-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ଲୋକନୃତ୍ଯ ଓ ସଂଗୀତ ସମାରୋହ ଲୋକକଳା ଉତ୍ସବ ଉଦଯାପିତ

26-Sep-2023



ବଲାଙ୍ଗିର (ପ୍ରେରଣା ଖବର ): ସଂସ୍କୃତି ଆମର ପରିଚୟ।ଭାରତର ସାଂସ୍କୃତିକ ବୈଚିତ୍ର ହିଁ ଆମର ବିଶେଷତ୍ବ। ଭାରତ ସରକାରଙ୍କ  ଉଦ୍ୟମ ରହିଛି ସାରା ଭାରତର ସାଂସ୍କୃତିକ ବିଶେଷତ୍ବକୁ ପ୍ରୋତ୍ସାହନ ଦେବା।ଲୋକକଳା ଉତ୍ସବ  ପରି ସର୍ବଭାରତୀୟ କାର୍ଯ୍ୟକ୍ରମ ବଲାଙ୍ଗୀରରେ ହେବା ଏହାର  ପରିଚୟ ବୋଲି କହିଛନ୍ତି ବଲାଙ୍ଗୀର ଲୋକସଭା ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂଦେଓ । ବଲାଙ୍ଗୀର ଟାଉନହଲ ଠାରେ  ଅନୁଷ୍ଠିତ ଅଷ୍ଟମ ଲୋକକଳା ଉତ୍ସବ ର ଉଦଯାପନୀ ଉତ୍ସବରେ 

 ସେ ଏହି ମତ ଦେଇଛନ୍ତି।  ଦୁଲଦୁଲି କଳା ପରିଷଦ ଦ୍ବାରା ଆୟୋଜିତ ଏହି ସର୍ବଭାରତୀୟ ଲୋକନୃତ୍ଯ ଓ ସଂଗୀତ ସମାରୋହରେ ବରେଣ୍ଯ ଅତିଥି ଭାବରେ ଯୋଗ ଦେଇଥିଲେ ବଲାଙ୍ଗୀର ଲୋକସଭା ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂଦେଓ, ସଂସ୍କୃତି ଗବେଷକ ରଂଜନ ସାହୁ, ସଂସ୍କୃତି  ଗବେଷକ ଅଧ୍ୟାପକ ଡକ୍ଟର ସଞ୍ଜୟ କୁମାର ମିଶ୍ର ଓ 
ସଭାପତିତ୍ବ କରିଥିଲେ ପ୍ରଭାସ କୁମାର ପାଣିଗ୍ରାହୀ ।ଦୁଲଦୁଲି କଳା ପରିଷଦ ର ଉପସଭାପତି ଦୀନେଶ ଶର୍ମା ମଂଚାସୀନ ହୋଇଥିଲେ ।
ସନ୍ଦୀପ କୁମାର କୁଅଁରଙ୍କ ମଂଚ ସଂଯୋଜନାରେ ଅନୁଷ୍ଠିତ ଏହି ସାଂସ୍କୃତିକ ସଭାରେ ଯୁବ ପ୍ରତିଭା ପ୍ରଶାନ୍ତ କୁମାର ବଡମାଳିଙ୍କୁ ମାନପତ୍ର, ଅଙ୍ଗବସ୍ତ୍ର ଓ ପୁଷ୍ପଗୁଚ୍ଛ ଦେଇ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ । ଦୁଲଦୁଲି କଳା ପରିଷଦର  ସଂପାଦକ ବାସୁଦେବ ସା ମଂଚାସୀନ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ତିନିଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ଅର୍ଜୁନ ସାହୁ ଓ ମାନସୀ ସାହୁଙ୍କୁ  ଉତ୍ସବ ସ୍ମାରକୀ ଦେଇ ସମ୍ମାନିତ କରାଯାଇଥିଲା।

ଶେଷରେ ସୁଦାମ ବିଶି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ପରେ ପରେ ସଢେ଼ଇକଳା ଛଉ ର ବର୍ଷା ଝମଝମ, ଆସାମର ବୋଦୋ, ନାଟୁଆ ଝାରଖଣ୍ଡ, ରାଜସ୍ଥାନର କାଲବେଲିଆ, ପଡିହାଡି, ପଶ୍ଚିମବଙ୍ଗର ଝୁମର ,ଗଞ୍ଜାମର ଯୋଡିଶଂଖ, ପ୍ରତିଭା-ଭବାନୀପାଟଣାର  ସିଂହାରୀ, ଜୁଲୁ ସାହୁଙ୍କ ଏକକ ନୃତ୍ଯ  ଡାଲଖାଇ ଉପସ୍ଥିତ ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲା।
ସଭା ପୂର୍ବରୁ ଗୀତିକାର ବ୍ରହ୍ମାନନ୍ଦ ବନଛୋର , କଣ୍ଠଶିଳ୍ପୀ ନବୀନ କିଶୋର କୁଅଁରଙ୍କ  ପରିଚାଳନାରେ ଲୋକଗୀତ ପରିବେଷଣ କରିଥିଲେ ରାଜ୍ୟର ବହୁ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ମାନେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like