-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଚାରପାଲି ରେ ଫାଇଲେରିଆ ନିରାକରଣ ଅଭିଯାନ ଓ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ପାଳିତ

12-Aug-2023



ବରଗଡ଼:-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅନ୍ତର୍ଗତ ଚାରପାଲି ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ରର ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ସୁଶ୍ରୀ କଳ୍ପନା ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଫାଇଲେରିଆ ନିରାକରଣ ଅଭିଯାନ ଓ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ସକାଶେ ଚାରପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସମସ୍ତ ଗାଁ ଓ ବିଦ୍ୟାଳୟ ମାନଙ୍କରେ ସଚେତନତା ସଭା ଏବଂ ରେଲି ଅନୁଷ୍ଠିତ ହୋଇଯାଇଛି। ଏହି ରେଲି ଯୋଗେ ଗାଁ ମାନଙ୍କରେ ପ୍ରତ୍ୟେକ ଗଳି କନ୍ଦି ବୁଲି ସ୍ଲୋଗାନ ମାଧ୍ୟମରେ ଲୋକମାନଙ୍କୁ ସଚେତନ କରାଇବା ସହିତ ଏକ ଜନଜାଗରଣ ସୃଷ୍ଟି କରାଯାଇଛି। ଏହି ଫାଇଲେରିଆ ନିରାକରଣ ଅଭିଯାନ ର ମୂଖ୍ୟ ବିଷୟବସ୍ତୁ ଗୁଡିକ ହେଲା, କେମିତି ଗୋଟିଏ ମଶା ଆପଣଙ୍କୁ ସାରା ଜୀବନ ବିକଳାଙ୍ଗ କରି ଦେଇପାରେ। ଏହି ଫାଇଲେରିଆ ରୋଗ ମାଈ କ୍ଯୁଲେକ୍ସ୍ ମାଶା କାମୁଡିବା ଦ୍ବାରା ବ୍ଯାପିଥାଏ। ଏହି ରୋଗର ଲକ୍ଷଣ ମଶା କାମୁଡିବାର ୧୦ ରୁ ୧୫ ବର୍ଷ ପରେ ଶରୀରରେ ଦେଖାଦିଏ। ଲକ୍ଷଣ ଗୁଡ଼ିକ ମଧ୍ୟରେ, ଗୋଡ, ପାଦ, ହାତ ଆଦି ଫୁଲି ଗୋଦର ହୋଇଯିବା। ପୁରୁଷ ମାନଙ୍କ କ୍ଷେତ୍ରରେ ଅଣ୍ଡକୋଷ ଫୁଲିଯିବା ଏବଂ କେତେକାଂଶ କ୍ଷେତ୍ରରେ ଲିଙ୍ଗ ଫୁଲି ମୋଟା ଓ ବଙ୍କା ହୋଇ ମେଣ୍ଢା ଶିଙ୍ଗ ପରି ଦେଖାଯିବା। ମହିଳାମାନଙ୍କ ସ୍ତନ ଫୁଲି ଦରଜ ହେବା। କେତେକଙ୍କ କ୍ଷେତ୍ରରେ ଧଳା ପରିସ୍ରା ହେବା ଇତ୍ୟାଦି ଲକ୍ଷଣ ଦେଖାଦିଏ। ଥରେ ଲକ୍ଷଣ ଦେଖାଦେଲା ପରେ ଏହି ରୋଗ ପାଇଁ ଚିକିତ୍ସା ନାହିଁ, କିନ୍ତୁ ସଂକ୍ରମିତ ହେବାର ପ୍ରାଥମିକ ଅବସ୍ଥାରେ ଏହି ରୋଗର ଚିକିତ୍ସା ସମ୍ଭବ। ପ୍ରଥମିକ ଅବସ୍ଥାରେ ରକ୍ତ ପରୀକ୍ଷା ଦ୍ଵାରା ଏହି ରୋଗକୁ ଚିହ୍ନଟ କରାଯାଇପାରିବ। ପ୍ରାଥମିକ ଅବସ୍ଥାରୁ ହିଁ ଏହି ରୋଗର ନିରାକରଣ ପାଇଁ ସରକାରଙ୍କ ତରଫରୁ "ସାମୁହିକ ଔଷଧ ସେବନ" କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମ ଅଗଷ୍ଟ ୧୦ ତାରିଖ ରୁ ଅଗଷ୍ଟ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି କାର୍ଯ୍ୟକ୍ରମରେ ଅଙ୍ଗନବାଡି କର୍ମୀ, ଆଶା କର୍ମୀ ଓ ତାଲିମ ପ୍ରାପ୍ତ ସ୍ବେଚ୍ଛାସେବୀ ମାନେ ସ୍କୁଲ, କଲେଜ ଏବଂ ଘରକୁ ଘର ଯାଇ ଔଷଧ ଖୁଆଇବେ। କେବଳ ୨ ବର୍ଷରୁ କମ୍ ଶିଶୁ, ଗୁରୁତର ଅସୁସ୍ଥ ବ୍ଯକ୍ତି, ଗର୍ଭବତୀ ମହିଳା ଏବଂ ନବଜାତ ଶିଶୁଙ୍କୁ ୭ଦିନ ପର୍ଯ୍ୟନ୍ତ ସ୍ତନ୍ଯପାନ କରାଉଥିବା ମା ମାନେ ଏହି ଔଷଧ ଖାଇପାରିବେ ନାହିଁ। ଏହି କାର୍ଯ୍ୟକ୍ରମରେ ଚାରପାଲି ଗ୍ରାମ ପଞ୍ଚାୟତର ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ସୁଶ୍ରୀ କଳ୍ପନା ମହାନ୍ତି ଅଧକ୍ଷତା, ସ୍ବାସ୍ଥ୍ୟ କର୍ମୀ ଶ୍ରୀମତୀ ଗୀତ ଭୋଇ, ଅଙ୍ଗନବାଡି କର୍ମୀ ଶ୍ରୀମତୀ ସନ୍ତୋଷିନୀ ପ୍ରଧାନ ଓ ପୁଷ୍ପାଞ୍ଜଳି ସାହୁ ଏବଂ ଆଶା କର୍ମୀ ପ୍ରଭାସିନୀ ଭୋସାଗର ଓ ଯମୁନା ଦୀପ୍ ସହୋଯାଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସମେତ ବହୁ ଗ୍ରାମବାସୀ ମାନେ ଯୋଗ ଦେଇ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like