-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଶିଶୁ ଶ୍ରମିକ ନିରାକରଣ ପାଇଁ ସଚେତନତା ବୈଠକ -ବ୍ୟାପକ ଜନସଚେତନତା ଉପରେ ଗୁରୁତ୍ଵାରୋପ

13-Jun-2023



ବଲାଙ୍ଗିର(ଦେବାଶିଷ ବହିଦାର ): ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ ବଲାଙ୍ଗିର ଜିଲାରେ ଶିଶୁ ଶ୍ରମିକ ନିରାକରଣ ସମ୍ପର୍କିତ ଏକ  ସଚେତନତା ବୈଠକ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧରୁଆ ଉଦବୋଧନ ଦେଇ ଏକ ସୁସ୍ଥ ସମାଜ ଗଠନ ନିମନ୍ତେ ସଂଗଠିତ ଭାବେ ସବୁ ସ୍ତରରେ ଶିଶୁ ଶ୍ରମିକ ନିରାକରଣ

ନିମନ୍ତେ ଉଦ୍ୟମ କରିବାକୁ ପରାମର୍ଶ ଦେବା ସହ ଏଥି ନିମନ୍ତେ ବ୍ୟାପକ ଜନସଚେତନତା ଉପରେ ଗୁରୁତ୍ଵାରୋପ କରିଥିଲେ । ବୈଠକରେ ଡେପୁଟି କଲେକ୍ଟର ଶୁଭସ୍ମିତା ମିଶ୍ର ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଲୀଳାବତୀ ନାଗ ,ଡିଏସପି ,ଏଚଆରପିସି ସସ୍ମିତା ବାରିକ ,ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପ –ନିର୍ଦ୍ଦେଶକ ଜୟଦେବ ପାଣିଗ୍ରାହୀ ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ , ଶ୍ରମ ନିରିକ୍ଷକ ,ବଲାଙ୍ଗିର ଚାମ୍ବର ଅଫ କମର୍ଶ ର ସଭାପତି ତ୍ରିପୁରାରୀ ପାଣିଗ୍ରାହୀ ,ସମ୍ପାଦକ କିଶୋର କୁମାର ରଥ ,ବଲାଙ୍ଗିର ଟେଣ୍ଟ ହାଉସ ଏସୋସିଏସନ ର ସଭାପତି ସୁଦାମ ଦାଶ ,ଶିଶୁ କଲ୍ୟାଣ କମିଟି ର ଅଧ୍ୟକ୍ଷ ଲମ୍ବୋଦର ଦୀପ , ଶିଶୁ କଲ୍ୟାଣ କମିଟି ର ସଦସ୍ୟା ,ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ,ଅଙ୍ଗନବାଡି କର୍ମୀ ମାନେ ଉପସ୍ଥିତ ଥିଲେ । ବୈଠକରେ ଶ୍ରମ ଆଇନ ୧୯୮୬ ସମ୍ପର୍କରେ ଆଲୋଚନା ହେବାସହ ୧୪ ବର୍ଷ ପୂର୍ଣ୍ଣ କରିନଥିବା ଶିଶୁ ଙ୍କୁ କୌଣସି ପ୍ରକାରର ବୃତ୍ତି ଏବଂ ପ୍ରକ୍ରିୟା ରେ ତଥା ୧୪  ବର୍ଷ ରୁ ୧୮ ବର୍ଷ ବୟସର କିଶୋର ମାନଙ୍କୁ ବିପଦ ସଙ୍କୁଳ ବୃତ୍ତି ଏବଂ ପ୍ରକ୍ରିୟା ରେ ନିୟୋଜନ କରିବା ଏକ ଧର୍ତ୍ତବ୍ୟ ଅପରାଧ ଅଟେ ତେଣୁ ଏ ସମ୍ପର୍କରେ ବ୍ୟାପକ ଜନସଚେତନତା କରାଯିବା ଉପରେ ଆଲୋଚନା କରାଯାଇଥିଲା ।  ଯଦି କୌଣସି ବ୍ୟକ୍ତି ୧୪ ବର୍ଷ ରୁ କମ ବୟସର ଶିଶୁ ଙ୍କୁ କାମରେ ନିୟୋଜିତ କରିଛନ୍ତି କିମ୍ବା ୧୪  ବର୍ଷ ରୁ ୧୮ ବର୍ଷ ବୟସ ମଧ୍ୟରେ ଥିବା  କିଶୋର ମାନଙ୍କୁ ବିପଦ ସଙ୍କୁଳ ବୃତ୍ତି ଏବଂ ପ୍ରକ୍ରିୟା ରେ ନିୟୋଜିତ କରିବାର ନଜରକୁ ଆସେ ତେବେ ତୁରନ୍ତ ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଙ୍କୁ ଅବଗତ କରିପାରିବେ । ଏତଦବ୍ୟତୀତ ନିଶୁଳ୍କ ଶ୍ରମିକ ସହାୟତା ହେଲ୍ପ ଲାଇନ ନମ୍ବର ୧୫୫୩୬୮  ଏବଂ ଚାଇଲ୍ଡ ଲାଇନ ନମ୍ବର ୧୦୯୮ କୁ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି । ବୈଠକରେ ଶିଶୁ ଶ୍ରମିକ ଚିହ୍ନଟ କରିବା ସହ ସେମାନଙ୍କ

ଥଇଥାନ ଉପରେ ଆଲୋଚନା ହୋଇଥିଲା । ଶିଶୁ ଶ୍ରମିକ ଆଇନ ର ଉଲ୍ଲଂଘନ କରୁଥିବା ଅନୁଷ୍ଠାନ କିମ୍ବା ବ୍ୟବସାୟୀକ ପ୍ରତିଷ୍ଠାନ ଉପରେ ଶ୍ରମ ଆଇନ ଅନୁସାରେ କାର୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ଡେପୁଟି କଲେକ୍ଟର ଶୁଭସ୍ମିତା ମିଶ୍ର ପ୍ରାରମ୍ଭିକ ସୂଚନା ଦେଇଥିବାବେଳେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ର ଜିଲ୍ଲା ପରାମର୍ଶଦାତା ସନ୍ଧ୍ୟାରାଣୀ ପତି ସଭା ପରିଚାଳନା କରିଥିଲେ ଓ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ଉପଲକ୍ଷେ ସକାଳ ରେ ଅଦ୍ଵେକା ର ଛାତ୍ରୀ , ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ,ଅଙ୍ଗନବାଡି କର୍ମୀ ଙ୍କୁ ନେଇ ଏକ ସଚେତନତା ରାଲି ଜିଲ୍ଲା ସମାଜ ମଙ୍ଗଳ କାର୍ୟାଳୟ ରୁ ବାହାରି ସହର ପରିକ୍ରମା କରିଥିଲା । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧରୁଆ ଏହି ରାଲି କୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like