-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଭବାନୀପାଟଣା ଠାରେ ପ୍ରଥମ ଦିଶା କମିଟି ୨୦୨୩-୨୪ ବୈଠକ ଅନୁଷ୍ଠିତ

08-Jul-2023



କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହ ରେ କଳାହାଣ୍ଡି ଲୋକସଭା ସାଂସଦ ଶ୍ରୀ ବସନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ୨୦୨୩-୨୪ ବର୍ଷର ପ୍ରଥମ ଦିଶା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓ ,ଜୁନାଗଡ ବିଧାୟକ ଶ୍ରୀ ଦିବ୍ୟ ଶଙ୍କର ମିଶ୍ର, ଲାଞ୍ଜିଗଡ ବିଧାୟକ ଶ୍ରୀ ପ୍ରଦୀପ କୁମାର ଦିଶାରୀ, ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ,ସଦର ବିଧାୟକ ପ୍ରତିନିଧି ଶ୍ରୀ ମନୋଜ ସାହୁ, ନର୍ଲା

ବିଧାୟକ ପ୍ରତିନିଧି ସୁଧିର ମହାନ୍ତି,ଅତିରିକ୍ତ ଉନ୍ନୟନ ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦର୍ୱାନ୍ ପ୍ରମୁଖ ଯୋଗ ଦେଇଥିଲେ ।ଏହା ସହିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ,ସମସ୍ତ ବ୍ଲକ୍ ଅଧ୍ୟକ୍ଷ,ସରପଞ୍ଚ, ଜୁନାଗଡ, କେସିଙ୍ଗା,ଧର୍ମଗଡ ଏନ୍ ଏ ସି ଅଧ୍ୟକ୍ଷ, ଭବାନୀପାଟଣା ପୌରପାଳିକା ଅଧ୍ୟକ୍ଷା, ଏନ୍ ଜି ଓ କର୍ମକର୍ତ୍ତା ଓ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ପ୍ରଥମେ ଜିଲ୍ଲାପାଳ କଳାହାଣ୍ଡି "ଦିଶା" ବୈଠକରେ ଉପସ୍ଥିତ ସମସ୍ତଙ୍କୁ ସ୍ଵାଗତ କରି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ର ଯୋଜନା ଓ ରାଜ୍ୟ ଯୋଜନା ର ସଫଳ ରୂପାୟନ ଉପରେ ଗୁରୁତ୍ବ ଦେଇ ଜନ ପ୍ରତିନିଧି ଏବଂ ସଭା ଅଧ୍ୟକ୍ଷ ଙ୍କ ଉପସ୍ଥାପିତ ବିଭିନ୍ନ ପ୍ରଶ୍ନ ଅଭିଯୋଗ ଉପରେ ସଠିକ୍ ମତ ରଖିବାକୁ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀଙ୍କୁ କହିଥିଲେ। ଦିଶା ଅଧ୍ୟକ୍ଷ ଶ୍ରୀ ପଣ୍ଡା କେନ୍ଦ୍ରୀୟ ଅନୁଦାନ ଓ ଖର୍ଚ୍ଚ ର ମୂଲ୍ୟାଙ୍କନ, ବିଭିନ୍ନ ସ୍କିମ୍ ର ସଫଳତା ଓ ବିଫଳତା, ଲକ୍ଷ୍ୟ ଧାର୍ଯ୍ୟ ବିଫଳତା ର କାରଣ ଓ ତର୍ଜମା ଉପରେ ଆଲୋଚନା କରିବାପାଇଁ କହିବା ସହ ଏଜେଣ୍ଡା ପାଠ କରିବାକୁ ସଂପୃକ୍ତ ଅଧିକାରୀଙ୍କୁ କହିଥିଲେ।