-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ରାଜନୀତି

ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୃଷ୍ଟି ଯୋଜନାର ଶୁଭାରମ୍ଭ

14-Sep-2023



ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦ୍ଦେଶ୍ୟରେ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରିଥିଲେ।

ଏହି ଯୋଜନାରେ ସାରା ରାଜ୍ୟରେ ୧୫ ରୁ ୧୯ ବର୍ଷ ବୟସର ସମସ୍ତ କିଶୋରୀ ବାଳିକାମାନଙ୍କୁ ପୁଷ୍ଟି ସହାୟତା ସହିତ ଗର୍ଭବତୀ ମହିଳା ଓ ପ୍ରସୂତୀ ମା’ମାନଙ୍କ ପାଇଁ ଅଧିକ ଶୁଖିଲା ଖାଦ୍ୟର ବ୍ୟବସ୍ଥା, ଅତିଶୟ ପୁଷ୍ଟିହୀନ ପିଲାମାନଙ୍କ ପାଇଁ ସମ୍ପୂର୍ଣ୍ଣ ଆହାର, ମଧ୍ୟମ ପୁଷ୍ଟିହୀନ ପିଲା ଏବଂ ଅତିଶୟ କମ୍ ଓଜନର ପିଲାମାନଙ୍କ ପାଇଁ ଭିଟାମିନ୍‌ଯୁକ୍ତ ଛତୁଆ ଓ ଅଣ୍ଡା ପ୍ରଦାନର ବ୍ୟବସ୍ଥା ରହିଛି। 

‘ପଡା ପୁଷ୍ଟି’ ଯୋଜନାରେ ଦୁର୍ଗମ ତଥା ଆଦିବାସୀ ଅଞ୍ଚଳର ପିଲାମାନଙ୍କୁ ସେମାନଙ୍କ ପଡା ତଥା ଗ୍ରାମରେ ଉତ୍ତମ ରନ୍ଧା ଖାଦ୍ୟ ଯୋଗାଇଦିଆଯିବ। 


ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ପୁଷ୍ଟି ସହିତ ସମୃଦ୍ଧିର ଗଭୀର ସମ୍ପର୍କ ରହିଛି। ତେଣୁ ପୁଷ୍ଟିର ଉନ୍ନତି ଜରିଆରେ ଆମେ ବିକାଶର ଲକ୍ଷ୍ୟ ପୂରଣ କରିପାରିବା। ପରିବାରକୁ ଉପଯୁକ୍ତ ପୁଷ୍ଟି କେବଳ ମା’ ହିଁ ଦେଇ ପାରିବ। ତେଣୁ ଏହି କାର୍ଯ୍ୟକ୍ରମର ସଫଳତା ମା’ମାନଙ୍କ ଉପରେ ନିର୍ଭର କରେ । ଆମ ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ମା’ମାନଙ୍କର ମଧ୍ୟ ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ଗୁରୁଦାୟିତ୍ୱ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 


ଓଡିଶା ଦେଶର ପ୍ରଥମ ରାଜ୍ୟ ଭାବେ ୨୦୨୦-୨୧ ବର୍ଷରୁ ପୁଷ୍ଟି ବଜେଟ ପରିକଳ୍ପନା କରିଛି। ମମତା ଯୋଜନାରେ ରାଜ୍ୟର ଗର୍ଭବତୀ ମହିଳା ଓ ନବଜାତ ଶିଶୁମାନଙ୍କ ସ୍ୱାସ୍ଥ୍ୟର ଉପଯୁକ୍ତ ଯତ୍ନ ନିଆଯାଉଛି। ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏ କ୍ଷେତ୍ରକୁ ଅଧିକ ସୁଦୃଢ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
 
ଏହି ଯୋଜନା ଦ୍ୱାରା ରାଜ୍ୟର ପ୍ରତ୍ୟେକ ମହିଳା ଓ ଶିଶୁ ସ୍ୱାସ୍ଥ୍ୟବାନ ହୋଇପାରିବେ। ଏହା ଦ୍ୱାରା ଆମେ ସମୃଦ୍ଧି ପଥରେ ଆଗେଇବା ସହିତ ଆମ ଲକ୍ଷ୍ୟ ହାସଲରେ ସଫଳ ହେବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ, 5Tର ପାଞ୍ଚଟି ଉପାଦାନର ପ୍ରୟୋଗରେ ମହିଳା ଓ ଶିଶୁ ବିକାଶ ବିଭାଗ ତୃଣମୂଳ ସ୍ତରରେ ସମସ୍ତଙ୍କୁ ସଂଶ୍ଳିଷ୍ଟ କରି ଏହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ କାର୍ଯ୍ୟକରିବ ବୋଲି ମୁଁ ଦୃଢ ନିଶ୍ଚିତ। ଆମ ସମସ୍ତଙ୍କ ସମ୍ମିଳିତ ଉଦ୍ୟମ ହିଁ ଲୋକମାନଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ଓ ଉନ୍ନତ ପୁଷ୍ଟି ଯୋଗାଇ ଦେଇ ସାମଗ୍ରୀକ ବିକାଶକୁ ଆହୁରି ଆଗକୁ ନେବ। 

କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗଦେଇ ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ, ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଆମ ପାଇଁ ଏକ ମିଶନ। ଏହି ଯୋଜନା ସମଗ୍ର ଓଡିଶାବାସୀଙ୍କ ଜୀବନ ଓ ଭବିଷ୍ୟତକୁ ଉନ୍ନତ କରିବ। 

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କହିଲେ ଯେ ପୁଷ୍ଟି ସୂଚକାଙ୍କରେ ଧିରେ ଧିରେ ଆମେ ଉପରକୁ ଉଠୁଛୁ। ଜାତୀୟ ସ୍ତରରେ ମଧ୍ୟ ଏ କ୍ଷେତ୍ରରେ ଓଡିଶା ଭଲ ସ୍ଥିତିରେ ରହିଛି। ପୁଷ୍ଟିସାଧନ କ୍ଷେତ୍ରରେ ରୂପାନ୍ତର ଆଣିବା ପାଇଁ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏକ ସମୟୋପଯୋଗୀ ପଦକ୍ଷେପ ବୋଲି ସେ ବର୍ଣ୍ଣନା କରିଥିଲେ। 

କାର୍ଯ୍ୟକ୍ରମରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ଶ୍ରୀ ଲିଙ୍ଗରାଜ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like