-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

"ମୋ ମାଟି ମୋ ଦେଶ" ତ୍ରିରଙ୍ଗା ଯାତ୍ରା ଏବଂ ବୀର ଜୱାନ୍ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ

14-Aug-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ)
 ଦେଶ ବ୍ୟାପୀ ଚାଲିଥିବା "ମୋର୍ ମାଏଟ୍ ମୋର୍ ଦେଶ୍" ଅଭିଯାନ୍ ପରିପ୍ରେକ୍ଷୀରେ ସମ୍ବଲପୁର ମହାନଗର ସ୍ଥିତ ଐତିହାସିକ ଗ୍ରାମ ଦୁର୍ଗାପାଲି ଠାରେ ସ୍ବାଧୀନତା ସଂଗ୍ରାମୀ ନାରାୟଣ ମେହେର ସ୍ମୃତି ସମିତି ପକ୍ଷରୁ ଗତ ଶନିବାର ଅପରାହ୍ନରେ ତ୍ରିରଙ୍ଗା ଯାତ୍ରା, ମୋର୍ ମାଏଟ୍ ମୋର୍ ଦେଶ୍, ଅମୃତ କଳସ, ବୀର୍ ଜୱାନ୍ ସମ୍ମାନ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇ ଯାଇଛି |  ସ୍ମୃତି ସମିତି ର ସଭାପତି ସଂସ୍କୃତି ରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଦେଶଭକ୍ତି କାର୍ଯ୍ୟକ୍ରମରେ ସମ୍ବଲପୁର ପୌର ପରିଷଦର ପୂର୍ବତନ ନଗରପାଳ ଶ୍ରୀଯୁକ୍ତ ଗିରିଶ ଭାଇ ପଟେଲ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ | ମୁଖ୍ୟବକ୍ତା ଭାବରେ ଶ୍ରୀଯୁକ୍ତ ଅନୀଲ କୁମାର ବେହେରା ଏବଂ ସମ୍ମାନୀତ ଅତିଥି ଭାବରେ ଶ୍ରୀଯୁକ୍ତ ବଳରାମ ସାହୁ ଯୋଗଦାନ କରିଥିଲେ | ମୁକ୍ତି ସଂଗ୍ରାମୀ ଙ୍କର ଜ୍ୟେଷ୍ଠପୁତ୍ର ଶ୍ରୀଯୁକ୍ତ କୀର୍ତ୍ତନ ମେହେର ଏବଂ ସାମାଜିକ କର୍ମୀ ଶ୍ରୀଯୁକ୍ତ ମୁନ୍ନା ତିୱାରୀ ମଞ୍ଚାସୀନ ହୋଇଥିଲେ |

ପ୍ରାରମ୍ଭରେ ଅତିଥି ବୃନ୍ଦ ଭାରତମାତା ଓ ମୁକ୍ତି ସଂଗ୍ରାମୀ ମାନଙ୍କ ଫଟୋଚିତ୍ର ମାନଙ୍କରେ ପୁଷ୍ପ ମାଲ୍ୟାର୍ପଣ, ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ ଓ ଧୂପ ଦୀପ ଦ୍ୱାରା ପୂଜାର୍ଚ୍ଚନା ପରେ ସୁବେଦାର ମେଜର ଶ୍ରୀଯୁକ୍ତ ଶିବ ନାରାୟଣ ବେହେରା ଙ୍କ ସମେତ ପାଞ୍ଚ ଜଣ ପୂର୍ବତନ ସେନା ଅଧିକାରୀ ବୀର ଜୱାନ୍ ଶ୍ରୀଯୁକ୍ତ ଜନାର୍ଦ୍ଦନ ମେହେର, ଶ୍ରୀଯୁକ୍ତ ଶିବ ଶମ୍ଭୁ ଯାଦବ, ଶ୍ରୀଯୁକ୍ତ ଜୟକୃଷ୍ଣ ପଟେଲ, ଶ୍ରୀଯୁକ୍ତ ଗୋଲକ ବିହାରୀ ମେହେର ଙ୍କୁ ସ୍ମୃତି ସମିତି ପକ୍ଷରୁ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଗିରିଶ ଭାଇ ପଟେଲ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ମାନୀତ କରିଥିଲେ | ସଭାପତି ସଂସ୍କୃତି ରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର ସମସ୍ତଙ୍କୁ ପଞ୍ଚପ୍ରଣ ଶପଥ ପାଠ କରାଇଥିଲେ | ସ୍ମୃତି ସମିତି ର ସଂଗଠନ ସମ୍ପାଦକ ଶ୍ରୀଯୁକ୍ତ ଆର୍ତ୍ତବନ୍ଧୁ ଚାନ୍ଦ ଏବଂ ସହ ସମ୍ପାଦିକା ଶ୍ରୀମତୀ ଅନସୂୟା ସାମଲ କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ସମ୍ପାଦିକା ଶ୍ରୀମତୀ ବବିତା ଦାସ ମଞ୍ଚାସୀନ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ |
ସମସ୍ତେ ମନ ବଚନ ଓ କର୍ମରେ ଦେଶର ସର୍ବାଙ୍ଗୀନ ଉନ୍ନତି କରିବା ପାଇଁ ସଦା ସର୍ବଦା ତତ୍'ପର ଏବଂ ପ୍ରଯତ୍ନଶୀଳ ହେବାପାଇଁ ବକ୍ତାମାନେ ନିଜ ନିଜ ଉଦ୍'ବୋଧନରେ ନିବେଦନ କରିଥିଲେ | ହାଇସ୍କୁଲ ଛାତ୍ରୀ ସୁଶ୍ରୀ ପ୍ରିୟଙ୍କା ମେହେର ନିଜ ବକ୍ତବ୍ୟରେ ସମ୍ବଲପୁରରେ ସ୍ବାଧୀନତା ସଂଗ୍ରାମ ର ଇତିହାସ ଉପରେ ଆଲୋକପାତ କରିଥିଲେ |

ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ନାରାୟଣ ମେହେର ଙ୍କ ପବିତ୍ର ନିବାସରୁ ଅମୃତ କଳସରେ ବୀର ମାଟି ସଂଗ୍ରହ କରାଯାଇ ନୂଆଦିଲ୍ଲୀ କୁ ପଠେଇବା ପାଇଁ ମୁଖ୍ୟ ଅତିଥି ଙ୍କ ହସ୍ତରେ ଅର୍ପଣ କରାଯାଇଥିଲା | ସର୍ବ ପ୍ରଥମେ ଶତାଧିକ ଛାତ୍ରଛାତ୍ରୀ, ବୀର ଜୱାନ, ଆବାଳ ବୃଦ୍ଧ ବନୀତା, ଭଦ୍ରବ୍ୟକ୍ତି ଓ ଭଦ୍ରମହିଳା ହାତରେ ତ୍ରିରଙ୍ଗା ପତାକା ଧରି ଶୋଭାଯାତ୍ରାରେ ଦୁର୍ଗାପାଲି ଗ୍ରାମ ପରିକ୍ରମା କରିଥିଲେ | ଭାରତ ମାତାଙ୍କ ଏବଂ ମୁକ୍ତି ସଂଗ୍ରାମୀ ବରପୁତ୍ର ମାନଙ୍କ ଜୟ ଧ୍ୱନୀରେ ଗଗନ ପବନ ମୁଖରିତ ହୋଇ ଉଠିଥିଲା | ଶ୍ରୀଯୁକ୍ତ ଯୋଗେଶ୍ୱର ବନଛୋର, ଶ୍ରୀଯୁକ୍ତ ଜୟ ମଙ୍ଗଲ ସାହୁ, ଶ୍ରୀଯୁକ୍ତ ଚୈତନ୍ୟ ମେହେର, ଶ୍ରୀମତୀ ଶିବପ୍ରିୟା ସାହୁ ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ | ସାମୁହିକ ଜାତୀୟ ସଂଗୀତ ଗାନ ପରେ ଶ୍ରୀଯୁକ୍ତ ବାବୁଲୁ ଷଢ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like