ଅତିରିକ୍ତ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଦର୍ୱାନ୍ ଏଯେଣ୍ଡା ଅନୁଯାୟୀ ଅନୁପାଳନ ବିବରଣୀ ପାଠ କରିଥିଲେ।ବୈଠକରେ ସାଂସଦ ଶ୍ରୀ ପଣ୍ଡା କେନ୍ଦ୍ରୀୟ ସ୍କିମ୍ ମନରେଗା,ଦିନ

ଦୟାଲ ଅନ୍ତୋଦୟ ଯୋଜନା,ଦିନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ,ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା, ଏନ୍ ଏସ୍ ଏ ପି,ପ୍ରଧାନମନ୍ତ୍ରୀ ଆବାସ ଯୋଜନା( ଗ୍ରାମୀଣ ଓ ସହର),ଜାତୀୟ ପାନୀୟ ଜଳ ଯୋଜନା,ପ୍ରଧାନମନ୍ତ୍ରୀ କୃଷି ସିଚାଇ ଯୋଜନା,ସ୍ୱଚ୍ଛ ଭାରତ ମିଶନ, ଦିନ୍ ଦୟାଲ ଉପାଧାୟ ଗ୍ରାମ୍ୟ ଜ୍ୟୋତି ଯୋଜନା,ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଏନ୍ ଏଚ ଏମ, ଆଇ ସି ଡ଼ି ଏସ୍, ମଧ୍ୟାହ୍ନ ଭୋଜନ,ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଲା ଯୋଜନା,କୃଷି ସ୍ବାସ୍ଥ୍ୟ କାର୍ଡ,କୌଶଳ ବିକାଶ ଯୋଜନା, ଜନ ସେବା କେନ୍ଦ୍ର,ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, ଟେଲିକମ , ରେଲୱେ ସମ୍ପର୍କିତ ଜିଲ୍ଲା ସ୍ତରରେ ବିଭିନ୍ନ ବିଭାଗ ଦ୍ଵାରା କରାଯାଉଥିବା ଏହି ଉପରୋକ୍ତ ସ୍କିମ୍ ରେ ଲାଭ ପାଉଥିବା ହିତାଧିକାରୀ, ସ୍କିମ୍ ର ଅଗ୍ରଗତି,ସଫଳତା, ଲକ୍ଷ୍ୟ ଧାର୍ଯ୍ୟ ପୂରଣ ଉପରେ ସମୀକ୍ଷା କରିଥିଲେ। ବିଧାୟକ ଜୁନାଗଡ ଶ୍ରୀ ମିଶ୍ର ଜିଲ୍ଲାରେ ଏହି ଯୋଜନା ର ସଫଳତା ହାସଲ ପାଇଁ ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ,ସରପଞ୍ଚ ଓ ଜନ ପ୍ରତିନିଧି ନିଜ ଅଞ୍ଚଳର ବିକାଶ ପାଇଁ ଆଗଭର ହୋଇ ବିଭାଗୀୟ ଅଧିକାରୀଙ୍କୁ ଲକ୍ଷ୍ୟ ଧାର୍ଯ୍ୟ ପୂରଣ ପାଇଁ ସମ୍ୟନ୍ନୟ ରଖିବାକୁ କହିଥିଲେ । ଜିଲ୍ଲାରେ ମନରେଗା ଯୋଜନାରେ ୧୩ ଟି ବ୍ଲକରେ ୨୦୨୨-୨୩ ରେ ୩୩୮୧ ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇ ୧୬୩୮୦୧ ପରିବାର ତଥା ୨୭୪୧୯୧ ଜଣ ହିତାଧକାରୀ ଲାଭ ପାଇଛନ୍ତି।