-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ବିଶ୍ବ ବିଦ୍ୟାଳୟ ଛାତ୍ର ଛାତ୍ରୀ  ସାର୍ଟିଫିକେଟ ନ ପାଇ ଅନ୍ଧାରରେ

05-Aug-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟ ଭବାନୀପାଟଣାରେ ପଢୁଥିବା ସ୍ନାତକ ଏବଂ ସ୍ନାତକୋତ୍ତର ଛାତ୍ର ଛାତ୍ରୀଙ୍କ ବିଶ୍ବବିଦ୍ୟାଳୟ ପ୍ରମାଣପତ୍ର ଅତ୍ୟନ୍ତ ବିଳମ୍ବ ପର୍ଯ୍ୟନ୍ତ ନ ମିଳିବା ପ୍ରସଙ୍ଗରେ ଆଜି କଳାହାଣ୍ଡି ଜିଲ୍ଲା ବିଜୁ ଛାତ୍ର ଜନତା ଦଳର ଏକ ପ୍ରତିନିଧି ଦଳ କଳାହାଣ୍ଡି ବିଶ୍ବବିଦ୍ୟାଳୟ କୁଳସଚିବ ପିତାମ୍ବର ଭୋଇ ଏବଂ ପିଜି କାଉନସିଲ ଅଧ୍ୟକ୍ଷ ମେଜର ଡ଼ଃ ଜୟଦେବ ସାହୁଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ରାଜ୍ୟ କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁରଙ୍କ ନେତୃତ୍ବରେ ଜିଲ୍ଲା ଛାତ୍ର ବିଜେଡ଼ି ସଭାପତି ଅଜିତ ସାହୁ, ରାଜ୍ୟ ଛାତ୍ର ବିଜେଡ଼ି ଉପ ସଭାପତି ଅଭିଷେକ ମହାପାତ୍ର, ଜିତେନ୍ଦ୍ର ବେହେରା, ନବୀନ ନାୟକ, ରୁଦ୍ର ବେହେରା, ପ୍ରକାଶ ସାହୁ, ପ୍ରେମ ତାଣ୍ଡି, ବରୁଣ ରାଉତ ପ୍ରମୁଖ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ଅନୁପସ୍ଥିତିରେ କୁଳସଚିବଙ୍କୁ ସମ୍ବଲପୁର ବିଶ୍ୱବିଦ୍ୟାଳୟର

