-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ଗଙ୍ଗାଧରଙ୍କ ଜନ୍ମଭୂମିକୁ ତୀର୍ଥକ୍ଷେତ୍ରଭାବେ ଘୋଷଣା କରାଯାଉ 

03-Sep-2023



ତରଭା(ପ୍ରେରଣା ଖବର ): ସ୍ଥାନୀୟ କୋଶଳ ସାହିତ୍ୟ ଏକାଡେମୀ ତରଫରୁ ସାହିତ୍ୟିକ ଦେବେନ୍ଦ୍ର କୁମାର ନାଏକଙ୍କ ସଭାପତିତ୍ବରେ ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇ ଯାଇଛି।ଏହି ଉତ୍ସବରେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ନୀଳକାନ୍ତି ପଟ୍ଟନାୟକ ମୁଖ୍ୟ ଅତିଥି ଓ ପୂର୍ବତନ ନଗରପାଳ ଶୈଳେନ୍ଦ୍ର ସାହୁ ମୁଖ୍ୟ ବକ୍ତାଭାବେ ଯୋଗ ଦେଇଥିଲେ।ସଭା ପ୍ରାରମ୍ଭରେ ଗଙ୍ଗାଧର ମେହେରଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ବଳନ ପରେ ଗଙ୍ଗାଧରୀୟ ସାହିତ୍ୟକୁ ନେଇ ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା। ଏକାଡେମୀ ସମ୍ପାଦକ ରାଜେନ୍ଦ୍ର ଝାଙ୍କର ସମ୍ପାଦକୀୟ ବିବରଣୀ ପଠନ କରିଥିଲେ। ଜନ୍ମଭୂମି ବରପାଲିସ୍ଥିତ କବି ସ୍ମୃତି ସଦନଠାରେ ଗଙ୍ଗାଧରଙ୍କ ଚିଠିପତ୍ର, ଗ୍ରନ୍ଥାବଳୀ, ପାଣ୍ଡୁଲିପି, ତାଙ୍କ ବ୍ୟବହୃତ କୋଟ,ଖଟ, ଗ୍ଲାସ୍,ଥାଳି,କଲମ,ଦୁଆତ ସମେତ ଅନେକ ସାମଗ୍ରୀର ରକ୍ଷଣାବେକ୍ଷଣ କରି ସରକାରୀ ସ୍ତରରେ ମେହେର ସଂଗ୍ରହାଳୟ ପ୍ରତିଷ୍ଠା ନିମନ୍ତେ ପଦକ୍ଷେପ ନିଆଯିବାର ସମୟ ଉପନୀତ।କବିଙ୍କ ଜନ୍ମଭୂମି - କର୍ମଭୂମି ଅଞ୍ଚଳକୁ ଗଙ୍ଗାଧର

ତୀର୍ଥକ୍ଷେତ୍ରଭାବେ ରାଜ୍ୟ ସରକାର ଘୋଷଣା କରିବା ନିମନ୍ତେ ପଦକ୍ଷେପ ଗ୍ରହଣ କରିବା ଉଚିତ ବୋଲି ବକ୍ତାମାନେ ମତ ବ୍ୟକ୍ତ କରିଥିଲେ।  ସେହିପରି ଦ୍ବିତୀୟ ଅଧିବେଶନରେ ଆୟୋଜିତ କୋସଲୀ କବିତା ଆସରରେ କବି ଲୋକନାଥ ଦଳବେହେରା ଅଧ୍ୟକ୍ଷତା କରିଥିବାବେଳେ ଯୁବକବି ହିରଣ୍ମୟ ପଟ୍ଟନାୟକ ଓ ସଞ୍ଜୀବ ସେଠି ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ସୁବର୍ଣ୍ଣପୁର ଜିଲ୍ଲା ସମେତ ପଡେ଼ାଶୀ ବୌଦ୍ଧ ଓ ବଲାଙ୍ଗୀର

ଜିଲ୍ଲାର ତପସ୍ବିନୀ ପଟ୍ଟନାୟକ,କମଳ ଭୂଏ,ସବିତା ମହରା, ରଶ୍ମି ପାତ୍ର, ଅଂଶୁମାନ କର୍ମୀ,ପ୍ରଭାତ ଖମାରୀ,ସ୍ବପ୍ନେଶ୍ବର ମିଶ୍ର, ଶଙ୍କର୍ଷଣ ବାଘ, ଶ୍ରଦ୍ଧାଞ୍ଜଳି କୁମ୍ଭାର, ଗରିବ ମଲ୍ଲିକଙ୍କ ସମେତ ତିରିଶରୁ ଉର୍ଦ୍ଧ୍ବ କବି କବୟିତ୍ରୀ ସ୍ବରଚିତ କବିତାମାନ ପାଠ କରିଥିଲେ।ଏହି ସାରସ୍ବତ କାର୍ଯ୍ୟକ୍ରମରେ ରୋଶନ ସାହୁ, ସୁଧୀର ପଣ୍ଡା, ରାଜେଶ ଦଣ୍ଡସେନା, ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁ ଓ କପିଳାସ ସେଠ ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଶ୍ରୀ ପଟ୍ଟନାୟକ ମଞ୍ଚ ପରିଚାଳନା କରିବା ସଙ୍ଗେସଙ୍ଗେ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like