-+91-9937148622 |
prerana_bgr@rediffmail.com |
Monday 29th June 2026 |
R.N.I. Regd No. ODIODI/2010/46693
Breaking News
24-Jul-2023
ବୌଦ୍ଧ(ଦୁର୍ଯ୍ଯୋଧନ ବିଶି ): ବୌଦ୍ଧ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟରେ ଆଜି ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜ଼ିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ରବି ନାରାୟଣ ତ୍ରିପାଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦାୟିତ୍ୱ ଗ୍ରହଣ
ପରେ ଜିଲ୍ଲାର ଉନ୍ନତି ପାଇଁ ନୂତନ ଜ଼ିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରିପାଠୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ଦାୟିତ୍ୱ ଗ୍ରହଣ ପରେ ଜିଲା ସ୍ତରୀୟ ଅଧିକାରୀ, ବିଭାଗୀୟ କର୍ମଚାରୀ ମାନେ ନୂତନ ନୂତନ ଜ଼ିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରିପାଠୀ ଙ୍କୁ ସ୍ୱାଗତ କରିଥିଲେ । ଜ଼ିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରିପାଠୀ ପୂର୍ବରୁ ରାୟଗଡ଼ା ଜିଲ୍ଲାରେ ଜ଼ିଲ୍ଲା ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ । ବୌଦ୍ଧର ପୂର୍ବତନ ଜ଼ିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେରଙ୍କ ରାୟଗଡ଼ା ଜ଼ିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି ।