-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||     

HOME   ରାଜ୍ୟ

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ ସମ୍ବଲପୁରରେ ଭବ୍ୟ ସ୍ୱାଗତ

14-Dec-2020



 ସମ୍ବଲପୁର- (ସଂଜୀବ ପାଣିଗ୍ରାହୀଙ୍କ  ରିପୋର୍ଟ ): ବଜେପି ରାଜ୍ୟ ସଭାପତି  ସମୀର ମହାନ୍ତି ଆଜି ଠୁ ବାହାରିଛନ୍ତି ତିନି ଦିନିଆଁ ପଶ୍ଚିମ ଓଡିଶା ଗସ୍ତରେ । ସମୀର ମହାନ୍ତି ଓ ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ ଆଜି ଭୁବନେଶ୍ୱର ରୁ ରେଳ ଯୋଗେ ଆସି ସେ ମଧ୍ୟାହ୍ନ ରେ ସମ୍ବଲପୁର ଥରେ ପହଞ୍ଚି ଥିଲେ । ସମ୍ବଲପୁର ରେଳ ଷ୍ଟେସନରେ ସମ୍ବଲପୁର ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ସେଠାରୁ ସେ ସଡକ ପଥ ଦେଇ ବରଗଡ଼ ଜିଲ୍ଲା ଗସ୍ତ କରିଥିଲେ । ବରଗଡ଼ ଠାରେ ଲହଣ୍ଡା ଧାନ ମଣ୍ଡି ପରିଦର୍ଶନ ସଙ୍ଗେ ସଙ୍ଗେ ବରଗଡ଼ ବିଜେପି କାର୍ଯ୍ୟକର୍ତ୍ତାଙ୍କ ସହ ସାକ୍ଷାତ ଓ ଆଲୋଚନା କରିଥିଲେ । ସେଠାରୁ ଫେରିଲା ପରେ ସନ୍ଧ୍ୟାରେ ସମ୍ବଲପୁର ବିଜେପି  ଜିଲ୍ଲା କାର୍ଯ୍ୟାଳୟ ରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା । 

