-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବାଇକ୍‌ ଦୁର୍ଘଟଣାଗ୍ରସ୍ତ, ଦୁଇ ଆରୋହୀ ମୃତ

13-Dec-2020



(ପ୍ରେରଣା ଖବର) ସିନ୍ଧେକେଲା: ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଭବାନୀପାଟଣା-ରାୟପୁର ୧୬ ନମ୍ବର ରାଜ୍ୟ ରାଜପଥର ସାଲେପଡ଼ା ଛକ ନିକଟରେ ଶନିବାର ରାତ‌ିରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ଦୁଇଜଣ ଆରୋ‌ହୀ ଭବାନୀପାଟଣା ପରଦେଶୀପଡ଼ାର ପ୍ରଦୀପ ପାଣି (୫୦ବର୍ଷ) ଓ ଦେବାନ ସାହେବ ପଡ଼ାର ପ୍ରହଲ୍ଲାଦ ରାଉତ (୫୫ବର୍ଷ)ଙ୍କ ମୃତ୍ୟୁ ଘଟିଛି। ଖବରପାଇ ସିନ୍ଧେକେଲା ପୁଲିସ ଥାନା କେସ ନଂ ୧୪୪/୨୦ରେ ମାମଲା ରୁଜୁକରିଛି। ଶବ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପୁଲିସ ସୂତ୍ରରୁ ପ୍ରକାଶ ଯେ, କଳାହାଣ୍ଡି ଜିଲ୍ଲା ବୋର୍ଡା ଜନତା ହାଇସ୍କୁଲରେ କିରାଣି ଚାକିରି କରୁଥିବା ପ୍ରଦୀପ ଓ ତାଙ୍କ ସାଙ୍ଗ ପ୍ରହଲ୍ଲାଦ ଶନିବାର ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ବୋର୍ଡା ଆସିଥିଲେ। ରାତିରେ ଭୋଜି ଖାଇସାରି ବାଇକ୍‌ରେ ଫେରୁଥିବା ସମୟରେ ସାଲେପଡ଼ା ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇ ବୁଦା ଭିତରେ ପଡ଼ିଯାଇଥିଲେ। ଉଭୟଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବାରୁ ଘଟଣାସ୍ଥଳରେ ହିଁ ପ୍ରାଣ ହରଇଥିବା ଅନୁମାନ କରାଯାଉଛି। ଦୁର୍ଘଟଣା ହୋଇଥିବା ସ୍ଥାନ ଖାଲୁଆ ଓ ବୁଦାଳିଆ ଥିବାରୁ ରାସ୍ତା ଉପରୁ ଜଣାପଡୁନଥିଲା। ପରିବାର ଲୋକେ ଫୋନରେ ଯୋଗାଯୋଗ କରି କୌଣସି ଉତ୍ତର ନପାଇବାରୁ ରବିବାର ସକାଳେ ବୋର୍ଡା ଫାଣ୍ଡିରେ ନିଖୋଜ ଥିବା ଅଭିଯୋଗ କରିଥିଲେ। ରବିବାର ସେହି ରାସ୍ତାରେ ଯାଉଥିବା ଜଣେ ବ୍ୟକ୍ତି ପରିସ୍ରା କରିବା ପାଇଁ ସେଠାରେ ଅଟକିଥିବା ସମୟରେ ବୁଦା ଭିତରେ ଫୋନ ରିଙ୍ଗ ହେଉଥିବା ଶୁଣିବାକୁ ପାଇଥିଲେ। ରାସ୍ତାରେ ଯାଉଥିବା ଅନ୍ୟ ଲୋକଙ୍କୁ ଅଟକାଇଥିଲେ। କେହି ଜଣେ ତଳକୁ ଯାଇ ସେହି ସମୟରେ ଫୋନ କରିଥିବା ବ୍ୟକ୍ତିଙ୍କୁ ଘଟଣା ବିଷୟରେ ଅବଗତ କରିବାରୁ ଜଣାପଡ଼ିଲା ବୋଲି ସିନ୍ଧେକେଲା ଥାନା ଏଏସ୍‌ଆଇ ସୁମନ ମଲ୍ଲିକ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like