସ ରେ ଧାନ କିଣା ଶୁଭାରମ୍ଭ କାର୍ଯ୍ୟକ୍ରମ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ମୀର ରାଜା ଅଲ୍ଲୀ, ସମବାୟ ସମିତି ଉପ ନିବନ୍ଧକ ଦମୟନ୍ତୀ ସିଂ ଙ୍କ ସମେତ ଯୋଗାଣ ,ସମବାୟ ,ନିୟନ୍ତ୍ରିତ ବଜାର କମିଟି, ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ ) ର ଅଧିକାରୀ ଓ କର୍ମଚାରୀ ଏବଂ ଚାଷୀ ମାନେ ଉପସ୍ଥିତ ଥିଲେ । ଚଳିତ ରବି ବର୍ଷ ପାଇଁ ଜିଲ୍ଲାରେ ୭୩୧୦ ଜଣ ଚାଷୀ ପେକ୍ସ ଓ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଧାନ ବିକ୍ରୟ କରିବା ପାଇଁ ପଞ୍ଜୀକରଣ କରିଛନ୍ତି ।