-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ମିଶନ ଶକ୍ତି ଗୃହ ଉଦ୍‌ଘାଟନ କଲେ ନରସିଂହ, ନାରୀ ଶକ୍ତିଶାଳି ହେଲେ ସମାଜ ର ସର୍ବାଙ୍ଗିନ ବିକାଶ ହୋଇଥାଏ

10-Jul-2023



ବଲାଙ୍ଗିର,(ପ୍ରେରଣା ଖବର)- ଦେଶ ସ୍ୱାଧିନତା ପାଇବା ପରେ ପରେ ତତ୍କାଳିନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ବାବା ସାହେବ ଆମ୍ବେଦକରଙ୍କ ଅଧ୍ୟକ୍ଷତାରେ ସମ୍ବିଧାନ ତିଆରି କରିଥିଲେ । ସେତେବେଳେ ତିଆରି ହୋଇଥିବା ସମ୍ବିଧାନ ନାରୀମାନଙ୍କୁ ପୁରୁଷମାନଙ୍କ ସହିତ ସମାନ ଅଧିକାର ପ୍ରଦାନ କରିଥିଲା । କିନ୍ତୁ ଦୁଃଖର ବିଷୟ ଆଜି ପର୍ଯ୍ୟନ୍ତ ଆମେ ଦେଶରେ ନାରୀମାନଙ୍କୁ ସେ ଅଧିକାର ପ୍ରଦାନ କରିବାରେ ଅବହେଳା କରିଛୁଁ । ମନମୋହନଙ୍କ ସରକାର ଥିବା ବେଳେ ଲୋକସଭାରେ ୫୦ ପ୍ରତିଶତ ସିଟ୍ ମହିଳାମାନଙ୍କ ପାଇଁ ସଂରକ୍ଷଣ ପାଇଁ ବିଲରେ ବ୍ୟବସ୍ଥା କରାଯାଇଥିଲା । ନାରୀ ସଶକ୍ତି କରଣର ଡିମ୍‌ଡିମ୍ ପିଟୁଥିବା ସରକାରମାନେ କାହିଁକି ଆଜି ପର୍ଯ୍ୟନ୍ତ ଲୋକସଭା ହେଉ କି ବିଧାନସଭା ହେଉ ସେ ଅଧିକାର ନାରୀମାନଙ୍କୁ ଦେବାରେ ଅବହେଳା କରିଛନ୍ତି ବୋଲି ଆଜି ବଲାଙ୍ଗିର ସଦର ବ୍ଲକ କାର୍ଯ୍ୟାଳୟ ପରିସରରେ ମିଶନ ଶକ୍ତି ଗୃହ ଉଦ୍‌ଘାଟନ ବେଳେ ମାନ୍ୟବାର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି ।

ସେ ଆହୁରି ମଧ୍ୟ କହିଛନ୍ତି ଯେ ନାରୀ ସଶକ୍ତି  ଉପରେ ଜୋର ଦେଇ ବାହା ବାହା ସାଉଟିବା ପାଇଁ ଚେଷ୍ଟା କରୁଥିବା ଆମ ରାଜ୍ୟ ସରକାର ମଧ୍ୟ ଗତ ୨୩ ବର୍ଷ ମଧ୍ୟରେ କାହିଁକି ଜଣେ ନାରୀ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ପ୍ରଦାନ କରିପାରିନାହାନ୍ତି । ଏହି ଛଳରେ ସେ ତାଙ୍କ ଦଳ ଦେଶ ଓ ରାଜ୍ୟରେ ଜଣେ ନାରୀ ପ୍ରଧାନମନ୍ତ୍ରୀ ଓ ଜଣେ ନାରୀ ମୁଖ୍ୟମନ୍ତ୍ରୀ ପ୍ରଦାନ କରିସାରିଛି ବୋଲି କହିଥିଲେ । ନାରୀ ସଶକ୍ତିକରଣ ଉପରେ କହିବାକୁ ଯାଇ ଶ୍ରୀ ମିଶ୍ର ମିଶନ ଶକ୍ତି ପରି ଯୋଜନା ଯେଉଁଥିରେ କି ନାରୀଙ୍କୁ ସଶକ୍ତିକରଣ ପାଇଁ ଚେଷ୍ଟା କରାଯାଉଛି ସେପରି ଯୋଜନା ସାରା ଦେଶରେ ଅଛି । କୌଣସି ବି ସରକାର ନାରୀଙ୍କ ଅଧିକାରରୁ ତାଙ୍କୁ ବଂଚିତ କରିପାରିବ ନାହିଁ । ସରକାର ବଦଳିପାରେ କିନ୍ତୁ ଏହି ଯୋଜନା ଚିର ଦିନ ପାଇଁ ବଳବତ୍ତର ରହିବ ବୋଲି ସେ କହିଥିଲେ ।

କେବଳ ଆମେ ନାରୀମାନଙ୍କୁ ତାଙ୍କୁ ପ୍ରଦାନ କରାଯାଉଥିବା ସୁବିଧା ବାବଦରେ ସଚେତନ କରିବାକୁ ହେବ । ତାଙ୍କ ପାଇଁ ଆସୁଥିବା ଅନୁଦାନ ଯେପରି ମାଁ ମାନେ ଠିକ୍ ହିସାବରେ ପରିଚାଳନା କରି ପର୍ଯ୍ୟାପ୍ତ ପରିମାଣରେ ଲାଭବାନ ହେବେ ସେ ଉପରେ ସବୁ ବର୍ଗ କାମ କରିବା ଉଚିତ ବୋଲି ବିଧାୟକ ଶ୍ରୀ ମିଶ୍ର କହିଥିଲେ । ଆଜିର ଏହି ଉଦ୍‌ଘାଟନି ସଭାରେ ଗୋଷ୍ଠି ଉନ୍ନୟନ ଅଧିକାରୀ ଡ.ଇପ୍‌ସିତା ପାତ୍ର ମିଶନ ଶକ୍ତିର ଉପଯୋଗତା ବାବଦରେ ସୂଚନା ଦେଇଥିଲେ । ସଂଯୋଜନା କରିଥିଲେ ମିଶନ ଶକ୍ତି ସଂଯୋଜକ ଚିନ୍ମୟ ତ୍ରିପାଠି । ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ପ୍ରତିନିଧି କିଶୋର ସିଂ ନିନା, ସରୋଜ ରଥ, ବୁଲୁ ଦାନି, ଲୋପନ ମିଶ୍ର, ଜୟନାରାୟଣ ବହିଦାର, ଜୁଲୁ ପଟ୍ଟନାୟକ, କୈଳାସ ମିଶ୍ର ଙ୍କ ସମେତ ଶତାଧିକ ମିଶନ ଶକ୍ତି ମାଁ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like