-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଯୋଜନା କମିଟି ବୈଠକ

13-Oct-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ସମ୍ମିଳନୀ କକ୍ଷ ଠାରେ ବଲାଙ୍ଗିର ଜିଲ୍ଲା ଯୋଜନା କମିଟି ବୈଠକ ବଲାଙ୍ଗିର ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ପାଟଣାଗଡ ବିଧାୟକ ସରୋଜ କୁମାର ମେହେରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଲୋକସଭା ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂହଦେଓ, ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂସାଲୁଜା, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ଜିଲ୍ଲା ପରିଷଦ ଅଧ୍ୟକ୍ଷl ଶ୍ରୀମତୀ ଦେବକୀ ସାହୁ, ଜିଲ୍ଲାପାଳ ଚଞ୍ଚଳ ରାଣା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂଙ୍କ ସମେତ ଜିଲ୍ଲା ଯୋଜନା କମିଟିର ସମସ୍ତ ସଦସ୍ୟ ସଦସ୍ୟା ଓ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ବୈଠକରେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ଵାଗତ କରିବା ସହ ବୈଠକର ଉଦ୍ଦେଶ୍ୟ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ । ବୈଠକରେ ବିଗତ ଜିଲ୍ଲା ଯୋଜନା କମିଟିରେ ଗ୍ରହଣ କରାଯାଇଥିବା ବିଭିନ୍ନ ପ୍ରସ୍ତାବ ସମ୍ପର୍କରେ ଆଲୋଚନା କରାଯାଇ ଦୃଢିକରଣ  କରାଯାଇଥିଲା । ବୈଠକରେ ଉପସ୍ଥିତ ବିଧାୟକ ଓ ଜିଲ୍ଲା ଯୋଜନା କମିଟିର ସଦସ୍ୟ ସଦସ୍ୟା ମାନଙ୍କ ଦ୍ଵାରା ଉପସ୍ଥାପିତ ବିଭିନ୍ନ ପ୍ରସ୍ତାବ ସମ୍ପର୍କରେ ଆଲୋଚନା କରାଯାଇ ଜିଲ୍ଲାର ସମନ୍ଵିତ ବିକାଶ ଯୋଜନା ଚିଠା ପ୍ରସ୍ତୁତ କରାଯାଇ ସରକାରଙ୍କ ଅନୁମୋଦନ ସକାଶେ ପଠାଯିବା ଉପରେ ଆଲୋଚନା ହୋଇଥିଲା । ଜିଲ୍ଲାରେ ୨୦୨୨-୨୩ ବର୍ଷ ପାଇଁ ବିଭିନ୍ନ ସେକ୍ଟର ନିମନ୍ତେ ପ୍ରସ୍ତାବିତ ୩୪୩୦୨୪.୧୩ ଟଙ୍କା ର ବାର୍ଷିକ ଯୋଜନା ବୈଠକରେ ଅନୁମୋଦନ କରାଯାଇଥିଲା । ୨୦୨୨-୨୩ ବର୍ଷରେ ବିଜୁ କେବିକେ ଯୋଜନା ଜିଲ୍ଲା ସେକ୍ଟର କାର୍ଯ୍ୟଖସଡା  ସମ୍ପର୍କରେ ବୈଠକରେ ସବିଶେଷ ଆଲୋଚନା ହୋଇ ଅନୁମୋଦନ କରାଯାଇଥିଲା । ଜଳସେଚନ, ରାସ୍ତା ସଂଯୋଗୀକରଣ, ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରାଯିବା ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ନିମନ୍ତେ ଆବଣ୍ଟିତ ପାଣ୍ଠିର ବିନିଯୋଗ କରାଯାଇ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା l

ଟେକ୍ସଟାଇଲ ମିଲପାଇଁ ୩ ଟି ଜାଗା ମଞ୍ଜୁର କରାଯାଇଛି ଏବଂ ଦେଓଗାଁ ଚିନି କଳ ପୁନରୁଦ୍ଧାର ପ୍ରସ୍ତାବ ଅନୁମୋଦନ ପାଇଁ ବିଭାଗକୁ ପଠାଯାଇଛି । ଚିନି ମିଲ କାର୍ଯ୍ୟକ୍ଷମ ନହେଲେ ଈଥାନଲ ପ୍ଳାଣ୍ଟ ବସେଇବାକୁ ଯୋଜନା ଚାଲିଛି ବୋଲି ଜିଲ୍ଲାପାଳ ସୂଚନା ଦେଇଥିଲେ l କ୍ରୀଡା ଭିତ୍ତିଭୂମିର ବିକାଶ ପାଇଁ ପି.ଆର ହାଇସ୍କୁଲ ଖେଳପଡିଆ ଉନ୍ନତିକରଣ ପାଇଁ ପ୍ରସ୍ତାବ ଦିଆଯାଇଛି । କେବିକେ ଅଞ୍ଚଳରେ ଦ୍ଵିତୀୟ କୃଷି ବିଶ୍ଵବିଦ୍ୟାଳୟ ପାଇଁ ଯେଉଁ ପ୍ରସ୍ତାବ ଯାଇଛି ତାହା ବଲାଙ୍ଗିରରେ ନିର୍ମାଣ ପାଇଁ ଏକ ପ୍ରସ୍ତାବ ଦିଆଯାଇଥିଲା । ହାଇକୋର୍ଟର ଏକ ସ୍ଥାୟୀ ବେଞ୍ଚ, ଡାକ୍ତର ଅଭାବ ପୂରଣ, ଡ୍ରେନ ପାଇଁ ଏକ ସ୍ଵତନ୍ତ୍ର ପ୍ୟାକେଜ, ଶିଳ୍ପ ପ୍ରସ୍ତାବ ପାଇଁ ଆଲୋଚନା ହେଇଛି । ଜଳସ୍ତର ବଢାଇବାକୁ ବୈଠକରେ ଆଲୋଚନା ହେଇଥିଲା । ଲୋୟର ସୁକତେଲ ପାଣି ଆଗଲପୁର ଏବଂ ଲୋଇସିଂହାକୁ ଯୋଗାଣ ଦ୍ଵାରା ପାଣି ସମସ୍ୟା କମିବ ବୋଲି ବିଚାର କରିବାକୁ ପ୍ରସ୍ତାବ ଦିଆଯାଇଥିଲା । ଅକ୍ଟୋବର ଶେଷ ସୁଧା ୧୦୦୦ ରୁ ଅଧିକ ସି.ସି ଟିଭି ଲାଗିବ ବୋଲି ଜିଲ୍ଲାପାଳ କହିଥିଲେ ।  ଜିଲ୍ଲା ପରିଷଦ ସଦସ୍ୟ/ସଦସ୍ୟା ମାନଙ୍କ ବିଭିନ୍ନ ପ୍ରସ୍ତାବ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ  ସହକାରୀ ନିର୍ଦ୍ଦେଶକ ସଞ୍ଜୟ କୁମାର ଦୀପ ବୈଠକରେ ଆଲୋଚ୍ୟ ବିଷୟବସ୍ତୁ ଉପସ୍ଥାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like