-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ତୁଲଣ୍ଡିରେ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ଏବଂ ଶିଳାନ୍ୟାସ କଲେ ନରସିଂହ,  ୧୩ ଜଣ ହିତାଧିକାରୀଙ୍କୁ ହେଲା ଗୁହାଳ ବଣ୍ଟନ

16-Jun-2023



ବଲାଙ୍ଗିର, ଂଆଜି ବଲାଙ୍ଗିର ସଦର ବ୍ଲକ ସ୍ଥିତ ମିର୍ଦ୍ଧାପାଲି ଗ୍ରାମ ପଞ୍ଚାୟତର ତୁଲଣ୍ଡି ଠାରେ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ ଦିଆଯାଇଛି । ନିଜ ବିଧାୟକ ପାଣ୍ଠିରୁ ପ୍ରଦତ୍ତ ୭ ଲକ୍ଷ ଟଙ୍କାର ଏକ ରାସ୍ତା ଯାହାକି ତୁଲଣ୍ଡି ଆର.ଡି ରୋଡ ଦେଇ ଚକ୍ରମୁଡା ପର୍ଯ୍ୟନ୍ତ ରାସ୍ତାର ଆଜି ଶିଳାନ୍ୟାସ ମାନ୍ୟବର ଶ୍ରୀ ମିଶ୍ର କରିଛନ୍ତି । ଠିକ୍ ସେହିପରି ବିଧାୟକ ପାଣ୍ଠିରୁ ୧ ଲକ୍ଷ ଟଙ୍କାର ଏକ ସ୍କୁଲ ଗେଟ ଏବଂ ୩ଲକ୍ଷ ଟଙ୍କାର ଅନୁଦାନରେ ଏକ ମଣ୍ଡପ ହରିଜନପଡା ଠାରେ ଭିତ୍ତି ପ୍ରସ୍ତର ଦିଆଯାଇଛି । ତା ସହ ରାମଜୀ ଯୁବକ ସଂଘ ର ଏକ କୋଠାର ମଧ୍ୟ ଉଦ୍‌ଘାଟନ ହୋଇଯାଇଛି । ପରେ ତୁଲଣ୍ଡି ଗାଁ ରାମଜୀ ମଣ୍ଡପ ଠାରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ବିଧାୟକ ଶ୍ରୀ ମିଶ୍ର ଗାଁ ଲୋକଙ୍କ ଠାରୁ ବିଭିନ୍ନ ପ୍ରକାର ଆପତ୍ତି ଅଭିଯୋଗ ଶୁଣିଥିଲେ । ସେଠାରେ ସେ ଗାଁର ୧୩ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଗୁହାଳ ନିର୍ମାଣ ପାଇଁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ସେମାନେ ହେଲେ ତରଣିସେନ ଚିର୍ଗୁନ, ଗଜିନ୍ଦ୍ର ବଘାର, ସୁରେନ୍ଦ୍ର ବଘାର, ବିଭୁଦେନ୍ଦ୍ର ମିଶ୍ର, ସୂର୍ଯ୍ୟମୋହନ ମିଶ୍ର, ନିର୍ମଳ ଚନ୍ଦ୍ର ମିଶ୍ର, କ୍ଷେତ୍ରବାସୀ ମିଶ୍ର, ବେଲାର ମିଶ୍ର, ଅବସ୍ତି ବଗର୍ତ୍ତି, ଦାମୋଦର ମିଶ୍ର, ଗୋପାଳ ଚନ୍ଦ୍ର ମିଶ୍ର ଏବଂ ସୁଜ୍ଞାନେନ୍ଦ୍ର ମିଶ୍ର ।

ଏ ସମସ୍ତ କାର୍ଯ୍ୟାଦେଶ ବଣ୍ଟନ ସମୟରେ ଏବିଡିଓ ରାମଦତ୍ତ ଭୋଇ, ଇଂ. ବୃଷବ ହୋତା, ପିଇଓ କୃଷ୍ଣଚନ୍ଦ୍ର ବେହେରା, ଗ୍ରାମ ରୋଜଗାର ସେବକ ମନୋଜ କ୍ଷେତି, ସରପଞ୍ଚ ପିଙ୍କୁ ପଟେଲ ଏବଂ ସ୍କୁଲ ପ୍ରଧାନ ଶିକ୍ଷକ ହରେକୃଷ୍ଣ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ସାଧାରଣ ସଭାରେ ଗାଁ ଲୋକେ ଏହା ବ୍ୟତିତ ଗାଁରେ ପିଇବା ପାଣି ସମସ୍ୟାକୁ ନେଇ ଅନେକ ଅଭିଯୋଗ କରିଥିଲେ । ଗାଁରେ ପିଇବା ପାଣି ସମସ୍ୟା ଥିଲେ ହେଁ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ଅଭିଯୋଗ ଗୁଡିକୁ କର୍ଣ୍ଣପାତ କରୁନଥିବା ଲୋକେ ଅଭିଯୋଗ କରିଥିଲେ । ସେଠାରେ ଉପସ୍ଥିତ ଥିବା ଆରଡବ୍ଲୁଏସ୍‌ଏସ୍ ଯନ୍ତ୍ରୀ ଶ୍ରୀ ଭଦ୍ର ଗାଁ ଲୋକଙ୍କ ପିଇବା ପାଣିକୁ ନେଇ ଯାହା ବି ସମସ୍ୟା ଅଛି ସେ ସବୁକୁ ଠିକ୍ ଭାବରେ ସମାଧାନ କରାଯିବ ବୋଲି ବିଧାୟକ ଶ୍ରୀ ମିଶ୍ର ତଥା ଗାଁ ଲୋକଙ୍କୁ ଜଣାଇଥିଲେ ।  ପରେ ତୁଲଣ୍ଡିରେ ଚାଲୁଥିବା ବିଭିନ୍ନ ପ୍ରକଳ୍ପ ସ୍ଥିତି ଏବଂ କାମ କିପରି ଚାଲିଛି ସେ ଉପରେ ସେ ଉପସ୍ଥିତ ଅଧିକାରୀମାନଙ୍କୁ ପଚାରିବା ସହ କ୍ଷେତ୍ର ପରିଦର୍ଶନ କରିଥିଲେ । ଏ ସମସ୍ତ କାର୍ଯ୍ୟକ୍ରମରେ ଗାଁ ର ବିରେନ୍ଦ୍ର ବଘାର, ସୁବାଷ ବଘାର, ବିଜ୍ଞାନେନ୍ଦ୍ର ମିଶ୍ର, ଗ୍ରାମ ଚୌକିଦାର ଗୌରାଙ୍ଗ ବାଗ, ସୋମନାଥ ନାଥ, ଦୁର୍ଯ୍ୟୋଧନ ହରପାଲ, ରାମଜୀ ଯୁବକ ସଂଘର ଦାମୋଦର ବଘାର,  ସମ୍ପାଦକ ରାଧାକାନ୍ତ ବାଗ, କୁଞ୍ଜ ବିହାରୀ ପାଣ୍ଡେ, ଦିନବନ୍ଧୁ ପଟେଲ, ଯୁବ ନେତା ଶୁଭ୍ରାଂଶୁ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like