-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ରାଜନୀତି

ବାଲିଗୁଡ଼ାରେ କଂଗ୍ରେସର ବିରାଟ ଜନଜାଗରଣ ଯାତ୍ରା କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ପ୍ରତ୍ୟାଖ୍ୟାନ କରିବା ପାଇଁ ଆହ୍ୱାନ: ରାଜ୍ୟରେ ତାମିଲ ବାବୁ ଶାସନ ଆଉ ଚାଲିବ ନାହିଁ : ପିସିସି ସଭାପତି

02-Sep-2023



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): ମୁଖ୍ୟମନ୍ତ୍ରୀଙ୍କ ବଦଳରେ ସଚିବଙ୍କ ଜିଲ୍ଲା ଗସ୍ତକୁ ସମାଲୋଚନା କରିବା ସହ ବିଜେପି ଓ ବିଜେଡି ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ ଭଳି ଏବଂ ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ସମ୍ଭବ ନୁହେଁ ବୋଲି ଚେଲା କୁମାର ନିଜ ଅଭିଭାଷଣରେ କହିଥିଲେ । କେନ୍ଦ୍ରରେ ୯ ବର୍ଷ ଓ ରାଜ୍ୟରେ ୨୩ ବର୍ଷ ମିଛ ପ୍ରତିଶ୍ରୁତି ଦେଇ ଶାସନ କରୁଥିବା ବିଜେପି ଓ ବିଜେଡ଼ି ସରକାର ପ୍ରତିଶୃତି ପୂରଣ କରିବା ରେ ଵିଫଳ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ତାମିଲ ବାବୁ ଶାସନ ଚାଲିଛି ଏହି ଶାସନ ଆଉ ଚାଲିବ ନାହିଁ ,

ଓଡ଼ିଶାରେ ଓଡ଼ିଆ ଲୋକଙ୍କ ଶାସନ ଚାଲିବ ନ ହେଲେ ରାଜରାସ୍ତା ରେ ବିରୋଧ କରାଯିବ l ଏହା ସହ ମୂଖ୍ୟମନ୍ତ୍ରୀ ଙ୍କୁ ଅଣ୍ଡା ଫିଙ୍ଗିଲେ କଂଗ୍ରେସ କର୍ମୀ ମାନଙ୍କୁ ୩୦୭ ଦଫା ଲାଗୁଛି କିନ୍ତୁ ଗୋପାଳ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଙ୍କୁ ଅଣ୍ଡା ମାଡ଼ ହୋଇଥିବା ବେଳେ ସେମାନଙ୍କୁ କିଛି ନାହିଁ ବୋଲି ଶାସନ ଓ ଆଇନ କୁ ନିନ୍ଦା କରିଛନ୍ତି। କନ୍ଧମାଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବାଲିଗୁଡ଼ା ଠାରେ ବିରାଟ ଜନଜାଗରଣ ସମାବେଶ ରେ ଯୋଗ ଦେଇ କହିଛନ୍ତି ରାଜ୍ୟ ପ୍ରଭାରୀ ଏ.ଚେଲ୍ଲା କୁମାର ଓ ପିସିସି ସଭାପତି ଶରତ ପଟ୍ଟନାୟକ l ଶନିବାର ଦିନ ଗାନ୍ଧୀ ଛକ ଠାରୁ ଏକ ବିରାଟ ଶୋଭାଯାତ୍ରା ରେ ବାହାରି ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଳୋଗାନ ମାନ ଦେଇ ସଭାଗୃହ ନିକଟରେ ପହଞ୍ଚି ସେଠାରେ ଏକ ବିରାଟ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା l ଜିଲ୍ଲା ସଭାପତି ଅନାମ ନାୟକ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଉକ୍ତ ସଭା ରେ ରାଜ୍ୟ ପ୍ରଭାରୀ ଏ.ଚେଲ୍ଲା କୁମାର ଙ୍କ ସମେତ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ଚନ୍ଦ୍ର ପଟ୍ଟନାୟକ, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ଜଟଣୀ ବିଧାୟକ ସୁର ରାଉତରାୟ, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ସାନଖେମୁଣ୍ଡି ବିଧାୟକ ରମେଶ ଜେନା, ମୋହନା ବିଧାୟକ ଦାଶରଥି ଗମାଙ୍ଗ, ରାଜ୍ୟ ସଭାନେତ୍ରୀ ବନ୍ଦିତା ପରିଡ଼ା, ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ଅନୁସୂଚିତ ଜନଜାତି ଅଧକ୍ଷ ଭୁଜବଳ ମାଝୀ, ଅନୁସୂଚିତ ଜାତି ଅଧ୍ୟକ୍ଷ ବାଙ୍କନିଧି ବେହେରା, କନ୍ଧମାଳ ପ୍ରଭାରୀ ଜାନକୀ ବଲ୍ଲଭ ପଟ୍ଟନାୟକ, ବିସ୍ମୟ ମହାପାତ୍ର, ମାନସ ଚୌଧୁରୀ, ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା, ଜାକବ ପ୍ରଧାନ, ଅଜୟନ୍ତୀ ପ୍ରଧାନ, ପୂର୍ବତନ ସାଂସଦ ନକୁଳ ନାୟକ, କୋଟଗଡ ବ୍ଲକ ଅଧ୍ୟକ୍ଷା ପିଙ୍କି କହଁର, ଜିଲ୍ଲାପରିଷଦ ସଦସ୍ୟ ଜିରୀମିୟ ସୁନାମାଝୀ, ବାଲିଗୁଡ଼ା ବ୍ଲକ ସଭାପତି ଆଇବର ନାୟକ, ନଗର ସଭାପତି ସ୍ଵପ୍ନେଶ୍ଵର ସାହୁ, ପୂର୍ବତନ ସାଂସଦ ପ୍ରାର୍ଥୀ ମନୋଜ କୁମାର ଆଚାର୍ଯ୍ୟ, ସୀତାରାମ ପଣ୍ଡା, ରବିଚନ୍ଦ୍ର ପାତ୍ର, ସିମାଞ୍ଚଳ ଆଚାର୍ଯ୍ୟ , ଚନ୍ଦନ ପଣ୍ଡା, ସନ୍ତୋଷ ପଟ୍ଟନାୟକ, ଗୌରୀ ଶଙ୍କର ଆଚରି, କେ.ବଳରାମ ଦୋରା, ସରୋଜ ବେହେରା ମାଝୀ , ହୀରା ସିଂ ମଣ୍ଡଳ, ପ୍ରଦୀପ ନାୟକ,

କ୍ରିଷ୍ଣା ପ୍ରିୟା ନାୟକ ଙ୍କ ସମେତ ଜିଲ୍ଲାର ସମସ୍ତ ବ୍ଲକର ନେତା ଓ ହଜାର ହଜାର କର୍ମୀ ଯୋଗ ଦେଇଥିଲେ। ବିଜେଡି ଓ ବିଜେପି ଛାଡି ପାଞ୍ଚ ଶହ ରୁ ଉର୍ଦ୍ଧ ନେତା ଓ କର୍ମୀ କଂଗ୍ରେସ ରେ ଯୋଗ ଦେଇଥିବାରୁ ସେମାନଙ୍କୁ ଉତ୍ତରୀୟ ଓ ପୁଷ୍ପ ଗୁଚ୍ଛ ଦେଇ ଦଳକୁ ପାଛୋଟି ନେଇଥିଲେ। ଶେଷରେ ପୂର୍ବତନ ବିଧାୟିକା ଅଜୟନ୍ତୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like