-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ  ଲୋଡିଲା ମିଳିତ ଅମଲା ମଞ୍ଚ 

12-Jun-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର ): ଆଜି  ଜିଲ୍ଲାସ୍ତରୀୟ ମିଳିତ ଅମଲା ମଞ୍ଚର ଗୁରୁତ୍ୱପୂର୍ଣ୍ଣ ବୈଠକମାନ ସମସ୍ତ ସଦର ମହକୁମାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ ସମ୍ପୃକ୍ତ ଜିଲ୍ଲା ମାନଙ୍କରେ କାର୍ଯ୍ୟରତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅମଲା ମାନେ ବହୁ ସଂଖ୍ୟାରେ ଯୋଗ ଦେଇ ସେମାନଙ୍କ ଦାବି ପୂରଣ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି I ଏଠାରେ ପ୍ରକାଶ କରାଯାଇପାରେ , ଶିକ୍ଷାଗତ ଯୋଗ୍ୟତା  ସ୍ନାତକକୁ ଭିତ୍ତିକରି ଜିଲ୍ଲାସ୍ତରୀୟ ଅମଲା ମାନଙ୍କର ମୂଳ ବେତନରେ ଥିବା ଅସଙ୍ଗତିକୁ ଦୂର କରାଯାଇ ଏହାକୁ ୭ମ ବେତନ କମିଶନଙ୍କ ସୁପାରିଶ ଅନୁଯାୟୀ ଲେଭେଲ ୯ ଅନୁଯାୟୀ ପ୍ରଦାନ କରାଯିବାକୁ ଏକମାତ୍ର ଦାବି  ସରକାରଙ୍କ ନିକଟରେ ଉପସ୍ଥାପନ କରାଯାଇଥିଲା l  ବିଭିନ୍ନ ମାଧ୍ୟମରେ ଯଥା ୩୦ ଗୋଟି ସାଙ୍ଗଠନିକ ଜିଲ୍ଲାରୁ ସମ୍ପୃକ୍ତ ଜିଲ୍ଲାପାଳଙ୍କ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଅମଲା ମାନଙ୍କ ଏକମାତ୍ର ଦାବୀକୁ ଗ୍ରହଣ କରିବା ପାଇଁ ଅନୁରୋଧ କରାଯାଇଥିଲା l ସରକାରଙ୍କ ପକ୍ଷରୁ କୌଣସି ପ୍ରକାର ଆଶ୍ୱସନା ନ ପାଇ ବାଧ୍ୟ ହୋଇ ଜିଲ୍ଲାସ୍ତରୀୟ ଅମଲା ମଞ୍ଚ ମୁଖ୍ୟ ଶାସନ ସଚିବଙ୍କୁ ଏକ ୨୧ ଦିନିଆ ଚରମପତ୍ର ଗତ ମଇ ମାସ ୧ ତାରିଖରେ ପ୍ରଦାନ କରିଥିଲେ l ସେଥିରେ ମଇ ମାସ ୨୧ ତାରିଖ ମଧ୍ୟରେ ଦାବୀ ପୂରଣ କରାଯିବାକୁ ସମ୍ମାନୀୟ ମୁଖ୍ୟ ଶାସନ ସଚିବଙ୍କୁ ଅନୁରୋଧ କରାଯାଇଥିଲା l ନଚେତ ମଇ ମାସ ୨୨ ତାରିଖ ଠାରୁ ମେ ମାସ ୩୧ ତାରିଖ ପର୍ଯ୍ଯନ୍ତ ଜିଲ୍ଲାସ୍ତରରେ କାର୍ଯ୍ୟରତ ସମସ୍ତ ଜିଲ୍ଲାସ୍ତରୀୟ  ଅମଲା କଳା ବ୍ୟାଜ୍ ପରିଧାନ ପୂର୍ବକ କାର୍ଯ୍ୟ କରିବେ ଏବଂ ଦିଆଯାଇଥିବା ସମୟ ସୀମା ମଧ୍ୟରେ ଯଦି ସରକାର ଅମଲା ମାନଙ୍କର ଦାବି ପ୍ରତି ଉଦାସୀନତା ଦେଖାଇବେ,  ତେବେ ଜୁନ ମାସ ୧ ତାରିଖ ଠାରୁ ସମସ୍ତ ଜିଲ୍ଲାସ୍ତରୀୟ ଅମଲା ସମୁହ ଛୁଟି ରେ ଯିବେ ବୋଲି ସରକାରଙ୍କୁ ଅବଗତ କରାଇଥିଲେ l  ଏହାସତ୍ତ୍ବେ ମଧ୍ୟ ସରକାରଙ୍କ ତରଫରୁ ଅମଲା ମାନଙ୍କ ଦାବୀ ଉପରେ କୌଣସି ପ୍ରକାର ପ୍ରତିକ୍ରିୟା ପ୍ରକାଶ ପାଇନଥିଲା I ଯାହାର ଫଳ ସ୍ୱରୂପ ଜିଲ୍ଲାସ୍ତରୀୟ ମିଳିତ ଅମଲା