-+91-9937148622 |
prerana_bgr@rediffmail.com |
Tuesday 5th May 2026 |
R.N.I. Regd No. ODIODI/2010/46693
Breaking News
14-Dec-2020
ଭୁବନେଶ୍ୱର, (ଶୁଭାଶିଶ ନାୟକ : ପୁରୀ ଓ ଯାଜପୁର ମେଡିକାଲ କଲେଜ ନେଇ କ୍ୟାବିନେଟ ମଂଜୁରୀ ମିଳିଛି । ପୁରୀରେ ୧୦୦ ସିଟ୍ କଲେଜ ଓ ୬୫୦ ଶଯ୍ୟାର ହସ୍ପିଟାଲ ହେବ । ପୁରୀ ମେଡିକାଲ କଲେଜ ପାଇଁ ୨୨୪ କୋଟି ୫୫ ଲକ୍ଷ ଖର୍ଚ୍ଚ ହେବ । ସେହିପରି ଯାଜପୁରରେ ୧୦୦ ସିଟ୍ କଲେଜ ଓ ୫୦୦ ଶଯ୍ୟାର ହସ୍ପିଟାଲ ହେବ । ମେଡିକାଲ କୋଠା ଓ ଭିତ୍ତିଭୂମି ପାଇଁ ୪୨୬ କୋଟି ୫୧ ଲକ୍ଷ ଖର୍ଚ୍ଚ ହେବ । ଉଭୟ ମେଡିକାଲ କଲେଜ ନିର୍ମାଣ କାର୍ଯ୍ୟ ୩ ବର୍ଷ ମଧ୍ୟରେ ସରିବ ।
କୋଭିଡ୍ ଗାଇଡଲାଇନ ଭିତରେ ଗତ ଡିସେମ୍ବର ୧ରେ ରାଜ୍ୟର ସମସ୍ତ ମେଡିକାଲ କଲେଜ ଖୋଲିଥିଲା । କରୋନା ପରଠାରୁ ସମସ୍ତ ସ୍କୁଲ, କଲେଜ୍ ବନ୍ଦ ଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ ମେଡିକାଲ କଲେଜ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ ।