-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଦୈନିକ ‘ସମାଜ’ର ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୫ତମ ପୂଣ୍ୟତିଥି ପାଳନ ଅବସରରେ ‘ସମାଜ’ ବଲାଙ୍ଗିର ସଂସ୍କରଣ ପକ୍ଷରୁ ରକ୍ତଦାନ ଶିବିର , ରକ୍ତର ବିକଳ୍ପ ନାହିଁ

25-Jun-2023



ବଲାଙ୍ଗିର(ପ୍ରେରଣା ଖବର ): ସେବାର ମୂର୍ତ୍ତିମନ୍ତ ପ୍ରତୀକ । ଦୈନିକ ‘ସମାଜ’ର ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୫ତମ ପୂଣ୍ୟତିଥି ପାଳନ ଅବସରରେ ‘ସମାଜ’ ବଲାଙ୍ଗିର ସଂସ୍କରଣ ପକ୍ଷରୁ ସ୍ଥାନୀୟ ସାମ୍ବାଦିକ ଭବନରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଓ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ଅତିଥି ଭାବେ ଯୋଗ ଦେଇଥିଲେ । ଗୋପବନ୍ଧୁଙ୍କ ଫଟୋଚିତ୍ରରେ ପ୍ରଦୀପ ପ୍ରଜ୍ବଳନ ଓ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ରକ୍ତଦାନ ଶିବିରକୁ ଉଦ୍‌ଘାଟନ କରିଥିଲେ । ଉଭୟ ଅତିଥି ଉତ୍କଳମଣିଙ୍କ ସେବାକାର୍ୟ୍ୟର ସ୍ମୃତି ଚାରଣ କରିଥିଲେ । ରକ୍ତର କୌଣସି ବିକଳ୍ପ ଏ ଯାଏଁ ବାହାରି ନାହିଁ । ତେଣୁ ରକ୍ତଦାନ ଶିବିର ଆୟୋଜନ କରି ପଣ୍ଡିତ ଗୋପବନ୍ଧୁଙ୍କ ପୂଣ୍ୟତିଥି ପାଳନ କରୁଥିବାରୁ ‘ସମାଜ’ ବଲାଙ୍ଗିର ସଂସ୍କରଣ କାର୍ୟ୍ୟାଳୟକୁ ଅତିଥି ଦ୍ବୟ ପ୍ରଶଂସା କରିଥିଲେ । ବଲାଙ୍ଗିର ବିଙ୍ଗ୍‌ ହ୍ୟୁମାନ୍‌ ଫାଉଣ୍ଡେସନ ଓ ପିକେ ଆସୋସିଏଟ୍‌ର ସଦସ୍ୟ/ସଦସ୍ୟା ସ୍ବେଚ୍ଛାକୃତ ଭାବେ ଶିବିରରେ ରକ୍ତଦାନ କରିଥିଲେ । ଏହି ଶିବିରରେ ୭୧ ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଥିଲା । ଭୀମ ଭୋଇ ଡାକ୍ତରଖାନା ରକ୍ତ ଭଣ୍ଡାରର ଡାକ୍ତର ଓ କର୍ମଚାରୀ ଶିବିରରେ ଯୋଗଦେଇ ରକ୍ତ ସଂଗ୍ରହ କରିଥିଲେ । ବଲାଙ୍ଗିର ସଂସ୍କରଣ ଭାରପ୍ରାପ୍ତ ପରିଚାଳକ ପାର୍ଥବନ୍ଧୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଡେକ୍ସ୍‌ ଇନ୍‌ଚାର୍ୟ୍‌ ତଥା ବରିଷ୍ଠ ସହ ସମ୍ପାଦକ ଯୋଗେଶ କୁମାର ବଢ଼େଇ, ରିପୋର୍ଟର ତଥା ସହ ସମ୍ପାଦକ ବଳରାମ ମିଶ୍ର, ବିଭୁକଲ୍ୟାଣ ଗଡ଼ତ୍ୟା, ବିଜ୍ଞାପନ ଏକଜିକ୍ୟୁଟିଭ୍‌ ରଶ୍ମିରଞ୍ଜନ ପଟ୍ଟନାୟକ, ପ୍ରସାର ବିଭାଗର କରନ୍‌ଜିତ ମହାନ୍ତି ଓ ସରୋଜ ପଧାନ ପ୍ରମୁଖ ସହଯୋଗ କରିଥିଲେ । କାର୍ୟ୍ୟକ୍ରମରେ ଜିଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ଓ ବିଙ୍ଗ୍‌ ହ୍ୟୁମାନ୍‌ ଫାଉଣ୍ଡେସନର ପ୍ରତିଷ୍ଠାତା ସୋମନାଥ ମିଶ୍ରଙ୍କୁ ‘ସମାଜ’ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like