          ସନ୍ଧ୍ୟାରେ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଏହି ଦଳୀୟ କାର୍ଯ୍ୟକ୍ରମରେ ଦଳର ବିଭିନ୍ନ ପଦାଧିକାରୀ ଓ ସମସ୍ତ ମୋର୍ଚ୍ଚା ପକ୍ଷରୁ ସମ୍ବର୍ଦ୍ଧନା ଜଣାଇଥିଲେ । ଉପସ୍ଥିତ ଦଳୀୟ କର୍ମୀ ଓ ପଦାଧିକାରୀ ମାନକୁ ସମୀର ମହାନ୍ତି ନିଜର ସମ୍ବୋଧନରେ କେନ୍ଦ୍ରୀୟ କୃଷି ବିଲ, କେନ୍ଦ୍ର ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା, ବହୁଚର୍ଚ୍ଚିତ ପରୀ ପ୍ରସଙ୍ଗ ସଙ୍ଗେ ସଙ୍ଗେ ଚାଷୀ ଆନ୍ଦୋଳନ, ଧନ ମଣ୍ଡି ର ଅବ୍ୟବସ୍ଥା, ଟୋକନ ସମସ୍ୟା, ଧାନର କଟନୀ ଛାଟନି ବିଷୟ ରେ ଅବଗତ କରେଇଥିବା ସହିତ କର୍ମୀଙ୍କୁ ଆଗାମୀ ଦିନରେ ଦଳୀୟ କାର୍ଯ୍ୟକ୍ରମରେ ଅଧିକରୁ ଅଧିକ ସକ୍ରିୟ ହୋଇ ଦଳ ପାଇଁ କାମ କରି ମାନ୍ୟବର ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଜୀ ଙ୍କ ହାତମୁଠାକୁ ଆହୁରି ମଜଭୁତ କରିବା ପାଇଁ ଆହ୍ୱାନ ଦେଇଥିଲେ ।
        ପୂର୍ବତନ ମନ୍ତ୍ରୀ ତଥା ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ତାଙ୍କର ଅଭିଭାଷଣରେ ସମ୍ବଲପୁର ମହାନଗର ନିଗମରେ ଚାଲିଥିବା ଅଫିସରରାଜ, ଦୁର୍ନୀତି, ଭ୍ରଷ୍ଟାଚାର, କୋଭିଡ ସମୟରେ ଜିଲ୍ଲା ରେ ସ୍ୱାସ୍ଥ୍ୟ ବିଭାଗର ଅବ୍ୟବସ୍ଥା, ରାଜ୍ୟ ର ଶିଶୁ ଅପହରଣ ବିଷୟ ରେ ଅବଗତ କରେଇବା ସହିତ ନିଜ ନିଜ ବୁଥ ଓ ମଣ୍ଡଳରେ ଲୋକଙ୍କ ସୁବିଧା ଅସୁବିଧା ବୁଝିବା ଓ ତୃଣମୂଳ ସ୍ତରରେ ଦଳ କୁ ସୁଦୃଢ଼ କରିବା ପାଇଁ ନିଷ୍ଠାପର ଭାବରେ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ ।
        ରାଜ୍ୟ ସମ୍ପାଦକ ତଥା ସମ୍ବଲପୁର ଜିଲ୍ଲା ପ୍ରଭାରୀ ଟଙ୍କଧର ତ୍ରିପାଠୀ  ଆଗାମୀ ଦିନରେ ରାଜ୍ୟ ବିଜେପି ପକ୍ଷରୁ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେବା ସହିତ ଜିଲ୍ଲା ର କର୍ମୀ ଓ ପଦାଧିକାରୀ ବହୁ ସଂଖ୍ୟାରେ ସକ୍ରିୟ ଭାବରେ ଯୋଗ ଦେବାକୁ ଅନୁରୋଧ କରିଥିଲେ ।
         ଜିଲ୍ଲା ସଭାପତି  ଗିରିଶ ପଟେଲଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସାଧାରଣ ସମ୍ପାଦକ ଅନିଲ ବେହେରା ପରିଚାଳନା କରିଥିବା ବେଳେ ଶେଷରେ  ରାଧେଶ୍ୟାମ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ ।
       ଆଜିର ଏହି କାର୍ଯ୍ୟକ୍ରମ ରେ ରେଙ୍ଗାଲି ବିଧାୟକ ତଥା ରାଜ୍ୟ ଉପସଭାପତି  ନାଉରି ନାଏକ ପୂର୍ବତନ କୁଚିଣ୍ଡା ବିଧାୟକ ତଥା ରାଜ୍ୟ ସାଧାରଣ ସମ୍ପାଦକ  ରବି ନାରାୟଣ  ନାଏକ  ରାଜ୍ୟ ସମ୍ପାଦକ ସୀମାଞ୍ଚଳ ଖଟେଇ, ଟଙ୍କଧର ତ୍ରିପାଠୀ, ରାଜ୍ୟ ଅଳ୍ପସଂଖ୍ୟକ ମୋର୍ଚ୍ଚା ସଭାପତି ସିକନ୍ଦର ଅଲ୍ଲୀ ସମ୍ବଲପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ  ରାଧେଶ୍ୟାମ ବାରିକ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦେବେନ୍ଦ୍ର ମହାପାତ୍ର, ରାମ ଚନ୍ଦ୍ର ମେହେର, ଦାମୋଦର କର, ସମୀର ରଞ୍ଜନ ବାବୁ, ଶମ୍ବୁ ବାରେଲିଆ, ସୁଶାନ୍ତ କୁମାର ପୁରୋହିତ, ଗିରିଜା ସାହୁ, ଜୟନ୍ତ ଦାଶ, ବିଷ୍ଣୁ ରକ୍ଷିତ,  ସରୋଜ କୁମାର ଘଡାଇ, ଅରବିନ୍ଦ ନାୟକ, ପ୍ରକାଶ ସାହୁ, ଚନ୍ଦ୍ର ଶେଖର ପଣ୍ଡା, ନରେନ୍ଦ୍ର କୁମାର ମିଶ୍ର, ସଞ୍ଜୀବ ବାରିକ, ସୁରେନ୍ଦ୍ର ପ୍ରଧାନ, କ୍ଷମାନିଧି ସାହୁ, ବିଦ୍ୟାଧର ମାଝୀ,  ମନୋଜ ସ୍ୱାଇଁ, ସୁଶୀଲ କର,  ପ୍ରଦୀପ କୁମାର ବେହେରା, ମୋହନ ପଣ୍ଡା, ମୋହନ ଦାଶ, ନିଲାମ୍ବାର ସିକନ୍ଦର,  ଅନୁପ ମିଶ୍ର, ପ୍ରଦୀପ ବେହେରା, ମହମ୍ମଦ ହାସିମ, ଆଶିଷ ବାବୁ, ଶିବ ଦିୱାନ, ଶୁଭେନ୍ଦୁ ନାଏକ,  ଅନ୍ନପୂର୍ଣ୍ଣା ବାରିକ, ରୁନୁ ପ୍ରଧାନ, ସୁଷମା ସାହୁ, ଶିତାକାନ୍ତି ମେସୁଆ, ସଂଯୁକ୍ତ ପ୍ରଧାନ, ବିଜୟଲକ୍ଷ୍ମୀ ଜେନା, ଶୀତା ଛୁରିଆ, ଯୁବ ମୋର୍ଚ୍ଚା ରାଜ୍ୟ ସମ୍ପାଦକ  ଅଶ୍ୱିନୀ ମାଝୀ, କ୍ଷେତ୍ରିୟ ପ୍ରବକ୍ତା ତଥା ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ସମସ୍ତ ମଣ୍ଡଳ ସଭାପତି, ଯୁବ ମୋର୍ଚ୍ଚା, ମହିଳା ମୋର୍ଚ୍ଚା, ଜିଲ୍ଲା ବିଜେପି ର ବହୁ ପଦାଧିକାରୀ ଓ କାର୍ଯ୍ୟକାର୍ତ୍ତା ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026

You Might Also Like