-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ବିନିକା ଗଜପତିନଗରରେ ଡ୍ରେନେଜ ସମସ୍ୟାକୁ ନେଇ ରାସ୍ତାରୋକ ଆନ୍ଦୋଳନ

13-Jul-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସହର ଗଜପତିନଗର ପଡ଼ାରେ ବର୍ଷା ପାଣି ଜମି ରହିବା ଓ ତାର ନିଷ୍କାସନ ପାଇଁ ସ୍ଥାନୀୟ ପ୍ରଶାସନ ପାଖରେ ଗତ ୧୨ଦିନ ତଳେ ଅଭିଯୋଗ କରାଯାଇଥିଲେ ମଧ୍ୟ କେହି ନ ଶୁଣିବାରୁ ପଡ଼ାବାସୀ ଆଜି ବାଧ୍ୟ ହୋଇ ରାସ୍ତାରୋକ ଆନ୍ଦୋଳନ କରିଥିଲେ ।ଫଳରେ ଦୀର୍ଘ ୬ଘଣ୍ଟାଧରି ରାସ୍ତାରେ ଗାଡ଼ି ମଟର ଚଳାଚଳ ସମୂର୍ଣ୍ଣ ଠପ ହୋଇପଡ଼ିଥିଲା ।ପରେ ପ୍ରଶାସନ ଉପସ୍ଥିତ ରହି ଆନ୍ଦୋଳନକାରୀଙ୍କ ସମସ୍ୟାକୁ ଯୁଦ୍ଧକାଳୀନ ଭିତ୍ତିରେ ସମାଧାନ କରିବା ପାଇଁ ଲିଖିତ ପ୍ରତିଶୃତି ଓ କାର୍ଯ୍ୟ ଆରମ୍ଭ କରିବା ପରେ ଆନ୍ଦୋଳନକାରୀ ରାସ୍ତାରୋକ ଆନ୍ଦୋଳନରୁ ହଟିଥିଲେ ।ସୂଚନା ଯୋଗ୍ୟ ଯେ ବିନିକା ସହର ସୋନପୁର ପଟକୁ ଯାଇଥିବା ମୁଖ୍ୟ ରାସ୍ତାର କିଛି ଦୂର ପରେ ଗଜପତିନଗର ୮ନଂ ୱାର୍ଡ ରହିଛି । ଯଦି ସାମାନ୍ୟ ବର୍ଷା ହୁଏ ତେବେ ପାଣି ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା ନଥିବାରୁ ପଡ଼ାବାସୀ  ଆଣ୍ଟୁଏ ପାଣିରେ ଯିବା ଆସିବା କରୁଛନ୍ତି ।ପ୍ରବଳ ବର୍ଷା ହେଲେ ସାରା ପଡ଼ା ଜଳମଗ୍ନ ହେବା ସହ ଲୋକଙ୍କ ଘରଦ୍ୱାରରେ ପାଣିର ଲହଡ଼ା ମାରିଥାଏ।ଜମି ରହୁଥିବା ବର୍ଷା ପାଣି ଯୋଗୁଁ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି ହେବା ସହ ବିଭିନ୍ନ ରୋଗ ବ୍ୟାପୁଥିବା ପଡ଼ାବାସୀ ଅଭିଯୋଗ କରିଛନ୍ତି ।ଏହାର ସମାଧାନ ପାଇଁ ଗତ ୧୨ଦିନ ତଳେ ପଡ଼ାବାସୀଙ୍କ ତରଫରୁ ବିନିକା ଏନଏସି ଭାରପ୍ରାପ୍ତ ଅଧିକାରୀ ତଥା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇଥିଲା।ହେଲେ ସମସ୍ୟା ସମାଧାନ ନହେବାରୁ ଆଜି ସକାଳେ ବାଧ୍ୟ ହୋଇ ପଡ଼ାବାସୀ ରାସ୍ତାକୁ ଓହ୍ଲାଇଥିଲେ ।ବୀରମହାରାଜପୁର ବିଧାନସଭା ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ଆନନ୍ଦ ବାରିକ,ବରିଷ୍ଟ ବିଜେପି ନେତା କୃଷ୍ଣଚନ୍ଦ୍ର କୁମ୍ଭାରଙ୍କ ନେତୃତ୍ରରେ ପଡ଼ାର ସମସ୍ତେ ଏକତ୍ରିତ ହୋଇ ରାସ୍ତାରେ ବସି ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।ଦୀର୍ଘ ୬ଘଣ୍ଟା ଧରି ଲୋକଙ୍କ ନାରାବାଜି ରେ ଆନ୍ଦୋଳନ ସ୍ଥଳ ପ୍ରକମ୍ବିତ ହୋଇଥିଲା ।ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ବିନିକା ଥାନାଧିକାରୀ ସାରଙ୍ଗଧର ପାଣିଗ୍ରାହୀ, ଏସଡିପିଓ ପୁଷ୍ପାଞ୍ଜଳି ନୀଙ୍ଗଙ୍କ ସହ ପୋଲିସ ବାହିନୀ ଘଟଣାସ୍ଥଳରେ ଉପସ୍ଥିତ ଥିଲେ।ବିନିକା ଏନଏସି ଅଧ୍ୟକ୍ଷ ସୁବାସ ଭୋଇ,ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ସୈଲେଶ ଦିଲକି,କନିଷ୍ଠ ଯନ୍ତ୍ରୀ ବିନୟ କୁମାର ସୋରେନ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ସମସ୍ୟା ସମାଧାନ ଉପରେ ଆଲୋଚନା କରିଥିଲେ । ଜମି ରହିଥିବା ବର୍ଷା ପାଣି ନିଷ୍କାସନ ପାଇଁ ଜେସିବି ସହାୟତାରେ ମୁଖ୍ୟ ରାସ୍ତା ପାର୍ଶ୍ବର ମାଟି ଖୋଲାଯିବା ପରେ ରାସ୍ତାରୋକ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଏହି ଆନ୍ଦୋଳନ ଯୋଗୁଁ  ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡ଼ି ଅଟକି ରହିଥିଲା ଦୁଇ ଚକିଆ ଗାଡ଼ି ଚାଲକ ମାନେ ଯିବା ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଥିଲ।ବିଶେଷ କରି ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେବା ଆଣିବା କରୁଥିବା ଭ୍ୟାନ ଗୁଡ଼ିକ ଅନ୍ୟ ସବୁ ରାସ୍ତାରେ ବୁଲି ଯାଉଥିବା ଦେଖିବାକୁ ମିଳିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like