-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ 

03-Aug-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ  ୭୭ ତମ ସ୍ବାଧୀନତା ଦିବସ ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ  ଖେଳ ପଡିଆ ଠାରେ ବର୍ଣ୍ଣାଢ଼୍ୟ ସମାରୋହର ପାଳନ କରାଯିବା ନିମନ୍ତେ ବାଲିଗୁଡା ଉପ ଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଗୁରୁବାର ସନ୍ଧ୍ୟାରେ ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏହି ଜାତୀୟ ଦିବସ କୁ ଜାକଜକମକରେ ଉତ୍ସାହ ଓ ଉଦ୍ଦୀପନାର ସହିତ ପାଳନ କରିବା ପାଇଁ ଉପ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ସମସ୍ତଙ୍କ ଠାରୁ ଆଶା ପ୍ରକଟ କରିଥିଲେ । ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରଭାତ ଫେରି, ରାମ ଧୂନ    ଗାନ ସମଗ୍ର ବାଲିଗୁଡା ସହରରେ ପରିକ୍ରମା କରାଯିବ । ଏହି ଜାତୀୟ ଦିବସ ପାଳନ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଓଡିଆ ଏବଂ ଇଂରାଜୀ ବକ୍ତୃତା ଓ ପ୍ରବନ୍ଧ, ଦେଶାତ୍ମବୋଧ ସଙ୍ଗୀତ ଓ ସାଧାରଣଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହେବ l ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ସ୍ବାଧୀନତା ଦିବସ ଦିନ ସକାଳ ଘ, ୭,୩୦ମି ସମୟରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ଘ.୮.୦୦ମି ସମୟରେ ଉପଖଣ୍ଡ ର  ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ଜାତୀୟ ସଙ୍ଗୀତ ଗାନ ପୂର୍ବକ ଜାତୀୟ ପତାକା ଉତ୍ତୋଳନ କରି ଦେଶ ସ୍ଵାଧୀନତା ନିମନ୍ତେ ଉତ୍ସର୍ଗ କରିଥିବା ବୀର ପୁରୁଷ ମାନଙ୍କର ସ୍ମୃତି ଚାରଣ କରିବାକୁ କୁହାଯାଇଛି l ପୂର୍ବାହ୍ନ ଘ.୯ ଟା ୧୫ମି ସମୟରେ ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଖେଳ ପଡିଆ ଠାରେ ମୁଖ୍ୟ ଅତିଥିଙ୍କ ଦ୍ବାରା ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ ଓ ସମ୍ମିଳିତ ପ୍ୟାରେଡ୍ ର ଅଭିବାଦନ ଗ୍ରହଣ କରିବେ । ଏହି ପ୍ୟାରେଡ୍ ସକାଶେ ଆୟୋଜିତ ହେବାକୁ ଥିବା ଜାତୀୟ କାର୍ଯ୍ୟକ୍ରମ ସମ୍ପର୍କରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା ସମସ୍ତ ଆନୁସଙ୍ଗୀକ ବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବା ସହ କେନ୍ଦ୍ର ଓ ରାଜ୍ୟ ତରଫରୁ ବିଭିନ୍ନ କ୍ଷେତ୍ରରେ ପୁରସ୍କୃତ ହୋଇଥିବା ବ୍ୟକ୍ତି ବିଶେଷ ଙ୍କୁ ସ୍ୱାଧୀନତା ଦିବସରେ ଉପଖଣ୍ଡ ପ୍ରଶାସନ ତରଫରୁ ପୁରସ୍କୃତ କରାଯିବା ପାଇଁ ସ୍ଥିର କରାଯାଇଛି l ଏତଦ ବ୍ୟତୀତ ଅଞ୍ଚଳର ବିଭିନ୍ନ ସମାଜସେବା କ୍ଷେତ୍ରରେ ଉଲ୍ଲେଖ ନୀୟ ଅବଦାନ ଥିବା ବ୍ୟକ୍ତି କିମ୍ବା ଅନୁଷ୍ଠାନ ଏଥି ନିମନ୍ତେ ଆବେଦନ କରିପାରିବେ ବୋଲି କହିଥିଲେ। ଅଗଷ୍ଟ ୧୪ ତାରିଖ ରେ ଏକ ଗଣ ଦୌଡ଼ କାର୍ଯ୍ୟକ୍ରମ ଆୟୋଜନ କରାଯିବା ପାଇଁ ସ୍ଥିର କରାଯାଇଛି l ୧୫ ତାରିଖ ଅପରାହ୍ନ ରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଫୁଟବଲ୍‌ ମ୍ୟାଚ୍ ସ୍ଥାନୀୟ ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହେବ । ପ୍ୟାରେଡ୍ ଅଭ୍ୟାସ ଅଗଷ୍ଟ ମାସ ୧୧ ତାରିଖ ଠାରୁ ୧୩ ତାରିଖ ପର୍ଯ୍ୟନ୍ତ ହେବ l ପ୍ୟାରେଡ୍ ପଡିଆ ପ୍ରସ୍ତୁତି, ବିଭିନ୍ନ ପ୍ରତିଯୋଗିତା ଆୟୋଜନ

ସମ୍ପର୍କରେ ସୁବିସ୍ତୃତ ଆଲୋଚନା ହୋଇଯାଇଛି । ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଏନ୍.ଏ.ସି. ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ,  ପ୍ରଧାନ, ଉପଖଣ୍ଡ  ଆରକ୍ଷୀ ଅଧୀକ୍ଷକ ୟସ ପ୍ରତାପ ଶ୍ରୀମଲ, ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟ, ବ୍ୟାବସାୟିକ ପ୍ରତିଷ୍ଠାନ, ସରକାରୀ ଓ ବେସରକାରୀ ଅନୁଷ୍ଠାନର ମୁଖ୍ୟ ବରିଷ୍ଠ ନାଗରିକଗଣ, ସମସ୍ତ ଗଣମାଧ୍ୟମ ପ୍ରତିନିଧି, ସଂପୃକ୍ତ ବିଭାଗୀୟ ଅଧିକାରୀଗଣ ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like