ମଞ୍ଚର ନିଷ୍ପତ୍ତି ଅନୁଯାୟୀ ଓଡିଶାରେ କାର୍ଯ୍ୟରତ ସମସ୍ତ ଜିଲ୍ଲାସ୍ତରୀୟ ଅମଲା ଗତ ଜୁନ ୧ ତାରିଖ ଠାରୁ ସମୁହ ଛୁଟିରେ ଅଛନ୍ତି l ଏହା ମଧ୍ୟରେ ରାଜ୍ଯ ସରକାରଙ୍କ ସହ ଦୁଇ ଦୁଇ ଥର ଆଲୋଚନା ହୋଇ ସାରିଥିଲେ ମଧ୍ୟ କୌଣସି ପ୍ରକାର ନିଷ୍କର୍ଷ ବାହାରି ପାରି ନାହିଁ l ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ, ମିଳିତ ମଞ୍ଚର ପ୍ରତିନିଧିଙ୍କ ସହିତ ଦାବୀ ସମ୍ପର୍କରେ ଆଲୋଚନା କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ପତ୍ର ସଂଖ୍ୟା ୧୬୫୫୩ ତା    ୬.୬.୨୦୨୩ ରିଖରେ କର୍ମକର୍ତ୍ତା ଙ୍କୁ ଅବଗତ କରାଯାଇଥିଲା l ଏହି ବୈଠକ  ୭ ଜୁନ ୨୦୨୩ ଦିବା ୧୨.୪୫ ମିନିଟ କୁ ସମୟ ଧାର୍ଯ୍ୟ କରାଯାଇଥିଲା l ମିଳିତ ଅମଲା ମାନଙ୍କ ପ୍ରତିନିଧି ମାନେ ଧାର୍ଯ୍ୟ ସମୟରେ ପତ୍ର ଦିଆଯାଇଥିବା ସ୍ଥାନରେ ଉପସ୍ଥିତ ହୋଇ ବୈଠକରେ ଯୋଗ ଦେଇଥିଲେ l ଉକ୍ତ ବୈଠକରେ ମୁଖ୍ୟ ଶାସନ ସଚିବ ଅମଲା ମାନଙ୍କ ଦାବୀ ସମ୍ପର୍କରେ କୌଣସି ପ୍ରକାର ଆଲୋଚନାକୁ ନ ଯାଇ ପ୍ରତିନିଧି ମାନଙ୍କୁ କେବଳ ଧମକ ଚମକ ଦେଇ ଭୟଭୀତ କରିଥିଲେ l ଅମଲା ମାନଙ୍କ ପ୍ରତିନିଧି ମାନେ ମୁଖ୍ୟ ଶାସନ ସଚିବଙ୍କୁ ଯେତେ ବୁଝାଇବାକୁ ଚେଷ୍ଟା କରିଥିଲେ ମଧ୍ଯ ସେ ବୁଝିବାକୁ ପ୍ରସ୍ତୁତ ନ ଥିଲେ l ଏହା ଅମଲା   ପ୍ରତିନିଧି ମାନଙ୍କ ମନରେ ଗଭୀର ଆଘାତ ଆଣିଥିଲା ଏବଂ ନିରାଶ ହୋଇ ସେମାନେ ବିନା କୌଣସି ଆଲୋଚନା ପ୍ରତିଶ୍ରୁତିରେ ଫେରି ଆସିଥିଲେ l ଏହା ପ୍ରଘଟ ହେବା ପରେ ମୁଖ୍ୟ ଶାସନ ସଚିବଙ୍କ ଏତାଦୃଶ୍ୟ ମନୋଭାବ ବିରୁଦ୍ଧରେ ସାରା ଓଡିଶାରେ ଅମଲା ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସହିତ ଆନ୍ଦୋଳନକୁ ଜୋରଜାର କରାଯିବା ଏବଂ ଦାବି ପୂରଣ  ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିବା ଉପରେ ସମସ୍ତ ୩୦ ଗୋଟି ଜିଲ୍ଳାରୁ ମତପ୍ରକାଶ ପାଇଥିଲା l ମାନ୍ୟବର ମୁଖ୍ୟମନ୍ତ୍ରୀ ଏହା ଉପରେ ହସ୍ତକ୍ଷେପ କରିବା ପାଇଁ ବହୁମତ ପ୍ରକାଶ ପାଇଥିଲା l ଅମଲା ମାନଙ୍କ ଆନ୍ଦୋଳନ ପାଇଁ ଜିଲ୍ଲା ମାନଙ୍କରେ ସାଧାରଣ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି l  ମାନ୍ୟବର ମୁଖ୍ୟମନ୍ତ୍ରୀ ଏହା ଉପରେ ତୁରନ୍ତ ହସ୍ତକ୍ଷେପ କରି ଶୀଘ୍ର ସମାଧାନ କରିବା ପାଇଁ ବୁଦ୍ଧିଜୀବୀ ମହଲରେ ମତପ୍ରକାଶ ପାଇଛି l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like