-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଭୀମଭୋଇ ମେଡିକାଲ ର ସମସ୍ୟାକୁ ନେଇ ଡିନ୍ ଓ ସୁପରିଟେଣ୍ଟଣ୍ଡ ଆଲୋଚନା କଲେ ନରସିଂହ, ଡାକ୍ତର କର୍ତ୍ତବ୍ୟରେ ଅବହେଳା ନ କରି ସେବାଭିମୁଖୀ ହୁଅନ୍ତୁ - ନରସିଂହ

12-Jun-2023



ବଲାଙ୍ଗିର(ଦେବାଶିଷ ବହିଦାର) - ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲର କିଛି ବିଭାଗର ଚିକିତ୍ସାକୁ ନେଇ ଅବହେଳା ହେଉଥିବାର ବାରମ୍ବାର ଅଭିଯୋଗ ହେଉଛି । ଏହା ସତ୍ୟାସତ୍ୟ ଜାଣିବା ନିହାତି ଦରକାର । ବିଶେଷ କରି ଅସ୍ତିଶଲ୍ୟ, ଶଲ୍ୟ, ସ୍ତ୍ରୀ ଓ ପ୍ରସୁତି ବିଭାଗରେ ଚିକିତ୍ସାକୁ ନେଇ ଅବହେଳା ହେଉଥିବାର ଅଭିଯୋଗ ରୋଗୀଙ୍କ ସମେତ ସମାଜର ବିଭିନ୍ନ ବର୍ଗର ଲୋକେ ଲୋକଙ୍କ ପାଖକୁ ଆସୁଛି । ତେଣୁ ଏହାର ଉପରେ ଆଲୋଚନା ତଥା ଏ ସମସ୍ୟାର ସମାଧାନ ର ବାଟ ବାହାର କରିବା ପାଇଁ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ସ୍ଥାନୀୟ ମେଡିକାଲ କଲେଜର ଏଡ୍‌ମିନିଷ୍ଟେଟିଭ୍ କୋଠାରେ ଅବସ୍ଥିତ କାର୍ଯ୍ୟାଳୟରେ କଲେଜ ଡିନ୍ ଡା. ସବିତା ମହାପାତ୍ର ଏବଂ ସୁପରିଟେଣ୍ଡଣ୍ଟ ଡା. ମାନସି ପଣ୍ଡାଙ୍କ ସହ ଆଲୋଚନା କରିଛନ୍ତି । ବିଧାୟକ ଶ୍ରୀ ମିଶ୍ରଙ୍କ ପାଖକୁ ରୋଗୀଙ୍କ ସମେତ ସାଧାରଣ ନାଗରିକ ସମାଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ସର୍ଜରୀ ବିଭାଗରେ ସର୍ଜରି ପାଇଁ ଟଙ୍କା ଦାବି କରୁଥିବା ଅଭିଯୋଗ ସହ ସାଧାରଣ ସର୍ଜରୀ ପାଇଁ ମାସ ମାସ ଅପେକ୍ଷା କରିବାକୁ କହୁଥିବା ଅଭିଯୋଗ ଆସିଛି । ଏପରି କି ମେଡିକାଲ କଲେଜ ହସ୍‌ପିଟାଲ ଆରମ୍ଭ ହେଲା ଦିନରୁ ସହର ମଧ୍ୟରେ ଗଢି ଉଠିଥିବା ଛୋଟ ବଡ ଘରୋଇ ଡାକ୍ତରଖାନାକୁ କିଛି ନିର୍ଦ୍ଦିଷ୍ଟ ବିଭାଗର ଡାକ୍ତରମାନେ ଦଲାଲଙ୍କ ମାଧ୍ୟମରେ ରୋଗୀଙ୍କୁ ଚିକିତ୍ସା ତଥା ସର୍ଜରୀ ପାଇଁ ପ୍ରବର୍ତ୍ତଉଥିବାର ଅଭିଯୋଗ ଆସୁଛି ।

ଏଣୁ ଏପରି ସର୍ଜରି ଗୁଡାକ ମେଡିକାଲ କଲେଜରେ ନ କରାଇ କାହିଁକି ଘରୋଇ ଡାକ୍ତରଖାନାମାନଙ୍କୁ ପଠାଯାଉଛି ବୋଲି ବିଧାୟକ ଶ୍ରୀ ମିଶ୍ର ପ୍ରଶ୍ନ କରିଥିଲେ । ଆଲୋଚନା ସମୟରେ ହୃଦରୋଗୀଙ୍କ ପାଇଁ ଦରକାର ହେଉଥିବା ଇସିଜି, ଆଶୁ ଚିକିତ୍ସା ବିଭାଗରେ ଉପଲବ୍ଧ ନ ହେଉଥିବାର ଆଲୋଚନା ହୋଇଥିଲା । ଆଗକୁ ଯେପରି ହୃଦ ରୋଗୀମାନେ ଠିକ୍ ହିସାବରେ ଇସିଜିର ସୁବିଧା ପାଇ ପାରିବେ ତାର ଉପରେ ଧ୍ୟାନ ଦେବାକୁ ବିଧାୟକ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ଡାଏଲେସିସ ବିଭାଗ, ଡାକ୍ତର ସମସ୍ୟା ତଥା ଅନ୍ୟାନ୍ୟ ପଦବୀ ଗୁଡିକ ସ୍ଥିତି ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଆଗକୁ ଯେମିତି ହାଇଡ୍ରୋସିଲ, ହାର୍ନିଆ, ଗଲ ବ୍ଲଡର ଷ୍ଟୋନ ସହ ଅର୍ଥୋପେଡିକ ସର୍ଜରୀ ଗୁଡାକ ଠିକ୍ ହିସାବରେ ହୋଇପାରିବ ସେ ଉପରେ ଡାକ୍ତରମାନେ ଧ୍ୟାନ ଦିଅନ୍ତୁ ବୋଲି ବିଧାୟକ ଶ୍ରୀ ମିଶ୍ର ଉପସ୍ଥିତ ଡିନ୍ ଓ ସୁପରିଟେଣ୍ଡଣ୍ଟ ଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଆଲୋଚନା ସମୟରେ ବିଧାୟକ ଶ୍ରୀ ମିଶ୍ର, ମେଡିକାଲ କଲେଜର ସୁପରିଟେଣ୍ଡଣ୍ଟ ଡା. ପଣ୍ଡା, ଡିନ୍ ଡା. ମହାପାତ୍ର ଏବଂ ବିଧାୟକଙ୍କ ସ୍ୱାସ୍ଥ୍ୟ ପ୍ରତିନିଧି ମନୀଷ ମିଶ୍ର ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like