୭୭ଟି ଅମୃତ ସରୋବର ଖନନ ଲକ୍ଷ୍ୟ ଧାର୍ଯ୍ୟ ରୁ ଏପର୍ଯ୍ୟନ୍ତ ୧୨ ଟି ଶେଷ ଏବଂ ୫୬ଟି କାର୍ଯ୍ୟ ଆରମ୍ଭ ହୋଇଅଛି ଏବଂ ୩୫୦୨ ଟି ରାସ୍ତା ଅନୁମୋଦନ ହୋଇ ୧୩୮୯ ଟି ର କାର୍ଯ୍ୟ ଆରମ୍ଭ ହୋଇଛି।ସେଭଳି ଗ୍ରାମ୍ୟ ରାସ୍ତା ସଂଯୋଗିକରଣ ରେ ୧୪୫୩ ଟି ଅନୁମୋଦିତ ହୋଇ ୧୫୬ ଟି ଶେଷ ହୋଇଛି ।ପ୍ରଧାନମନ୍ତ୍ରୀ ଆବାସ ଯୋଜନା( ସହର) ଯୋଜନା ରେ ୮.୬.୨୦୨୩ ସୁଦ୍ଧା ସଂଶୋଧିତ ୪୪୨୮ ଅନୁମୋଦିତ ଗୃହରୁ ୩୨୫୦ଜଣ ଙ୍କୁ ଘର ଯୋଗାଇ ଦିଆଯାଇଛି।ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ ) ଯୋଜନା ୨୦୧୬ ରୁ ୨୦୨୧ ମଧ୍ୟରେ ଲକ୍ଷ୍ୟ ଧାର୍ଯ୍ୟ ୧୦୧୯୭୧ ରୁ ୯୨୧୧୫ ଗୃହ ନିର୍ମାଣ ହୋଇ ୯୦.୩୩ ପ୍ରତିଶତ ପୂରଣ ହୋଇଛି ଓ ହିତାଧିକାରୀଙ୍କୁ ଆବଣ୍ଟନ କରାଯାଇଛି। ସ୍ୱଚ୍ଛ ଭାରତ ମିଶନ ରେ ୮.୬.୨୦୨୩ ସୁଦ୍ଧା ୫୮୫୦ ଲକ୍ଷ୍ୟ ଧାର୍ଯ୍ୟରୁ ୫୩୨୩ ଶୌଚାଳୟ ନିର୍ମାଣ ସମ୍ପୂର୍ଣ୍ଣ ହୋଇଛ। ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ଦ୍ଵାରା ୨୦୨୨-୨୩ ସୁଦ୍ଧା ଜଳ ଜୀବନ ମିଶନ ରେ ୧୨୮ ପ୍ରକଳ୍ପ ସଂପୂର୍ଣ୍ଣ ହୋଇ ୭୮୫୨୪ ଏବଂ ବସୁଧା ରେ ୫୪ ଟି ପ୍ରକଳ୍ପ ସଂପୂର୍ଣ୍ଣ ହୋଇ ୫୧୨୭୮ ଜଣ ପାନୀୟ ଜଳ ଯୋଗାଣ ରେ ସହଯୋଗ ପାଇଛନ୍ତି।୨୦୨୨-୨୩ ସୁଦ୍ଧା ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ ୨୫୦୦୦ ଲକ୍ଷ୍ୟଧାର୍ଯ୍ୟ ପୂରଣ ହୋଇ ୩୨୦୭୩ ବଣ୍ଟନ କରାଯାଇଛି ।ଜିଲ୍ଲାରେ ମଧ୍ୟାହ୍ନ ଭୋଜନ ଯୋଜନା ରେ ୧୩ ଟି ବ୍ଲକର ୨୧୬୬ ଟି ସ୍କୁଲ ର ୧୮୬୭୪୬ ଜଣ ଛାତ୍ର ଛାତ୍ରୀ ଅନ୍ତର୍ଭୁକ୍ତ ହୋଇ ଲାଭ ପାଉଛନ୍ତି। ସେଥିମଧ୍ୟରୁ ୨୦୨୧ ଟି ରନ୍ଧନ ଶାଳ ସ୍କୁଲ କମିଟି ଏବଂ ୧୪୫ ଟି ମହିଳା ସ୍ଵଂୟ ସହାୟକ ଗୋଷ୍ଠୀ ଦ୍ଵାରା ପରିଚାଳିତ ହେଉଛି। ସାଂସଦ ଶ୍ରୀ ପଣ୍ଡା ବିଭିନ୍ନ କେନ୍ଦ୍ରୀୟ ଯୋଜନାରେ ଗତ ୨୦୧୪ -୧୫ ରୁ ୨୦୨୨ - ୨୩ ପର୍ଯ୍ୟନ୍ତ କେତେ ଅନୁଦାନ ଅର୍ଥ , କାର୍ଯ୍ୟ ନିର୍ବାହ, ଲକ୍ଷ୍ୟ ପୁରଣ ଉପରେ ସବିଶେଷ ସମୀକ୍ଷା କରିଥିଲେ। ଜିଲ୍ଲାରେ ବେଦାନ୍ତ ଆଲୁମିନା ପକ୍ଷରୁ କଳାହାଣ୍ଡି ଯୁବକ ଯୁବତୀ ମାନଙ୍କୁ ନିଯୁକ୍ତି ଦେବାରେ ଅବହେଳା ଏବଂ ଉତ୍କଳ ଆଲୁମିନା ପକ୍ଷରୁ କାହିଁକି ଏ ପର୍ଯ୍ୟନ୍ତ ସ୍ଥାନୀୟ ଆଶାୟୀ ପ୍ରାର୍ଥୀ ଙ୍କୁ ନିଯୁକ୍ତି ନ ଦେଇ ଜିଲ୍ଲାର ଖଣି ଉତ୍ତୋଳନ କରିଚାଲିଛି ଏହି ବିଷୟ ନେଇ ସାଂସଦ ଏବଂ ଜୁନାଗଡ଼ ବିଧାୟକ ଅସନ୍ତୋଷ ପ୍ରକାଶ କରିଥିଲେ ଏବଂ ପ୍ରଶାସନ ଏହା ଉପରେ ପଦକ୍ଷେପ ନେଉ ବୋଲି କହିଥିଲେ।ଜୁନାଗଡ଼ ବିଧାୟକ ଶ୍ରୀ ମିଶ୍ର କଳାହାଣ୍ଡି ର ସାମଗ୍ରିକ ବିକାଶ ପାଇଁ କେନ୍ଦ୍ର ସହ ରାଜ୍ୟର ଅନୁଦାନ ଅର୍ଥ ର ସଠିକ୍ ବିନିଯୋଗ ,ଜିଲ୍ଲାର ଲୋକଙ୍କ ସର୍ବନିମ୍ନ ଆବଶ୍ୟକତା କୁ ଅଗ୍ରାଧିକାର ଦେଇ ସମସ୍ତେ ଚେଷ୍ଟା ସହ ଆନ୍ତରିକ ଉଦ୍ୟମ କଲେ ଏହି ସବୁ ଯୋଜନା ର ହିତାଧିକାରୀ ନିଶ୍ଚୟ ପାଇପାରିବେ ବୋଲି କହିଥିଲେ।ସାଂସଦ ତଥା ଅଧ୍ୟକ୍ଷ କେନ୍ଦ୍ରୀୟ ବିଦ୍ୟାଳୟ , ଆର୍ ଏମ ସି କାର୍ଯ୍ୟଳୟ ଦେଇ ତାରିଣୀ ମନ୍ଦିର ରାସ୍ତା କୁ ଠିକ୍ କରିବା ପାଇଁ ଆର୍ ଡି ନିର୍ବାହୀ ଯନ୍ତ୍ରୀ ଏବଂ ଭବାନୀପାଟଣା ପୌରପାଳିକା ଇ ଓ ଙ୍କୁ ଯଥା ଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ କହିଥିଲେ। ଉପସ୍ଥିତ ରେଲୱେ କତୃପକ୍ଷ ଙ୍କୁ କଳାହାଣ୍ଡି ଜିଲ୍ଲା ରେଳ ଯାତ୍ରୀ ମାନଙ୍କ ସୁବିଧା ପାଇଁ ବିଶାଖାପାଟଣା- ରାୟଗଡ଼ା ଟ୍ରେନ କୁ ଭବାନୀପାଟଣା ପର୍ଯ୍ୟନ୍ତ ସମ୍ପ୍ରସାରିତ,ଭୁବନେଶ୍ୱର ରୁ ବଲାଙ୍ଗୀର ସିଟିଂ ବ୍ୟବସ୍ଥା ଟ୍ରେନ କୁ କେସିଙ୍ଗା ପର୍ଯ୍ୟନ୍ତ, ଏବଂ ସମତା ଏକ୍ସପ୍ରେସ କେସିଙ୍ଗା ରୁ ଗୋଟିଏ ଦିନ ଆହ୍ଲାବାଦ ଦେଇ ଦିଲ୍ଲୀ ଯିବାକୁ ପ୍ରସ୍ତାବ ଗ୍ରହଣ କରି ଚିଠି ଲେଖିବା କୁ କହିବା ସହ ରେଲୱେ ବୋର୍ଡ ରେ ଏହି ବିଷୟ କୁ ଗୁରୁତ୍ଵ ଦେବେ ବୋଲି କହିଥିଲେ।ବୈଠକରେ ଦୁର୍ଗମ ଅଞ୍ଚଳ ରେ ମୋବାଇଲ ଓ ନେଟ୍ ଟାୱାର, ଥୁଆମୂଲ୍ ରାମପୁର , ଲାଞ୍ଜିଗଡ ଅଞ୍ଚଳରେ ଅଧିକ ବ୍ୟାଙ୍କ୍ ଶାଖା,ଫସଲ ବୀମା,କ୍ଷୁଦ୍ର ଜଳ ସେଚନ, ପୋଷଣ ଯୋଜନା,ବିଦ୍ୟୁତିକରଣ ଉପରେ ମଧ୍ୟ ଆଲୋଚନା ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like