-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ଖଲିଆପାଲି  ଗ୍ରାମର ନାବାଳକ ଛାତ୍ର ଗୁଣନିଧି ବାଗଙ୍କ ହତ୍ୟା ସହିତ ସଂପୃକ୍ତ ସମସ୍ତଙ୍କୁ ଉପଯୁକ୍ତ ଶାସ୍ତି ପ୍ରଦାନ ଦାବିରେ ଏଆଇଡିଏସ୍ଓ, ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ବିକ୍ଷୋଭ

25-Jun-2023



ବ୍ରହ୍ମପୁର(ଝିଲ୍ଲି କୁମାରୀ ସାହୁ ): ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ଅନ୍ତର୍ଗତ ଖଲିଆପାଲି ଗ୍ରାମର ନାବାଳକ ଛାତ୍ର ଗୁଣନିଧି ବାଗ ହତ୍ୟାକାଣ୍ଡରେ ସମ୍ପୃକ୍ତ ସମସ୍ତ ଅପରାଧୀଙ୍କୁ  ତୁରନ୍ତ ଗିରଫ କରି ଦୃଷ୍ଟାନ୍ତମୂଳକ ଶାସ୍ତି ପ୍ରଦାନ କରିବା ଦାବିରେ ଏ

ଆଇ ଡି ଏସ୍ ଓ ,ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ କମାପଲ୍ଲୀ ଛକ ଠାରେ ଆଜି ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି l
     ସଂପ୍ରତି ଦେଶର ଶାସକ ଶ୍ରେଣୀ ପକ୍ଷରୁ ଦେଶ ବିକାଶ ଓ ଅମୃତରେ ଭାସୁଛି ବୋଲି ଚିତ୍କାର କରି ପ୍ରଚାର କରାଯାଉଛି କିନ୍ତୁ ସ୍ୱାଧୀନତାର ୭୫ବର୍ଷ ପରେ ମଧ୍ୟ ମଣିଷ ଉପରେ ମଣିଷର ଘୃଣା, ଅତ୍ୟାଚାର କମିବା ବଦଳରେ କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି l ଏହାର ଜ୍ୱଳନ୍ତ ଉଦାହରଣ ହେଉଛି ଜୁନ୍ ମାସ ୧୭ ତାରିଖରେ ବଲାଙ୍ଗୀର ଜିଲ୍ଲାର ମୁରିବାହଲ ବ୍ଲକ ଅନ୍ତର୍ଗତ ଖାଲିଆପାଲି ଗ୍ରାମର ନାବାଳକ ଛାତ୍ର ଗୁଣନିଧି ବାଗକୁ ଜାତି ନାଁରେ ଅତ୍ୟନ୍ତ ନିର୍ମମ ଓ ଅମାନବିକ ଭାବେ ଅତ୍ୟାଚାର କରି ହତ୍ୟା କରାଯିବା ଘଟଣା l ସ୍ଥାନୀୟ ପୋଲିସର ଚରମ ଅବହେଳା ଓ ତତ୍ପରତାର ଅଭାବ ଫଳରେ ଜଣେ ନିରୀହ ଛାତ୍ରର ଜୀବନ ଚାଲିଗଲା l ଆସନ୍ନ ମୃତ୍ୟୁ ଆଶଙ୍କାରେ  ଗୁଣନିଧି କରିଥିବା ଫୋନ କଲକୁ ଗୁରୁତ୍ୱର ସହ ଗ୍ରହଣ କରି ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଥିଲେ ଏଭଳି

ଘଟଣା ଘଟିନଥାନ୍ତା l ତେଣୁ ଏହାର ପ୍ରତିବାଦରେ ଏ ଆଇ ଡି ଏସ୍ ଓ, ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ କମାପଲ୍ଲୀ ଛକ ଠାରେ ବିକ୍ଷୋଭ ପ୍ରଦର୍ଶନ  କରାଯାଇଛି l ଉକ୍ତ ଘଟଣାର ଉପଯୁକ୍ତ ତଦନ୍ତ କରି ତୁରନ୍ତ ଅପରାଧୀଙ୍କୁ ଗିରଫ କରିବା ସହ ଦୃଷ୍ଟାନ୍ତମୂଳକ ଦଣ୍ଡ ବିଧାନ କରିବା, ଏହି ଘଟଣାରେ ଯେଉଁ ପୋଲିସ ଅଫିସମାନେ ନିଷ୍କ୍ରିୟତା ପ୍ରଦର୍ଶନ କରିଛନ୍ତି ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା, ମୃତ ଗୁଣନିଧିଙ୍କ ପରିବାରକୁ ୨୫ଲକ୍ଷ ଟଙ୍କା କ୍ଷତିପୂରଣ ସହ ପରିବାରର ଜଣକୁ ଚାକିରୀ ପ୍ରଦାନ କରିବା ,ଉକ୍ତ ଅଞ୍ଚଳରେ ଶାନ୍ତି ପ୍ରତିଷ୍ଠା ପାଇଁ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା,ସମସ୍ତ ପ୍ରକାର ଜାତିଆଣ ବିଦ୍ୱେଷ, ଘୃଣା, ଅସହିଷ୍ଣୁତାରୁ ଅତ୍ୟାଚାର ଭଳି କଳଙ୍କିତ ପ୍ରଥାକୁ ସମୂଳେ ନାଶ କରି ଭାଇଚାରା,ଶାନ୍ତି ଓ ସଂପ୍ରୀତି ସ୍ଥାପନ ପାଇଁ ଉପଯୁକ୍ତ ପଦକ୍ଷେପ ନେବା ଆଦି ଦାବି ସମ୍ବଳିତ ଏକ ଦାବିପତ୍ର ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର,ବ୍ରହ୍ମପୁରଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି l 
       ଏହି କାର୍ଯ୍ୟକ୍ରମରେ ଏ ଆଇ ଡିଏସ ଓ, ଓଡିଶା ରାଜ୍ୟ ସଭାପତି ସୋମନାଥ ବେହେରା , ଗଞ୍ଜାମ ଜିଲ୍ଲା ସଭାପତି ନିମାଇଁ ଚରଣ ସାହୁଙ୍କ ସମେତ ପପୁନ ସାହୁ, କିସାନ କୁମାର ସାହୁ,ଶୁଭସ୍ମିତା ପାଣିଗ୍ରାହୀ, କାମରାଜ ସାହୁ ସହ ବହୁ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like