-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ବିଶ୍ଵ ରକ୍ତଦାତା ଦିବସ ପାଳିତ, ସମ୍ଵର୍ଦ୍ଧିତ ହେଲେ ୮ ରକ୍ତଦାତା ୨ ଅନୁଷ୍ଠାନ, ଦୁର୍ଘଟଣା ଓ ରାସ୍ତା ରେ ନୁହେଁ  ଆମେ ରୋଗୀ ଙ୍କୁ ରକ୍ତ ଦେବା-ଏସପି

14-Jun-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରସ୍ଥ ତାଲିମ କେନ୍ଦ୍ର ଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ରକ୍ତଦାତା ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଅଧୀକ୍ଷକ ଡାକ୍ତର ଦୁର୍ଗାଦତ୍ତ ଦାଶଙ୍କ ଅଧ୍ୟକ୍ଷ୍ୟତାରେ ଅନୁଷ୍ଠିତ ଏହି ସଚେତନତା ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅମରେଶ ପଣ୍ଡା ଯୋଗଦେଇ ରକ୍ତଦାନକୁ ସେବାର  ଉତ୍କୃଷ୍ଟତମ ସୋପାନ ବୋଲି କହିବା ସହ ସମସ୍ତେ ରକ୍ତଦାନ ପାଇଁ ଆଗେଇ ଆସିବା ଉଚିତ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସହକାରୀ ଜିଲ୍ଲା ଜନସ୍ଵାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ଏବଂ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଅତିଥି ଭାବେ ମଂଚାସୀନ ଥିଲେ। ୧୮ ରୁ ୬୫ ବର୍ଷ ବୟସ ମଧ୍ୟରେ ଥିବା ଯେ କୌଣସି ବ୍ୟକ୍ତିର ଶରୀର ଓଜନ ୪୫ କିଗ୍ରାରୁ ଅଧିକ, ନାଡିର ଗତି ୬୦ ରୁ ୧୦୦ ମଧ୍ୟରେ ଓ ନିୟମିତ, ରକ୍ତଚାପ ସିଷ୍ଟୋଲିକ ୧୦୦ ରୁ ୧୪୦ ମି.ମି. ଓ ଡାଇଷ୍ଟୋଲିକ ୬୦ ରୁ ୯୦ ମଧ୍ୟରେ, ହିମୋଗ୍ଲୋବିନ ସ୍ତର ୧୨.୫ ଗ୍ରା ବା ଅଧିକ ଏବଂ ଶରୀର ତାପମାତ୍ରା ୩୭ ଡିଗ୍ରି ସେଲସିୟସରୁ ଅଧିକ ନଥିବ ତେବେ ସେ ରକ୍ତଦାନ କରିପାରିବେ ବୋଲି ସଭାରେ ସୂଚନା ପ୍ରଦାନ କରାଯାଇଥିଲା।  ସ୍ୱଚ୍ଛ ଭାରତ ର ଉଦ୍ୟୋକ୍ତl ସୟଦ ଅଲିମୁଲ ଇସଲାମ ଏ ଦିବସ ଲକ୍ଷ୍ୟ ଉଦ୍ଦେଶ୍ୟ ଉପରେ ବକ୍ତବ୍ୟ ରକିଥିଲେ l ଏହି ଅବସରରେ ରକ୍ତଦାତା ଭାବେ ସ୍ଵାଧିନ ନାଏକ, ଶୈଳେନ୍ଦ୍ର ବାରିକ, ଗୋପେଶ ପଣ୍ଡା, ଚନ୍ଦ୍ରଶେଖର ମହାପାତ୍ର, ସସ୍ମିତା ହୋତା, ତ୍ରିଲୋଚନ ପାଣିଗ୍ରାହୀ, ଅଞ୍ଜଳି ପାଣିଗ୍ରାହୀ, ଜନାର୍ଦନ ଖମାରୀ ଏବଂ ରକ୍ତଦାନ ଶିବିର ଆୟୋଜନରେ ସଫଳତା

ପାଇଁ ଦିବ୍ୟ ଉର୍ଜା ରକ୍ତଦାତା ସେବା ସଙ୍ଘ ଓ ବୁଢାରଜା ଯୁବକ ସଙ୍ଘ ଙ୍କୁ ସମ୍ମାନିତ କରାଯାଇଥିଲା। ସଭା ପରେ ଏକ ସଚେତନତା ମୋଟର ସାଇକେଲ ରାଲିକୁ ଆରକ୍ଷୀ ଅଧୀକ୍ଷକ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।  ସ୍ଵଚ୍ଛ ଭାରତ ଅଭିଯାନ, ସରକାରୀ ମହିଳା ସ୍ଵାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର,  ଯଶୋଦା ଦେବୀ ନର୍ସିଙ୍ଗ ସ୍କୁଲ, ବୁଢାରଜା ଯୁବକ ସଂଘ, ଦିବ୍ୟ ଉର୍ଜା ରକ୍ତଦାତା ସେବାସଂଘ, ମାରୱାଡି ଯୁବକ ସଂଘ ଆଦିର ସଭ୍ୟମାନେ ଏହି ରାଲିରେ ଭାଗନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ବାହାରି ସହର ପରିକ୍ରମା କରିଥିଲେ। ସମଗ୍ର କାର୍ଯ୍ୟକ୍ରମଟି ସହକାରୀ ଜିଲ୍ଲା ଜନସ୍ଵାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲା ରକ୍ତଦାତା ସଂଘର ସଭାପତି ମନୋଜ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ମନୋରଂଜନ ତ୍ରିପାଠୀ, ପ୍ରମୋଦ ସାହୁ ପ୍ରମୂଖ କାର୍ଯ୍ୟକ୍ରମ ଆୟୋଜନ ରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like