ଅଧିନରେ ପାଠ ପଢିଥିବା ସ୍ନାତକ ଏବଂ ସ୍ନାତକୋତ୍ତର ଛାତ୍ର ଛାତ୍ରୀଙ୍କ ପ୍ରମାଣ ପତ୍ର ଶିଘ୍ର ପ୍ରଦାନ ପାଇଁ ପଦକ୍ଷେପ ନେବାକୁ ଦାବି ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ, ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟ ଭବାନୀପାଟଣାକୁ ରାଜ୍ୟ ସରକାର କଳାହାଣ୍ଡି ଜିଲ୍ଲାର ଉଚ୍ଚ ଶିକ୍ଷା ବିକାଶରେ ଆଉ ଏକ ଫର୍ଦ ଯୋଡ଼ି  ୨୦୧୯ ମସିହାରେ ଅନୁବନ୍ଧିତ ବିଶ୍ବବିଦ୍ୟାଳୟ ମାନ୍ୟତା ଦେଇଥିଲେ। କଳାହାଣ୍ଡି ବିଶ୍ବବିଦ୍ୟାଳୟରେ କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାର ୫୦ ଟି କଲେଜ ଅନୁବନ୍ଧିତ ହେବାସହ ୨୦୨୦ ମସିହା ଠାରୁ ନୂତନ ପାଠପଢ଼ା ଆରମ୍ଭ ହୋଇଥିଲା। ପୂର୍ବରୁ ୨୦୧୭ରୁ ୨୦୨୦ ମସିହା ମଧ୍ୟରେ ଯେଉଁ ମାନେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟରେ ନାମ ଲେଖାଇ ୨୦୨୦,୨୦୨୧ ଏବଂ ୨୦୨୨ ମସିହାରେ ସ୍ନାତକ ପାସ୍ କରିଥିଲେ ସେମାନେ ଏ ପର୍ଯ୍ୟନ୍ତ ବିଶ୍ବବିଦ୍ୟାଳୟ ପ୍ରମାଣପତ୍ର ପାଇନାହାନ୍ତି। ସେହିପରି ୨୦୧୯-୨୧ ବ୍ୟାଚ୍ ର ସ୍ନାତକୋତ୍ତର ଛାତ୍ର ଛାତ୍ରୀ ମଧ୍ୟ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପ୍ରମାଣ ପତ୍ର ପାଇବାରେ ବଞ୍ଚିତ ହୋଇଛନ୍ତି। ପ୍ରମାଣପତ୍ର ନଥିବା ଯୋଗୁଁ ଅନେକ ଛାତ୍ର ଛାତ୍ରୀ ରାଜ୍ୟ ବାହାରେ ଥିବା ବିଭିନ୍ନ ବିଶ୍ବବିଦ୍ୟାଳୟରେ ପିଏଚଡ଼ି ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ପଡ଼ିବାରୁ ବଞ୍ଚିତ ହେଉଥିବା ଅଭିଯୋଗ କରିଛନ୍ତି। ଟୁଇଟର ମାଧ୍ୟମରେ ଛାତ୍ର ମାନେ ଖୋଲାଖୋଲି କଳାହାଣ୍ଡି ବିଶ୍ବବିଦ୍ୟାଳୟ କତୃପକ୍ଷଙ୍କ ବିରୁଦ୍ଧରେ ନିଜର ଅସନ୍ତୋଷ ଜାହିର କରିଛନ୍ତି। କଳାହାଣ୍ଡି ବିଶ୍ବବିଦ୍ୟାଳୟ ତରଫରୁ ଛାତ୍ର ଛାତ୍ରୀଙ୍କ ପ୍ରମାଣ ପତ୍ର କିଭଳି ମିଳିପାରିବ ସେ ନେଇ କୌଣସି ପ୍ରକାର ତ୍ୱରିତ ଏବଂ ଠୋସ ପଦକ୍ଷେପ ନେଉନଥିବାରୁ ପୁରାତନ ଛାତ୍ର ମାନଙ୍କ ମଧ୍ୟରେ ଅସନ୍ତୋଷର ଦାନା ବାନ୍ଧୁଛି। ଏପରି କି କଳାହାଣ୍ଡି ବିଶ୍ବବିଦ୍ୟାଳୟ ଅଧିନରେ ସ୍ନାତକୋତ୍ତର ପଢିଥିବା ପ୍ରଥମ ବ୍ୟାଚ୍ ଛାତ୍ର ଛାତ୍ରୀ ମଧ୍ୟ କେବଳ ପ୍ରୋଭିଜିନାଲ ସାର୍ଟିଫିକେଟ ପାଇଛନ୍ତି।  ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ପାସ୍ କରିଥିବା ଛାତ୍ର ଛାତ୍ରୀଙ୍କ ପ୍ରମାଣ ପତ୍ର ପ୍ରସଙ୍ଗରେ କୁଳସଚିବ ଡ଼ଃ ନୃପରାଜ ସାହୁଙ୍କୁ ପଚରାଯିବାରୁ ସେ କଳାହାଣ୍ଡି ବିଶ୍ବବିଦ୍ୟାଳୟ ତରଫରୁ କୌଣସି ଚିଠି ପାଇନଥିବା ଏବଂ ଭବାନୀପାଟଣା ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟ ପରୀକ୍ଷା ଫଳ ବାହାର ପରେ ସମ୍ବଲପୁର ବିଶ୍ୱବିଦ୍ୟାଳୟକୁ ସବିଶେଷ ତଥ୍ୟ ନଦେବା ଆଦି ପାଲଟା ପ୍ରଶ୍ନ କରିଛନ୍ତି। ଏହି ପ୍ରସଙ୍ଗରେ ଉଭୟ

ବିଶ୍ବବିଦ୍ୟାଳୟ କୁଳସଚିବ ସମସ୍ତ ପ୍ରକାରର ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ସେ ଯାହାହେଉ କଳାହାଣ୍ଡି ବିଶ୍ବବିଦ୍ୟାଳୟ କତୃପକ୍ଷ ଏହାର ସମାଧାନ ପାଇଁ ଶିଘ୍ର ପଦକ୍ଷେପ ନେବା ଦରକାର ବୋଲି ବିଜୁ ଛାତ୍ର ଜନତା ଦଳ, ଅଭିଭାବକ ସଂଘ ,ପୁରାତନ ଛାତ୍ର ସଂଘ ପକ୍ଷରୁ ଦାବି ହେଉଛି। ଏହି ସମସ୍ୟାର ସମାଧାନ ୧୫ ଦିନ ମଧ୍ୟରେ ନହେଲେ ଛାତ୍ର ଛାତ୍ରୀ ଧାରଣା ଦେବାସହ ଅନ୍ୟାନ୍ୟ ପନ୍ଥା ଗ୍ରହଣ କରିବେ ବୋଲି ଲିଖିତ ଭାବେ କଳାହାଣ୍ଡି ବିଶ୍ବବିଦ୍ୟାଳୟ କୁଳପତିଙ୍କ ଉଦ୍ଦେଶ୍ୟରେ କୁଳସଚିବଙ୍କୁ ଜଣାଇବା ସହ ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟ କୁଳାଧିପତି, ଉଚ୍ଚ ଶିକ୍ଷା ମନ୍ତ୍ରୀ, ଉଚ୍ଚ ଶିକ୍ଷା ସଚିବ ପ୍ରମୁଖଙ୍କୁ ଦାବୀପତ୍ର ର ଏକ ନକଲ ପ୍ରଦାନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like