-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ରାଜ୍ୟ

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ ସାରା ରାଜ୍ୟରେ ଖର୍ଚ୍ଚ ହେବ ୩୩୯୭ କୋଟି ଟଙ୍କା

10-Oct-2023



 ଭୁବନେଶ୍ବର,ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ  । ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ଗାଁ ପାଇବେ ୧୦ ଲକ୍ଷ ଟଙ୍କା ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ପ୍ରସାରିତ କରିବ ଏବଂ ଗଢିବ ଆମ ଓଡିଶା ନବୀନ ଓଡିଶା ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ କେନ୍ଦୁଝରର ୬ଟି ନିର୍ବାଚନମଣ୍ଡଳୀ ଓ ଭଦ୍ରକର ୫ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ କେନ୍ଦୁଝରର ୬ଟି ନିର୍ବାଚନ ମଣ୍ଡଳୀର ୨୯୭ଟି ଗ୍ରାମ ପଞ୍ଚାୟତର ୩୫୬୮ଟି ପ୍ରକଳ୍ପ ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ଭଦ୍ରକ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର  ୩୩୩୭ଟି ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

 

5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରତ୍ୟେକ ଜିଲ୍ଲାର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନପ୍ରତିନିଧି ମାନେ ଯଥା ବିଧାୟକଗଣ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ପର୍ବର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଯୋଗୁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି ବୋଲି ସେମାନେ କହିଥିଲେ । 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ ।

 

ଆଲୋଚନାରେ ଭାଗ ନେଇ 5T ସଚିବ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ସ୍ଥାନୀୟ  ଅଞ୍ଚଳର ସମସ୍ୟା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର । ଓଡିଶାର ପ୍ରତି ଗାଁର ବିକାଶ ପାଇଁ କାମ କରିବାକୁ ସେ ଦୃଢ ନିର୍ଦ୍ଦେଶ ଦେଇଛନ୍ତି । ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଥିଲେ ।

 

କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like