-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ମେଗା ଅଏଲ ପାମ ପ୍ଲାନଟେସନ ଡ୍ରାଇଭ୍ ଅନୁଷ୍ଠିତ

30-Jul-2023



ବରଗଡ଼: ଗୋଦରେଜ ଆଗ୍ରୋଭେଟ ଲିମିଟେଡ଼ ଏବଂ ଉଦ୍ୟାନ ବିଭାଗ ବରଗଡର ମିଳିତ ସହଯୋଗରେ ସୋହେଲା ବ୍ଲକ ଅନ୍ତର୍ଗତ ଅର୍ଜୁଣ୍ଡା ଗ୍ରାମରେ ଜିଲ୍ଲାସ୍ତରୀୟ ମେଗା ଅଏଲ ପାମ ପ୍ଲାଣ୍ଟେସନ ଡ୍ରାଇଭ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ରୂପେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାନିନୀ ଭୋଇ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ । ଅନ୍ୟ ଅତିଥିମାନଙ୍କ ମଧ୍ୟରେ ସୋହେଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ବିଶ୍ୱରଞ୍ଜନ କର,ଗୋଦରେଜ ଆଗ୍ରୋଭେଟ ଲିମିଟେଡ଼ର ଜେନେରାଲ ମ୍ୟାନେଜର ଶ୍ରୀ ସଙ୍କଳେଶ୍ୱର ମହାନ୍ତି, ସହକାରୀ ବନ ସଂରକ୍ଷକ, ବରଗଡ ଶ୍ରୀ ରାଜେନ୍ଦ୍ର ଗୋଛାୟତ,ସହକାରୀ ଉଦ୍ୟାନ କୃଷି ନିର୍ଦେଶକ, ବରଗଡ ଶ୍ରୀ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ସହକାରୀ ଉଦ୍ୟାନ କୃଷି ନିର୍ଦେଶକ, ପଦ୍ମପୁର ଶ୍ରୀ ଗୋବିନ୍ଦ ପଧାନ,  ଗୋଦରେଜ ଆଗ୍ରୋଭେଟ ଲିମିଟେଡ଼ର ଉନ୍ନୟନ ଅଧିକାରୀ ଶ୍ରୀ ସୁବାସ କୁମାର ଜେନା ଯୋଗ ଦେଇଥିଲେ ।
କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଜାତୀୟ ଖାଦ୍ୟତେଲ ମିଶନ- ଅଏଲ ପାମ(NMEO-OP) ଯୋଜନାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅଏଲ ପାମ ବହୁଳ ଭାବେ ଚାଷ କରାଯାଉଛି । ଏହି ଯୋଜନାରେ ଚାଷୀମାନଙ୍କୁ ମାଗଣାରେ ଚାରା ଏବଂ ରକ୍ଷଣାବେକ୍ଷଣ ପାଇଁ ସରକାରଙ୍କ ତରଫରୁ ସହାୟତା ଯୋଗାଇ ଦିଆଯାଉଛି । ଅଏଲ ପାମ ଏକ ଅର୍ଥକାରୀ ଏବଂ ବହୁବାର୍ଷିକ ଫସଲ ହୋଇଥିବାରୁ ବରଗଡ ଜିଲ୍ଲାରେ ବହୁଳ ମାତ୍ରାରେ ଚାଷ କରିବା ପାଇଁ ଅତିଥିମାନେ ଚାଷୀମାନଙ୍କୁ ଆହ୍ୱାନ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲାର ସମସ୍ତ ବ୍ଲକରୁ ପାଖାପାଖି ୩୦୦ ଚାଷୀ ଯୋଗଦେଇଥିଲେ ।ଏଠାରେ ଏକ ଅଏଲ ପାମ ଚାଷ ସମନ୍ଧିୟ ପଦର୍ଶନୀ ଷ୍ଟଲ ଖୋଲାଯାଇଥିଲା । ସମସ୍ତ ଅତିଥିମାନେ ନିଜ ହାତରେ ଗୋଟିଏ ଗୋଟିଏ ଅଏଲ ପାମ ଚାରା ରୋପଣ କରିଥିଲେ ।ଗୋଦରେଜ ଆଗ୍ରୋଭେଟର

ଜେନେରାଲ ମ୍ୟାନେଜର ଚାଷୀମାନଙ୍କ ପାଇଁ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ମାଧ୍ୟମରେ ଋଣ ବ୍ୟବସ୍ଥା ଏବଂ ସୋହେଲା ଠାରେ ଏକ ମିନି ସମାଧାନ କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ଘୋଷଣା କରିଛନ୍ତି। ଯେଉଁଠାରେ ଚାଷୀମାନଙ୍କର ଅଏଲ ପାମ ଚାଷ ସମଧିୟ ସମସ୍ତ ପ୍ରକାର ସୁବିଧା ମିଳିପାରିବା ସହିତ ସେଠାରେ ଏକ ଫଳ ସଂଗ୍ରହ କେନ୍ଦ୍ର ରହିବ ।ଏହି କାର୍ଯ୍ୟକ୍ରମରେ ସୁବାସ କୁମାର ଜେନା ସ୍ୱାଗତ ଭାଷଣ ଦେଇଥିବା ବେଳେ, ଗୋବିନ୍ଦ ଚନ୍ଦ୍ର ପଣ୍ଡା ଏହି ମେଗା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଉଦ୍ୟାନ ବିଭାଗ ଏବଂ ଗୋଦରେଜ ଆଗ୍ରୋଭେଟର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like