-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

‘ଖବରକାଗଜ ଚିନ୍ତା ଚେତନାକୁ ଜାଗ୍ରତ କରେ’ -ବଲାଙ୍ଗୀରରେ ଧରିତ୍ରୀର ୫୦ ବର୍ଷ ପାଳନ ଅବସରରେ ଆଲୋଚନାଚକ୍ର 

10-Jul-2023



ବଲାଙ୍ଗୀର,(ପ୍ରେରଣା ଖବର) ବଲାଙ୍ଗୀର ପୃଥ୍ୱୀରାଜ ହାଇସ୍କୁଲ ଶତବାର୍ଷିକୀ କକ୍ଷରେ ଶନିବାର ସନ୍ଧ୍ୟାରେ ଦୈନିକ ଧରିତ୍ରୀର ୫୦ ବର୍ଷ ପଦାର୍ପଣ ଅବସରରେ ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟଅତିଥି ଭାବେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ମୁଖ୍ୟବକ୍ତା ଭାବେ ସମ୍ବଲପୁର ଆଇଆଇଏମ୍‌ର ପ୍ରଫେସର ଡ ସୁଜିତ କୁମାର ପୃଷେଠ୍ ଯୋଗଦାନ କରିଥିଲେ । ସଭାରେ ଧରିତ୍ରୀ ତଥା ଓରିସା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ମଞ୍ଚାସୀନ ଥିଲେ । 
    ମୁଖ୍ୟବକ୍ତା ଡ. ପୃଷେଠ୍ କହିଥିଲେ ଛାପା ଗଣମାଧ୍ୟମର ଆଜିବି ଆବଶ୍ୟକତା ରହିଛି । କାରଣ ଖବରକାଗଜ ପଢ଼ିବା ଦ୍ୱାରା ଆମର ଚିନ୍ତା ଓ ଚେତନା ଜାଗ୍ରତ କରିଥାଏ । ଯାହା ଇଣ୍ଟରନେଟ୍‌ରେ ସମ୍ଭବ ହୋଇନଥାଏ । ଆଜି ସାମାଜିକ ବିଧିବ୍ୟବସ୍ଥା ଏପରି ହୋଇଗଲାଣି ଯେ ଗରିବ ଅଧିକ ଗରିବ ହେଉଥିବାବେଳେ ଧନୀ ଅଧିକରୁ ଅଧିକ ଧନୀ ହୋଇଚାଲିଛି । ଏବେ କୁବେର ଧନୀଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଫଳରେ ଆର୍ଥିକ ବୈଷମ୍ୟତା ରହୁନାହିଁ ଏବଂ ଏହା ସୁସ୍ଥ ଗଣତନ୍ତ୍ରର ଲକ୍ଷଣ ନୁହେଁ ବୋଲି ପ୍ରଫେସର ପୃଷେଠ୍ କହିଥିଲେ । ଗଣମାଧ୍ୟମ ନିର୍ଭୀକ ଏବଂ ନିରପେକ୍ଷ ରହିଲେ ସମାଜରେ ପରିବର୍ତ୍ତନ ଆସିପାରିବ ଏବଂ ଧରିତ୍ରୀ ହିଁ ଏହାର ବଳିଷ୍ଠ ଉଦାହରଣ ବୋଲି ସେ କହିଥିଲେ ।

ମୁଖ୍ୟଅତିଥି ବିଧାୟକ ନରସିଂହ ମିଶ୍ର ତାଙ୍କ ବକ୍ତବ୍ୟରେ ବର୍ତ୍ତମାନ ଗଣତନ୍ତ୍ର ବିପଥଗାମୀ ହୋଇଛି ବୋଲି କହିଥିଲେ । ବିଶେଷକରି ବ୍ୟବସ୍ଥାପିକା ସଭାରେ କ’ଣ ଏବଂ କେଉଁ ଆଇନ ଅଣାଯାଉଛି ତାହା ବ୍ୟବସ୍ଥାପକ ଏବଂ ମନ୍ତ୍ରୀମାନେ ଜାଣିପାରୁନାହାନ୍ତି । ସଚିବ ମାନେ ଯାହା ଲେଖୁଛନ୍ତି ତାହାକୁ ମନ୍ତ୍ରୀମାନେ ପଢ଼ୁଛନ୍ତି । ଏପରିକି କେତେକ ଗଣମାଧ୍ୟମ ଅସତ୍ୟ ତଥ୍ୟ ଉପସ୍ଥାପନ କରି ଜନମାନସକୁ ବିଭ୍ରାନ୍ତ କରୁଛନ୍ତି । ଯାହା ସାମ୍ବିଧାନିକ ବିଧିବ୍ୟବସ୍ଥା ଓ ଗଣତନ୍ତ୍ର ପ୍ରତି ବଡ ଆହ୍ୱାନ ସୃଷ୍ଟି କରୁଛିବୋଲି କହିଥିଲେ । ସମ୍ପାଦକ ସତପଥୀ ଆଲୋଚନାଚକ୍ରରେ ନିଜ ବକ୍ତବ୍ୟରେ କୌଣସି ବୟସ ନୁହେଁ ବ୍ୟକ୍ତିର ଚିନ୍ତାଧାରା ହିଁ ପରିବର୍ତ୍ତନ ଆଣିପାରିବ । ବିଶେଷକରି ଯୁବଗୋଷ୍ଠୀ ସାମାଜିକ ଦାୟିତ୍ୱବୋଧକୁ ଗ୍ରହଣ କରି ଗଣତନ୍ତ୍ରକୁ ସୁଦୃଢ଼ କରିବାର ଆବଶ୍ୟକତା ରହିଛି ବୋଲି କହିଥିଲେ । ପ୍ରାରମ୍ଭିକ ବକ୍ତବ୍ୟ ରଖି ଧରିତ୍ରୀ ଓ ଓରିଶା ପୋଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ କହିଥିଲେ ଧରିତ୍ରୀ ସବୁବେଳେ ନିରପେକ୍ଷ ଓ ସତ୍ୟତା ଅବଲମ୍ବନ କରି ଆଜି ୫୦ ବର୍ଷରେ ପଦାର୍ପଣ କରିବାକୁ ଯାଉଛି । ପାଠକଙ୍କ ବିଶ୍ୱାସ ଓ ଭଲ ପାଇବା ଆମର ମୁଖ୍ୟ ପୁଞ୍ଜି ବୋଲି କହିଥିଲେ । ଏହି ଅବସରରେ ବଲାଙ୍ଗୀର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଆୟୋଜିତ ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି ଶୀର୍ଷକ ବକ୍ତୃତା ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଜିଲା ଖବରଦାତା ବୀରେନ୍ଦ୍ର କୁମାର ଝାଙ୍କର କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମକୁ ଉପବାର୍ତ୍ତା ସମ୍ପାଦକ ଲାଲ ସୁନୀଲ କୁମାର ରଥ ପରିଚାଳନା କରିଥିଲେ । ଶେଷରେ ବରିଷ୍ଠ ସହସମ୍ପାଦକ ମାନସ ରଞ୍ଜନ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଧରିତ୍ରୀ ଓ ଓରିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀଙ୍କୁ ବଲାଙ୍ଗୀରର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like