-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ପଶ୍ଚିମାଂଚଳ ବିଜୁଳି ଶ୍ରମିକ ସଂଘର ସାଧାରଣ ଅଧିବେଶନରେ ବିଶିଷ୍ଟ ଶ୍ରମିକ ନେତା ପ୍ରମୋଦ ମିଶ୍ରଙ୍କ ଆହ୍ୱାନ - ଅଂଚଳର ପରିବର୍ତ୍ତନ ପାଇଁ ବିରାଟ ଶ୍ରମିକ କର୍ମଚାରୀ ଆନ୍ଦୋଳନ ହେବ

10-Sep-2023



ବଲାଙ୍ଗୀର, ପଶ୍ଚିମାଂଚଳ ବିଜୁଳି ଶ୍ରମିକ ସଂଘର ସାଧାରଣ ଅଧିବେଶନ ମହାସମାରୋହରେ ସ୍ଥାନୀୟ ମୀନା ଟେଣ୍ଟ ହାଉସ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ପ୍ରାୟ ୭୦୦ ପ୍ରତିନିଧିଙ୍କୁ ନେଇ ଅନୁଷ୍ଠିତ ଏହି ଅଧିବେଶନରେ ଅଧ୍ୟକ୍ଷତାରେ ଅଧ୍ୟକ୍ଷତା କରିଥିଲେ ବିଶିଷ୍ଟ ଶ୍ରମିକ ନେତା ତଥା କୋସଲବାଦୀ ନେତା ପ୍ରମୋଦ କୁମାର ମିଶ୍ର । ପ୍ରାରଂଭରେ ସଂଘର ପତାକା ଉତ୍ତୋଳନ କଲା ପରେ ସାଧାରଣ ଅଧିବେଶନ ଆରମ୍ଭ ହୋଇଥିଲା । ଅଧିବେଶନକୁ ଉଦ୍‌ଘାଟନ କରି ସଂଘର ସଭାପତି ଶ୍ରୀ ମିଶ୍ର ଉପସ୍ଥିତ ପ୍ରତିନିଧିମାନଙ୍କୁ ଉଦ୍‌ବୋଧନ ଦେଇଥିଲେ । ଶ୍ରମିକ ଶ୍ରେଣୀର ସ୍ୱାର୍ଥର ସୁରକ୍ଷା ତଥା ଅଂଚଳର ବିକାଶ ପାଇଁ ଆଗାମୀ ଦିନରେ ବୃହତ୍ତର ଶ୍ରମଜିବୀ ଆନ୍ଦୋଳନ ଗଢି ତୋଳିବାକୁ ଶ୍ରୀ ମିଶ୍ର ପ୍ରତିନିଧିମାନଙ୍କୁ ଆହ୍ୱାନ ଦେଇଥିଲେ । ସମ୍ମିଳନୀକୁ ସଂଚାଳିତ କରିବା ସହ ୟୁନିଅନର ସାଂଗଠନିକ ରିପୋର୍ଟ ଆଗତ କରିଥିଲେ ସଂଘର ସାଧାରଣ ସଂପାଦକ ବିଭୁତ ଶଙ୍କର ବିନ୍ଧାଣୀ । ଅନ୍ୟମାନଙ୍କ ମଧ୍ୟରେ ସଂଘର କାର୍ଯ୍ୟକାରୀ ସଭାପତି ତଥା ରାଜ୍ୟ ସଭା ସଦସ୍ୟ ନିରଞ୍ଜନ ବିଶି, ନାଗରିକ କମିଟିର କମିଟିର ସଂପାଦକ ମନୋରଂଜନ ସାହୁ, ଶ୍ରମିକ ନେତା ରବି ଶଙ୍କର ମିଶ୍ର, କର୍ମଚାରୀ ନେତା ସୀମାଂଚଳ ପଣ୍ଡା, ସଂଘର ବରିଷ୍ଠ ସଂଗଠକ ଜ୍ୟୋତି ରଂଜନ ମହାନ୍ତି, ସଜ୍ଜନ ବାରିକ ପ୍ରମୁଖ ଉପସ୍ଥିତ ପ୍ରତିନିଧିମାନଙ୍କୁ ଉଦ୍‌ବୋଧନ ଦେଇଥିଲେ ।

ମଂଚରେ ୟୁନିୟନର ବଲାଙ୍ଗିର ଡିଭିଜନ ସଂପାଦକ କଷ୍ଟୁ ବେହେରା, ଟିଟିଲାଗଡ ଡିଭିଜନ ସଂପାଦକ ଚନ୍ଦ୍ରଭାନୁ ବେହେରା ଓ ସୋନପୁର ଡିଭିଜନ ସଂପାଦକ ଶେକ୍ ଅଲ୍ଲୀ ମୁଦିନ ପ୍ରମୁଖ ମଂଚାସୀନ ଥିଲେ । ଆଗାମୀ ଦିନରେ ଟାଟା ପାୱାରର କର୍ମଚାରୀ ବିରୋଧୀ ନୀତି ବିରୁଦ୍ଧରେ ତଥା ଅସ୍ଥାୟୀ ଆଉଟ ସୋର୍ସିଂ କର୍ମଚାରୀମାନଙ୍କ ସ୍ଥାୟୀ କରଣ, ରେଗୁଲାର ଦରମା ଓ ଅନ୍ୟାନ୍ୟ ସୁବିଧା ଓ ଚାକିରି ର ସୁରକ୍ଷା ପାଇଁ ବିରାଟ କର୍ମଚାରୀ ଆନ୍ଦୋଳନ କରିବାକୁ ଏହି ସମ୍ମିଳନୀ ରେ ନିଷ୍ପତ୍ତି କରାଯାଇଛି । ସମ୍ମିଳନୀ ଶେଷରେ ବିଶିଷ୍ଟ ଶ୍ରମିକ ସଂଗଠକ ରଣରାଜ ସିଂଦେଓ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସମ୍ମିଳନୀର ସଫଳତା ପାଇଁ ସମାଜସେବୀ ସ୍ୱଦେଶ ବେହେରା, କର୍ମଚାରୀ ନେତା କମଲ ରାଉତ, ଜ୍ୟୋତି ରଂଜନ ମିଶ୍ର, କିଟୁ ଶବର, ହେମନ୍ତ ପଧାନ ପ୍ରମୁଖ ଅକ୍ଲାନ୍ତ ପ୍ରଚେଷ୍ଟା କରିଥିଲେ । ଆଗାମୀ ନଭେମ୍ବର ମାସରେ ବଲାଙ୍ଗିର ଠାରେ ବିଶାଳ ଶ୍ରମିକ ସମାବେଶ କରିବାକୁ ଏହି ସମ୍ମିଳନୀରେ ପ୍ରସ୍ତାବ ଗୃହୀତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like