-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଏଆଇକେଏସ୍‌ସିିସିି ଆହ୍ୱାନରେ କଳା କୃଷି ଆଇନ ପ୍ରତ୍ୟାହାର ଦାବିରେ ଏଆଇକେକେଏମ୍‌ଏସ୍‌ର ବିକ୍ଷୋଭ

14-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ସର୍ବ ଭାରତୀୟ କିଶାନ ସଂଘର୍ଷ ସମନ୍ୱୟ ସମିତି ଆହ୍ୱାନରେ ଜନ ବିରୋଧି କେନ୍ଦ୍ର ସରକାର ଆଣିଥିବା ୩ଟି କଳା କୃଷି ଆଇନ ପ୍ରତ୍ୟାହାର ଦାବିରେ ଦେଶ ବ୍ୟାପି ଜିଲ୍ଲାପାଳ କାର୍ଯ୍ୟାଳୟ ଗୁଡିକ ସମ୍ମୁଖରେ ଧାରଣା ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷିରେ ଆଜି ଅଲ୍ ଇଣ୍ଡିଆ କିଶାନ କ୍ଷେତ ମଜଦୁର ସଂଗଠନ (ଏଆଇକେକେଏମ୍‌ଏସ୍‌) ବଲାଙ୍ଗିର ଜିଲ୍ଲା ଶାଖା ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ତିନି କଳା ଆଇନ ଅଭିଳମ୍ବେ ପ୍ରତ୍ୟାହାର କରିବା ପାଇଁ ଦାବି କରାଯାଇଥିଲା । ତା ପରେ ଜୟ କିଶାନ ଆନ୍ଦୋଳନର ମିଳିତ ମଞ୍ଚରେ ସାମିଲ ହୋଇ ସର୍ବ ଭାରତୀୟ କୃଷକ ଆନ୍ଦୋଳନକୁ ସମର୍ଥନ କରାଯାଇଥିଲା । ଏହି କଳା କୃଷି ଆଇନ ଫଳରେ କୃଷକମାନେ ସେମାନଙ୍କର ସାମ୍ବିଧାନିକ ଓ ମୌଳିକ ଅଧିକାର ହରାଇବେ । ପୁଞ୍ଜିପତି, ବ୍ୟବସାୟୀ ଏବଂ କର୍ପୋରେଟ ସଂସ୍ଥାମାନେ ଲାଭବାନ ହେବେ । କୃଷି ବଜାରରେ ସେମାନେ ସମ୍ମୁର୍ଣ୍ଣ ଭାବରେ ବିନା ବାଧାରେ ପ୍ରବେଶ କରି ସମଗ୍ର ବଜାରକୁ ଦଖଲ କରିବାର ଆଇନଗତ ଅଧିକାର ପାଇବେ । କୃଷକମାନେ ସେମାନଙ୍କର ଉତ୍ପାଦିତ ଦ୍ରବ୍ୟକୁ ଦେଶର ଗୋଟିଏ ବଜାରରେ ବିକ୍ରି କରିବା କଥା ସରକାର କହୁଥିଲେ ବି ବାସ୍ତବରେ ପୁଞ୍ଜିପତି ଲାଭଖୋର ବ୍ୟବସାୟ ପାଇଁ ଗୋଟିଏ ବଜାର ତିଆରି ହେବ । ସେହିପରି ଆଲୁ, ପିଆଜ, ଡାଲି, ତୈଳ ଜାତୀୟ ଦ୍ରବ୍ୟ ଆଦି ଅତ୍ୟାବଶ୍ୟକ ସମଗ୍ରୀ ଆଇନରୁ ବାଦ ପଡିବା ଫଳରେ ବ୍ୟବସାୟୀମାନେ ଏ ସବୁକୁ ମହଜୁଦ କରି କଳା ବଜାର କରିବା ପାଇଁ ଅଖଣ୍ଡ କ୍ଷମତାର ଅଧିକାରୀ ହେବେ ଓ ସରକାର ଦର ନିୟନ୍ତ୍ରଣ କରିବାର ଅଧିକାର ହରାଇବେ । ଯାହା ଫଳରେ ଆକାଶଛୁଆଁ ଦରବୃଦ୍ଧି ପାଇବ । ଘରୋଇ ଧାନମଣ୍ଡି ଜରିଆରେ କର୍ପୋରେଟମାନେ ଧାନ କିଣିବାର ଅଧିକାର ପାଇବେ ଏବଂ ନିଜ ଇଚ୍ଛାନୁସାରେ ଧାନର ମୁଲ୍ୟ ନିର୍ଦ୍ଧାରଣ କରିବେ । ଯାହା ଫଳରେ ଅକ୍ଲାନ୍ତ ପରିଶ୍ରମ କରି ରକ୍ତ ନିଗାଡି ଚାଷୀ ଅମଲ କରିଥିବା ଉତ୍ପାଦି ଶସ୍ୟକୁ ଶାଗମାଛ ମୁଲ୍ୟରେ ବିକ୍ରି କରିବାକୁ ବାଧ୍ୟ ହେବେ । ତେଣୁ ଚାଷୀ ସ୍ୱର୍ଥ ବିରୋଧି ୩ଟି କଳା ଆଇନ ତୁରନ୍ତ ପ୍ରତ୍ୟହାର କରିବାକୁ ବକ୍ତାମାନେ ଦାବି କରିଥିଲେ । ଏହି ବିକ୍ଷୋଭରେ ଜିଲ୍ଲା ସଂଗଠକ ହୃଦାନନ୍ଦ କରୁଆଁ, ସୁନିଲ ଭୋଇ, କୁଶପୃଷ୍ଟି ବାଗ, ମଧୁସୁଦନ ବାଗ, ରାଜେନ୍ଦ୍ର ରଣା ପ୍ରମୁଖ ନେତୃତ୍ୱ ନେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like