-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ପ୍ରଥମ ଜିଲ୍ଲା ସମନ୍ୱୟ ବୈଠକ - ଜିଲ୍ଲାରେ ଫାଇଲେରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ, ଅଗଷ୍ଟ ୧୦ରୁ ଅଗଷ୍ଟ ୧୯

30-May-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଜିଲ୍ଲାରେ ଫାଇଲେରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲାରେ  ଅଗଷ୍ଟ ୧୦ ରୁ ୧୯ ଅଗଷ୍ଟ ପର୍ଯ୍ୟନ୍ତ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ କରାଯିବ l ଆଶା ଓ ଅଙ୍ଗନବାଡି କର୍ମୀ ମାନେ ଏହି ଦିନ ମାନଙ୍କରେ ଘରକୁ ଘର ଯାଇ ଫାଇଲେରିଆ ରୋଗ ଉପରେ ସଚେତନତା ସୃଷ୍ଟି କରିବା ସହ ବୟସ ଅନୁସାରେ ଫାଇଲେରିଆ  ନିରାକରଣ ନିମନ୍ତେ ଉଦ୍ଧିଷ୍ଟ  ଔଷଧ ଆଲବେଣ୍ଡାଜଲ, ଡି.ଇ.ସି ଓ ଆଇବରମେକଟିନ ଟ୍ୟାବଲେଟ ଖୁଆଇବେ l ଏହି ଔଷଧ ସମ୍ପୂର୍ଣ୍ଣ ନିରାପଦ ଥିବା ଏବଂ ପେଟପୁରା ଖାଦ୍ୟ ଖାଇବା ପରେ ଔଷଧ ସେବନ କରିବା ନିମନ୍ତେ ବୈଠକରେ ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି ବୈଠକରେ ସୂଚନା ଦେବାସହ ବୈଠକର ତାତ୍ପର୍ଯ୍ୟ ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ l ଏହି ଔଷଧ ୨ବର୍ଷ ରୁ କମ ବୟସର ଶିଶୁ, ଗର୍ଭବତୀ ମହିଳା, କିମ୍ବା  ଅତିଶୟ ଗୁରୁତର ରୋଗରେ ଶଯ୍ୟା ପୀଡିତଙ୍କ ବ୍ୟତୀତ ଅନ୍ୟ ସମସ୍ତଙ୍କୁ ସେବନ କରାଯିବ l ଆମ ଜିଲ୍ଲାରେ ଗତ ବର୍ଷ ଫାଇଲେରିଆ ସର୍ବେକ୍ଷଣ  ରେ ଜିଲ୍ଲାର ୬୯ ଲୋକ ଏହି ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା ମାତ୍ର ଗତବର୍ଷ ସାମୁହିକ ଔଷଧ ସେବନ ପରେ ଏହି ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଯଥେଷ୍ଟ କମ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି l କ୍ୟୁଲେକ୍ସ ମଶା ଏହି ରୋଗର ବାହକ ଥିବା ବେଳେ  ସମସ୍ୟା ଏହା କି ଏହି ରୋଗ ସଂକ୍ରମଣ ହେବାର ଅନେକ ବର୍ଷ ପରେ ଯାଇ ହାଇଡ୍ରୋସିଲ ଓ ଗୋଦରଗୋଡ଼ ଆଦି ଲକ୍ଷଣ ରୂପରେ ପ୍ରକାଶ ପାଇଥାଏ l ବୈଠକରେ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଅଧ୍ୟକ୍ଷତା କରି ଏହି ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମକୁ ସଫଳ ଓ ସୁନିଶ୍ଚିତ କରିବା ନିମନ୍ତେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ ର ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେବାସହ କୌଣସି ଯୋଗ୍ୟ ବ୍ୟକ୍ତି ଯେପରି ବାଦ ନ ପଡ଼ନ୍ତି ସେଥିପ୍ରତି ବିଶେଷ ଯତ୍ନବାନ ହେବା ଏବଂ ସାମୁହିକ ଔଷଧ ସେବନର ନିର୍ଦ୍ଧାରିତ ୫ବର୍ଷ ଅବଧି ମଧ୍ୟରେ ଜିଲ୍ଳାରୁ ଏହି ରୋଗର ମୁଳୋତ୍ପାଟନ ଉପରେ କାର୍ଯ୍ୟ କରିବାକୁ ଗୁରୁତ୍ୱାରୋପ କରିଛନ୍ତିl ସେ ଆହୁରି କହିଛନ୍ତି କି ଜିଲ୍ଲାର ପ୍ରତ୍ୟେକ ବିଭାଗ ସମନ୍ୱୟପୂର୍ବକ କାର୍ଯ୍ୟକ୍ରମରେ ସାମିଲ ହେବାସହ  ଜିଲ୍ଲାକୁ ଆଗାମୀ ଦିନରେ ଫ୍ୟାଲେରିଆ ମୁକ୍ତ କରିବାକୁ ଯତ୍ନବାନ ହେବାକୁ ଆହ୍ୱାନ କରିଛନ୍ତି l ଜିଲ୍ଲାର ସମସ୍ତ  ଗ୍ରାମ ଓ ସହରାଞ୍ଚଳର ଜନବସତି ସମସ୍ତ ଯୋଗ୍ୟ ଲୋକଙ୍କୁ ଔଷଧ ସେବନ କରାଯିବ l କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ଘରକୁ ଘର ଯାଇ ଔଷଧ ସେବନ କରିବା ନିମନ୍ତେ ୨୫୮୪ ଜଣ  ଔଷଧ ସେବନ କର୍ମୀ ନିୟୋଜିତ କରାଯାଇଛି  ପୁନଶ୍ଚ କାର୍ଯ୍ୟକୁ ସୁନିଶ୍ଚିତ ଓ ତଦାରଖ କରିବା ନିମନ୍ତେ ୨୬୩ ଜଣ ସୁପରଭାଇଜରଙ୍କୁ ନିୟୋଜିତ କରାଯାଇଥିବା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି l ଏଥି ନିମନ୍ତେ ସରକାରଙ୍କ ତରଫରୁ  ଆବଶ୍ୟକ ଡି ଇ ସି ଟ୍ୟାବଲେଟ, ଆଲବେଣ୍ଡlଜଳ, ଆଇଭରମେକ୍ଟିନ ଟ୍ୟାବଲେଟ ଜିଲ୍ଲାକୁ ଆସିବାକୁ ଥିବା ବୈଠକରେ ସୂଚନା ଦିଆଯାଇଛି l  କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ ଏବଂ ବ୍ୟବସ୍ଥିତ ସହ ସୁପରିଚାଳନା କରିବା ନିମନ୍ତେ ସେକ୍ଟର ଲେବେଲ , ବ୍ଲକ ଲେବେଲ ଓ ମୁନିସିପାଲିଟି ଲେବେଲ ରେ  ରେପିଡ ରେସପନ୍ସ ଟିମ ଗଠନ କରାଯାଇ ଦାଇତ୍ଵ ଦିଆଯିବା ଉପରେ ସୂଚନା ଦେଇଛନ୍ତି ବିଭାଗୀୟ ଅଧିକାରୀ l କାର୍ଯ୍ୟକ୍ରମକୁ ସୁରୁଖୁରୁରେ ସମାପନ କରିବା ନିମନ୍ତେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ର ସଦସ୍ୟ ଡ଼ଃ ନିଶିଥ ଦାଶ ଏବଂ ରାଜ୍ୟ ଏଣ୍ଟମୋଳାଜିଷ୍ଟ ଦିପ୍ତୀ ମହାପାତ୍ର ପ୍ରମୁଖ ଯୋଗଦାନ କରି ସ୍ୱାସ୍ଥ୍ୟ ସଂଗଠନ ସମସ୍ତ ପ୍ରକାର ସହଯୋଗର ହାତ ବଢ଼ାଇ ଥିବା ସୂଚନା ପ୍ରଦାନ କରି ଜିଲ୍ଲାରେ ଫେଲେରିଆର ସ୍ଥିତି, ଅବସ୍ଥିତି ଓ ତାର ନିରାକରଣ ନିମନ୍ତେ ନିଆଯିବାକୁ ଥିବା ବ୍ୟବସ୍ଥା ସମ୍ପର୍କରେ ପାୱାର ପ୍ରେଜେଣ୍ଟେସନ ଦ୍ୱାରା ତଥ୍ୟ ଭିତ୍ତିକ ଆଲୋଚନା କରି ସମସ୍ତ ବିଭାଗର

ସହଯୋଗ କାମନା କରିଥିଲେ l ଆଜିର ଏହି ପ୍ରଥମ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ  ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ  ଅଧ୍ୟକ୍ଷତା କରିଥିଲେ, ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ  ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା , ସି ଡି ଓ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର ଅତିରିକ୍ତ ଜିଲ୍ଳା ଜନସ୍ୱାସ୍ଥ୍ୟ ଅଧିକାରୀ, ଭି ଭି ଡି ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ, ଡିପିଏଚଓ, ଜିଲ୍ଲା ଟି ବି ଅଧିକାରୀ ପଦ୍ମହଂସ ଦୋରା,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ,ଡି ପି ଏମ ଏନ ଏଚ ଏମ ଶ୍ରୀ ବିଶ୍ୱମ୍ବର ବେହେରା, ଭେକଟର ବାହିତ ରୋଗ ପରାମର୍ଶଦାତା ଚନ୍ଦ୍ର ଶେଖର ମିଶ୍ର, ଯବ କୀମସନ ପଧାନ, ଜିଲ୍ଲା ସଂଯୋଜକ ଫ୍ୟାଲେରିଆ କାର୍ଯ୍ୟକ୍ରମ ତଥା ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ସୁବର୍ଣ୍ଣପୁର ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like