-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବିପର୍ଯୟ ର ସଫଳ ମୁକାବିଲା ପାଇଁ ସାମୁହିକ ଅଭ୍ୟାସ ନିମନ୍ତେ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ 

12-Jun-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲାରେ ସମ୍ଭାବ୍ୟ ବିପର୍ଯୟ ମୁକାବିଲା ନିମନ୍ତେ ଆଜି ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଓସ୍ୱାନ କେନ୍ଦ୍ର ରୁ ଆଭାସୀ ଜରିଆରେ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ଚଳିତ ମାସ ତା ୧୮ ରେ ( ପୂର୍ବାହ୍ନ ୧୦ ଘଂ ରୁ ଅ ୦୧ ଘଂ, ଅପରାହ୍ନ ୦୨ ଘଂରୁ ୦୪ ଓ ୦୪ ଘଂ ରୁ ୦୬ଘଂ) ତିନିଟି ପର୍ଯ୍ୟାୟ ରେ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଓ ୟୁ ଏଲ ବି ସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ ଅନୁଷ୍ଠିତ ହେବ l ବନ୍ୟାର ସୂଚନା ଆସିଲେ ସରକାରୀ ବିଭାଗୀୟ ଅଧିକାରୀ ମାନେ କିଭଳି ପଦକ୍ଷେପ ନେବେ ତାର ପୂର୍ବାଭିନୟ କରାଯିବ l ସମସ୍ତ ସମ୍ପୃକ୍ତ ଅଧିକାରୀ, କର୍ମକର୍ତ୍ତା ମାନେ ବନ୍ୟା ବିପର୍ଯୟ ର ସୁ ପରିଚାଳନା ନିମନ୍ତେ ବନ୍ୟା ପୂର୍ବରୁ, ବନ୍ୟା ପରେ ଓ ବନ୍ୟା ସମୟରେ ସେମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ କଣ ରହିଛି ତାର ଦୃଶ୍ୟ ଶ୍ରାବ୍ୟ ଦ୍ୱାରା ଉପସ୍ଥାପନା କରାଯିବ l ତା ୧୯ ରେ ସକାଳ ୦୯ ଘଣ୍ଟା ରୁ ମକଡ୍ରିଲ ଜିଲ୍ଲାସ୍ଥିତ ୦୬ଟି ବନ୍ୟା ଆଶ୍ରୟସ୍ଥଳି ଠାରେ ଅନୁଷ୍ଠିତ ହେବ l ସାମୁହିକ ଅଭ୍ୟାସ ବା ମକଡ୍ରିଲ ପୂର୍ବରୁ  ଆବଶ୍ୟକ ପ୍ରସ୍ତୁତି କରିବା ନିମନ୍ତେ ପରିଚାଳନା କମିଟି ତଥା ସମ୍ପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡ଼ିଓ, ତହସିଲଦାର ତଥା ବ୍ଲକ ସ୍ତରୀୟ ଅନ୍ୟ ସହଯୋଗୀ ସଂସ୍ଥା ମୁଖ୍ୟ, କମ୍ୟୁନିଟି କର୍ମକର୍ତ୍ତା ପ୍ରମୁଖଙ୍କୁ ପରାମର୍ଶ ଦିଆଯାଇଛି l  ବୈଠକରେ ଜିଲ୍ଲାପାଳ ଶ୍ରୀ ରାୟ ମକ ଡ୍ରିଲ ସମୟରେ ଯେପରି କୌଣସି ପ୍ରକାର ଅଘଟଣ ନହୁଏ ସେଥି ପ୍ରତି ବିଶେଷ ସତର୍କ ତଥା ଅଭ୍ୟାସ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି l ମକଡ୍ରିଲ ପୂର୍ବରୁ ଫାୟାର ବିଭାଗ ଦ୍ୱାରା ବିପର୍ଯୟ ସମୟରେ ବ୍ୟବହୃତ ସମସ୍ତ ଆନୁସଙ୍ଗିକ ଯନ୍ତ୍ରପାତିର