-+91-9937148622 |
prerana_bgr@rediffmail.com |
Tuesday 5th May 2026 |
R.N.I. Regd No. ODIODI/2010/46693
Breaking News
07-Oct-2023
ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଚଳିତ ପର୍ଯ୍ୟଟନ ଋତୁ ନଭେମ୍ବର ୧ ପରିବର୍ତ୍ତେ ଆସନ୍ତା ଅକ୍ଟୋବର ୧୪ ମହାଳୟାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବାକୁ ଯାଉଛି। ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟ ପ୍ରାଣୀ ସଂରକ୍ଷକ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନି ଶନିବାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଫଳରେ ଦୁର୍ଗାପୂଜାରେ ଏଥର ପର୍ଯ୍ୟଟକ ଶିମିଳିପାଳ ଭ୍ରମଣ ଓ ରାତ୍ରରହଣି ସୁବିଧା ପାଇପାରିବେ ।
ପୂର୍ବଭଳି ଦୈନିକ ଚାରି ଚକିଆ ଯାନ କାଳିଆଣି ତନଖି ଫାଟକ (ଯଶୀପୁର) ପଟୁ ୩୫ ଗାଡି ଓ ପିଠାବଟା (ବାରିପଦା) ତନଖି ଫାଟକ ଦେଇ ୨୫ ଗାଡି ଜଙ୍ଗଲ ଭିତରକୁ ପ୍ରବେଶ କରିବ ବୋଲି ସ୍ଥିରୀକୃତ ହୋଇଛି। ଉକ୍ତ ଦୁଇ ତନଖି ଫାଟକରେ ପ୍ରବେଶ ଅନୁମତି ପତ୍ର ସକାଳ ୬ ଟା ରୁ ୯ ଟା ପର୍ଯ୍ୟନ୍ତ ବୁକିଂ କାଉଣ୍ଟରରେ ଉପଲବ୍ଧ ରହିବ। ପ୍ରତି ପର୍ଯ୍ୟଟକଙ୍କ ପିଚ୍ଛା ପ୍ରବେଶ ଶୁଳ୍କ ଧାର୍ଯ୍ୟ କରାଯାଇଥିବା ବେଳେ, ମାର୍ଗଦର୍ଶିକା ଅନୁପାଳନ ସହିତ ଅଭୟାରଣ୍ୟକୁ ସ୍ୱଚ୍ଛ ରଖିବା ପାଇଁ ପର୍ଯ୍ୟଟକ ମାନେ ଭିତରକୁ ପ୍ରବେଶ ସମୟରେ ନିଜ ସାଥୀରେ ପ୍ଲାଷ୍ଟିକ ସାମଗ୍ରୀ, ମାଦକ ଦ୍ରବ୍ୟ, ଆମିଷ ଓ ଅଗ୍ନି ସଂଯୋଗକାରୀ ସାମଗ୍ରୀ ଆଦି ପର୍ଯ୍ୟଟକମାନେ ନେବା ଉପରେ କଟକଣା ଜାରି କରାଯାଇଛି। ଶିମିଳିପାଳରେ ଥିବା ଯାତ୍ରୀ ନିବାସ ଗୁଡିକରେ ରାତ୍ରୀ ଯାପନ ପାଇଁ ପର୍ଯ୍ୟଟକ ମାନେ (www.ecotourism.com) ୱେବସାଇଟରେ ଅଗ୍ରୀ tcମ ବୁକିଂ କରି ପାରିବେ।