-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଅବ୍ୟବସ୍ଥିତ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର  ୨୪ ଘଣ୍ଟିଆ ସ୍ୱାସ୍ଥ୍ୟ ସେବା ସହ ଡାକ୍ତର ଙ୍କ ରହଣି ଦାବୀ, ନଚେତ ଆନ୍ଦୋଳନ 

30-Jun-2023



ବରଗଡ଼:-କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗ୍ରାମୀଣ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ପାଇଁ ବିଭିନ୍ନ ପ୍ରକାର ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବାବେଳେ ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ଅଧିନସ୍ଥ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏହାର ସଫଳ ରୂପାୟନ ନେଇ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଏହି ସ୍ୱାସ୍ଥ୍ୟ କେନ୍ଦ୍ରଟି ଦିର୍ଘ ଦିନଧରି ନାନାଦି ସମସ୍ୟା ମଧ୍ୟ ଦେଇ ଗତି କରୁଥିଲେ ମଧ୍ୟ ଏଥି ପ୍ରତି ଉଚ୍ଚପଦସ୍ତ ଅଧିକାରୀଙ୍କ ଠାରୁ ଆରମ୍ଭ କରି ରାଜନେତା ମାନଙ୍କ ପର୍ଯ୍ୟନ୍ତ କାହାରି ଆନ୍ତରିକତା ଥିବାପରି ମନେ ହେଉନାହିଁ। କହିବାକୁଗଲେ ଉକ୍ତ ସ୍ୱାସ୍ଥ୍ୟକେନ୍ଦ୍ରଟି ନାଁ କୁ ମାତ୍ର ଅଛି  ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି। ସମସ୍ତ ବିଭାଗ ର ଆବଶ୍ୟକୀୟ ବିଶେଷଜ୍ଞ ନ ଥିବାରୁ ରୋଗୀମାନେ ହନ୍ତସନ୍ତ ହେଉଛନ୍ତି। ଅଭିଯୋଗ ଶୁଣିବାକୁ କେହିବି ନାହାଁନ୍ତି। ଡ୍ୟୁଟି ଚାର୍ଟ ଅନୁସାରେ ରାତିରେ ମଧ୍ୟ ଡାକ୍ତର ରହିବା କଥା କିନ୍ତୁ କୌଣସି ଡାକ୍ତର ରହୁନାହାନ୍ତି । ଗତ ଅନେକ ବର୍ଷରୁ ଡାକ୍ତର ରହଣି ପାଇଁ ଅଞ୍ଚଳବାସୀ ଦାବୀ କରୁଥିଲେ ହେଁ ଏପର୍ଯ୍ୟନ୍ତ ସମାଧାନ କରାଯାଇ ନାହିଁ । ଦୀର୍ଘ ବର୍ଷ ରୁ ସ୍ଥାପିତ ଏହି ସ୍ୱାସ୍ଥ୍ୟକେନ୍ଦ୍ର ଉପରେ ପ୍ରାୟ ୨୦ ଟି ଗ୍ରାମର ୧୭ ହଜାରରୁ ଉର୍ଦ୍ଧ୍ୱ ଲୋକ ନିର୍ଭର କରିଥାନ୍ତି। ଆଖପାଖ ଅଞ୍ଚଳରେ ସ୍ୱାସ୍ଥ୍ୟକେନ୍ଦ୍ର ନଥିବାରୁ ଓପିଡି ଖାତା ଅନୁସାରେ ପ୍ରତିଦିନ ଶତାଧିକ ରୋଗୀ ଏହି ସ୍ୱାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରିଥାନ୍ତି। ଏହି ଅଞ୍ଚଳଟି ଆଦିବାସୀ ଅଧ୍ୟୁଷିତ ହୋଇଥିବାରୁ ଲୋକେ ଝାଡା,ବାନ୍ତି ଭଳି  ସଂକ୍ରାମକ  ରୋଗର ଶିକାର ହୋଇଥାନ୍ତି। ଡାକ୍ତର ରହୁ ନ ଥିବାରୁ ଏହି ସ୍ୱାସ୍ଥ୍ୟ କେନ୍ଦ୍ର ଉପରେ ରୋଗୀ ପରିଜନ ଭରସା କରିପାରୁ ନ ଥିବା ବେଳେ ରୋଗୀଙ୍କୁ କୁଆଡେ ନେବେ ତାହା ଜାଣି ପାରୁନାହାନ୍ତି। ଅକାଳରେ ଚାଲି ଯାଉଛି ଜୀବନ । ଥଣ୍ଡା, ଜ୍ୱର, କାଶ ଆଦି ସାମାନ୍ୟ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ଚିକିତ୍ସା ପାଇବା ପାଇଁ ଖର୍ଚ୍ଚାନ୍ତ ହୋଇ ପଦ୍ମପୁର ଯିବାକୁ ପଡୁଛି । ଅଞ୍ଚଳର ଆବଶ୍ୟକତା ଦୃଷ୍ଟି ରୁ ଏହି ସ୍ୱାସ୍ଥ୍ୟକେନ୍ଦ୍ରଟି ପ୍ରତିଷ୍ଠା ହୋଇଥିଲା ସତ କିନ୍ତୁ ପରିଣାମ ସମ୍ପୂର୍ଣ୍ଣ ଓଲଟା।ଆବଶ୍ୟକ ସ୍ୱାସ୍ଥ୍ୟ ସେବା ପାଇବା ଅଞ୍ଚଳବାସୀ ଙ୍କ ପାଇଁ ସାତ ସପନ । ବିଗତ ବର୍ଷ ନିର୍ବାଚନ ପୂର୍ବରୁ ଅଞ୍ଚଳବାସୀଙ୍କ ସମେତ ଉଭୟ ଶାସକ ଓ ବିରୋଧୀ ରାଜନୈତିକ ଦଳ ଏହି ସମସ୍ୟାର ତୁରନ୍ତ ସମାଧାନ ପାଇଁ ଆନ୍ଦୋଳନ କରିଥିଲେ ।ସରକାର ଚାପ ର ବଶବର୍ତ୍ତୀ ହୋଇ ତତ୍ପରତା ଦେଖାଇ ସ୍ୱଳ୍ପ ଦିନ ପାଇଁ ଆଂଶିକ ସମାଧାନ କରିଥିଲେ । କିନ୍ତୁ ସ୍ଥିତି ଯଥା ପୂର୍ବଂ ତଥା ପରଂ । ରାଜ୍ୟ ସରକାର ସ୍ୱାସ୍ଥ୍ୟ କ୍ଷେତ୍ରରେ ବିଶେଷ କରି ଗ୍ରାମାଞ୍ଚଳରେ ରହିଥିବା ସ୍ୱାସ୍ଥ୍ୟ କେନ୍ଦ୍ର ପାଇଁ କୋଟି କୋଟି ଟଙ୍କା ବ୍ୟୟବରାଦ କରୁଛନ୍ତି । ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ନିମନ୍ତେ ବିଭିନ୍ନ ନିୟମାବଳୀ ପ୍ରଣୟନ କରିଛନ୍ତି । ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ତାର ବ୍ୟତିକ୍ରମ  ପରିଲକ୍ଷିତ ହେଉଛି l ତୁରନ୍ତ ରାଜ୍ୟ  ସରକାର  ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟ ସେବା ଯୋଗାଇଦେବାକୁ ପଦକ୍ଷେପ ଗ୍ରହଣ କରନ୍ତୁ ନଚେତ ଅଞ୍ଚଳ ବାସୀଙ୍କ ଅସନ୍ତୋଷ ଭୟଙ୍କର ଆନ୍ଦୋଳନ ର ରୂପ ନେବ ବୋଲି ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like