ଉପଯୁକ୍ତ ଯାଞ୍ଚ ଏବଂ ପରୀକ୍ଷା ପୂର୍ବକ ସଠିକ ବ୍ୟବହାର ନିମନ୍ତେ ସୁନିଶ୍ଚିତ କରିବାକୁ ନିର୍ଦେଶ ଦେଇଛନ୍ତି l ବୈଠକରେ ବିଶେଷ ଭାବେ ବିପର୍ଯୟ  ପୂର୍ବ, ପର ତଥା ବିପର୍ଯୟ ସମୟରେ ସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ଷ୍ଟେକ ହୋଲଡର ଙ୍କ ଦାୟିତ୍ୱ, କର୍ତ୍ତବ୍ୟ ତଥା ପଦକ୍ଷେପ ଉପରେ ଆଲୋଚନା ହୋଇଥିଲା l ବିପର୍ଯୟ ରୁ ଜନସାଧାରଣ ଙ୍କୁ ଯେପରି ପୂର୍ଣ୍ଣ ସୁରକ୍ଷା ଯୋଗାଇ ଦିଆଯାଇପାରିବ ସେଥି ନିମନ୍ତେ ବ୍ୟାପକ ଭାବେ ସଚେତନତା ଜାଗରଣ କରିବା, ବିଭିନ୍ନ ସରକାରୀ ବିଭାଗ ନିଜ ବିଭାଗୀୟ ଦାୟିତ୍ୱ ଓ କର୍ତ୍ତବ୍ୟର ଅନୁପାଳନ କୁ ସୁନିଶ୍ଚିତ କରିବା,ଯୋଗାଯୋଗ ବ୍ୟବସ୍ଥା ର ସୁଦୃଢ଼ୀକରଣ କରିବା,ଆଶ୍ରୟ ସ୍ଥଳୀ ପରିଚାଳନା ସନ୍ଧାନ ଓ ଉଦ୍ଧାର କାର୍ଯ୍ୟ, ସ୍ଥାନାନ୍ତରଣ ତଥା ପ୍ରାଥମିକ ଚିକିତ୍ସା ପ୍ରଭୁତି ବିଷୟରେ  ସୁପରିଚିତ  କରାଇବା ସାମୁହିକ ଅଭ୍ୟାସ ର ମୂଳ ଉଦେଶ୍ୟ ରହିଥିବା ଜିଲ୍ଲା ପ୍ରକଳ୍ପ ଅଧିକାରୀ, ଓସଡ଼ମା ବିଶ୍ୱନାଥ ନାୟକ ସୂଚନା ପ୍ରଦାନ କରିଥିଲେ l  ଜିଲ୍ଲା ସ୍ତରୀୟ ଆଭାସୀ ରେ ଆରକ୍ଷୀ ଅଧିକ୍ଷକ ସୋନପୁର ଅମରେଶ ପଣ୍ଡା, ଅଧିକ୍ଷଣ ଯନ୍ତ୍ରୀ ଇଂ ଦାମୋଦର କୈବର୍ତ୍ତ,ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର,ଆର ଟି ଓ ଅକ୍ଷୟ ଜେନା, ଏଡିଏମ ଓ ଡାକ୍ତର ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଳଭ ଷଡ଼ଙ୍ଗୀ,

ତହସିଲଦାର ନବୀନ କିଶୋର ପାଢ଼ୀ,ନିର୍ବାହୀ ଯନ୍ତ୍ରୀ ତେଲ ଇଂ ଜିତେନ୍ଦ୍ର କୁମାର ପାଢ଼ୀ, ନିର୍ବାହୀ ଯନ୍ତ୍ରୀ ଟିପିଡବ୍ଲୁଓଡିଏଲ ଅଶୋକ ମିଶ୍ର, ଜିଲ୍ଲା ସଂଯୋଜକ ମିଶନ ଶକ୍ତି କାର୍ତ୍ତିକ ନାୟକ,ଡି ଆଇ ପି ଆର ଓ ଅଶ୍ବିନୀ କୁମାର ଭୋଇ, ଜିଲ୍ଲା ଅଗ୍ନିସମ ବିଭାଗ ଅଧିକାରୀ କବି ସେଠ, ସାମ୍ବାଦିକ ତଥା ଅନ୍ୟାନ୍ୟ ଅଧିକାରୀ ରହିଥିବା ବେଳେ ବ୍ଲକ ସ୍ତରରେ ଆଭାସୀ ଜରିଆରେ ଉପଜିଲ୍ଲାପାଳ ବୀରମହାରାଜପୁର ଅଶୋକ ଭୋଇ, ସମସ୍ତ ବିଡ଼ିଓ, ତହସିଲଦାର, କମ୍ୟୁନିଟି କର୍ମକର୍ତ୍ତା, ଆଶ୍ରୟ ସ୍ଥଳୀ ପରିଚାଳନା କର୍ମକର୍ତ୍ତା, ନିର୍ବାହୀ ଅଧିକାରୀ ପୌରାଞ୍ଚଳ ସୋନପୁର, ବିନିକା, ତରଭା ପ୍ରଭୁତି  ସମନ୍ୱୟ ବୈଠକରେ ଯୋଗଦାନ କରି ନିଜର ମତାମତ ପୂର୍ବକ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like